ବର୍ଷ ଆରମ୍ଭରୁ ପିଲାଙ୍କ ପଞ୍ଜିକରଣ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩ ତାରିଖରୁ ୧୫ରୁ ୧୮ ବର୍ଷର ପିଲାଙ୍କୁ ଟିକା ଦିଆଯିବ। ଏଥିପାଇଁ ଶନିବାରଠାରୁ ପଞ୍ଜିକରଣ ଆରମ୍ଭ ହେବ। ୨୦୦୭ କିମ୍ବା ତା’ ପୂର୍ବରୁ ଯେଉଁ ପିଲା ଜନ୍ମ ହୋଇଛନ୍ତି ସେମାନେ ଟିକା ନେବା ପାଇଁ ଯୋଗ୍ୟ। ଯୋଗ୍ୟ ହିତାଧିକାରୀ କୋଓ୍ବିନ୍‌ ପୋର୍ଟାଲରେ ନାମ ପଞ୍ଜିକରଣ କରିବେ। ଆଧାର କାର୍ଡ ନ ଥିଲେ ସ୍କୁଲ ଆଇ କାର୍ଡ ଦେଖାଇ ପିଲାମାନେ ଟିକା ପାଇଁ ପଞ୍ଜିକରଣ କରିପାରିବେ। ପିଲାଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର ଟିକା କେନ୍ଦ୍ର ଖୋଲାଯାଇଛି।

ସକାଳ ୮ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପିଲାଙ୍କୁ ଟିକା ଦିଆଯିବ। ଅନ୍ୟମାନଙ୍କୁ ଅପରାହ୍ନରେ ଟିକାକରଣ କରାଯିବ। ଆବଶ୍ୟକ ସ୍ଥଳେ ସ୍କୁଲରେ ମଧ୍ୟ ଟିକାକରଣ କେନ୍ଦ୍ର ଖୋଲାଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି। ଠିକ୍‌ ସମୟରେ ସମସ୍ତେ ଟିକା ନେଲେ ମାସେ ମଧ୍ୟରେ ୧୫-୧୮ ବର୍ଷ ପିଲାଙ୍କ ଟିକାକରଣ ଶେଷ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri