ବଲାଙ୍ଗୀରରେ ପୁଣି ଶିଶୁବଳି

ଲାଠୋର, ୧୯ା୧୦ (ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲାରେ ପୁଣି ଶିଶୁବଳି। ଗୁରୁବାର ଅପରାହ୍ଣରୁ ନିଖୋଜ ଥିବା ଜଣେ ନାବାଳକଙ୍କ ମୃତଦେହ ଶୁକ୍ରବାର ସକାଳେ ଲାଠୋର ଥାନା ଅନ୍ତର୍ଗତ ଜଲପାଙ୍କେଲ ଗଁା ନିକଟ ଝଲିଆଲିଟି ଡୁଙ୍ଗୁରି ଉପରେ ମିଳିବା ପରେ ପରିବାର ଓ ଗଁା ଲୋକେ ଏହା ବଳି ବୋଲି ଅଭିଯୋଗ ଆଣିଛନ୍ତି। ମୃତ ଶିଶୁ ଜଣକ ହେଲେ ଜଲପାଙ୍କେଲ ଗଁାର ତପନ ବେମାଲଙ୍କ ପୁଅ ସୋମନାଥ ବେମାଲ (୧୧)। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ପୋଲିସର ସନ୍ଧାନୀ କୁକୁର ଗଁାର ଜଣେ ବ୍ୟକ୍ତିଙ୍କ ଘରକୁ ଯିବା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ଗଁା ଲୋକେ ବଲାଙ୍ଗୀର-ନୂଆପଡ଼ା ରାସ୍ତାକୁ ଅବରୋଧ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ତଦନ୍ତ ବେଳେ ଉତ୍ତ୍ୟକ୍ତ ଲୋକେ ପୋଲିସ କର୍ମଚାରୀଙ୍କୁ ମଧ୍ୟ ଠେଲାପେଲା କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଜଲପାଙ୍କେଲ ଗଁାର ତପନ ବେମାଲଙ୍କ ପୁଅ ସୋମନାଥ ଗୁରୁବାର ଅପରାହ୍ଣ ପ୍ରାୟ ୪ଟାରେ ଏକ ପାଚିଲା ଆତ ଧରି ଖେଳିବା ପାଇଁ ଘରୁ ବାହାରିଥିଲେ। ତେବେ ସେ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ସୋମନାଥ ରାତି ସୁଦ୍ଧା ଘରକୁ ନ ଫେରିବାରୁ ତାଙ୍କ ଅଜା ଦଳ ବେମାଲ ଲାଠୋର ଥାନାରେ ନିଖୋଜ ଅଭିଯୋଗ କରିଥିଲେ। ଶୁକ୍ରବାର ସକାଳେ ଗଁାର ବସୁ ହଂସ, ପରମ ବାଗ ଓ ରାକିଶୋର ଭୋଇଙ୍କ ସମେତ କେତେଜଣ ଯୁବକ ଝଲିଆଲିଟି ଡ଼ୁଙ୍ଗୁରିରେ ସୋମନାଥଙ୍କ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଏହା ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଥିଲା। ଗୁରୁବାର ଏକସଙ୍ଗେ ଆଶ୍ୱିନ ପୂର୍ଣ୍ଣିମା ଓ ଗର୍ଭଣା ସଂକ୍ରାନ୍ତି ଥିବାରୁ ସୋମନାଥଙ୍କୁ ବଳି ଦିଆଯାଇଥିବା କୁହାଯାଉଛି।
ପ୍ରାୟ ୧୧ ବର୍ଷ ପୂର୍ବେ ଝଲିଆଲିଟି ଡ଼ୁଙ୍ଗୁରିରେ ସୋନୁ ରଣା (୧୮) ନାମକ ଜଣେ ଯୁବକଙ୍କ ଗଳିତ ମୃତଦେହ ମିଳିଥିଲା। ସେତେବେଳେ ମଧ୍ୟ ଏହା ବଳି ବୋଲି ଚର୍ଚ୍ଚା ହୋଇଥିଲା। ଶୁକ୍ରବାର ସୋମନାଥଙ୍କ ମୃତଦେହ ସେଇ ଡୁଙ୍ଗୁରିରୁ ମିଳିବା ପରେ ବଳି ଚର୍ଚ୍ଚା ଜୋର୍‌ ଧରିଥିଲା। କିଛି ବର୍ଷ ତଳେ ଅନ୍ୟ ଏକ ଗଁାରୁ ଆସି ଜଲପାଙ୍କେଲ ଗଁାରେ ରହୁଥିବା ଜଣେ ବ୍ୟକ୍ତି ଗୁଣିଗାରେଡ଼ି କରୁଥିବା ଲୋକେ ସନ୍ଦେହ କରିଆସୁଥିଲେ। ସୋମନାଥଙ୍କ ମୃତ୍ୟୁରେ ମଧ୍ୟ ତାଙ୍କର ହାତ ଥିବା ସନ୍ଦେହ କରାଯାଉଛି। ମାମଲାର ସମ୍ବେଦନଶୀଳତାକୁ ଦେଖି ଖପ୍ରାଖୋଲ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର ଏବଂ ପାଟଣାଗଡ଼ ଏସ୍‌ଡିପିଓ ସଦାନନ୍ଦ ପୂଝାରୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଭବାନୀପାଟଣାରୁ ଆସିଥିବା ଡଗ୍‌ ସ୍କାଡ୍‌ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ତଦନ୍ତ ଆରମ୍ଭ କରିଥିଲେ। ସନ୍ଧାନୀ କୁକୁର ସୋମନାଥଙ୍କ ମୃତଦେହ ପଡ଼ିଥିବା ଡୁଙ୍ଗୁରି ଉପରୁ ଗଁାର ସେଇ ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କ ଘରକୁ ଆସିବା ପରେ ଲୋକେ ସମ୍ପୃକ୍ତ ବ୍ୟକ୍ତି ଗୁଣିଗାରେଡ଼ି କରି ବଳି ଦେଇଥିବା ସନ୍ଦେହ କରିଥିଲେ। ଏଥିସହ ତାଙ୍କ ଗିରଫ ଦାବି କରିଥିଲେ। ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ବଲାଙ୍ଗୀର-ନୂଆପଡ଼ା ରାସ୍ତା ଅବରୋଧ କରିଥିଲେ। ଲାଠୋର ଥାନାଧିକାରୀ ରାକେଶ ବେହେରାଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ତଦନ୍ତ ଆରମ୍ଭ କରିବା ପରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପାଟଣାଗଡ଼ ହସ୍ପିଟାଲକୁ ପଠାଇଥିଲେ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ଏସ୍‌ଡିପିଓ ସଦାନନ୍ଦ ପୂଜାରୀ କହିଛନ୍ତି। ଲୋକେ ଯେଉଁ ଦିଗକୁ ସନ୍ଦେହ କରୁଛନ୍ତି, ସେଇ ଦିଗ ସହ ଅନ୍ୟ ସବୁ ଦିଗ ଉପରେ ତଦନ୍ତ କରାଯିବ। ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ପଚରାଉଚରା କରାଯାଉଛି ବୋଲି ଥାନାଧିକାରୀ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri