ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା ଏବଂ ସେମାନଙ୍କୁ ଏକ ସୁରକ୍ଷିତ ପରିବେଶ ଯୋଗାଇଦେବା ଲକ୍ଷ୍ୟରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଶୁଭାରମ୍ଭ ହୋଇଯାଇଛି। ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ସ୍ବତନ୍ତ୍ର କେନ୍ଦ୍ରକୁ ଉଦଘାଟନ କରିଛନ୍ତି।

ସାଧାରଣତଃ ପୋଲିସ ଓ ଥାନା ପରିବେଶକୁ ଦେଖିଲେ ଶିଶୁମାନେ ଭୟଭୀତ ହୋଇଥାନ୍ତି। ଏହି ଭୟକୁ ଦୂର କରିବା ପାଇଁ କେନ୍ଦ୍ରଟିକୁ ବେଶ ଆକର୍ଷଣୀୟ ଓ ଶିଶୁ-ଅନୁକୂଳ ଶୈଳୀରେ ନିର୍ମାଣ କରାଯାଇଛି। କେନ୍ଦ୍ରର କାନ୍ଥଗୁଡ଼ିକରେ ବିଭିନ୍ନ ପ୍ରକାରର ଚିତ୍ର ଓ ରଙ୍ଗୀନ କଳାକୃତି କରାଯାଇଛି। ଶିଶୁମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଖେଳନା ଏବଂ ସୁବିଧାଜନକ ବସିବା ସ୍ଥାନର ବ୍ୟବସ୍ଥା ହୋଇଛି। ପୋଲିସ ଏଠାରେ ଶିଶୁମାନଙ୍କ ସହ ଜଣେ ବନ୍ଧୁ ଭାବରେ ଆଲୋଚନା କରି ସେମାନଙ୍କ ସମସ୍ୟା ବୁଝିବେ।
ଏହି କେନ୍ଦ୍ର ପ୍ରତିଷ୍ଠା ହେବା ଫଳରେ ଶିଶୁ ନିର୍ଯାତନା, ଅପହରଣ ଏବଂ ଅନ୍ୟାନ୍ୟ ଶିଶୁ ସମ୍ବନ୍ଧୀୟ ଅପରାଧର ତଦନ୍ତରେ ବିଶେଷ ସହାୟତା ମିଳିବ। ଶିଶୁମାନେ କୌଣସି ଚାପରେ ନ ରହି ସ୍ବାଧୀନ ଭାବେ ନିଜ କଥା କହିପାରିବେ, ଯାହାଦ୍ୱାରା ସେମାନଙ୍କୁ ନ୍ୟାୟ ଦେବା ସହଜ ହେବ ବୋଲି ଆଇଜି ନୀତି ଶେଖର ସୂଚନା ଦେଇଛନ୍ତି।

ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଗଜପତି ଏସ୍‌ପି ଯତୀନ୍ଦ୍ର ପଣ୍ଡା, ଆର.ଉଦୟଗିରି ଏସ୍‌ଡିପିଓ (ଆଇପିଏସ୍‌) ରାକେଶ ସାହୁ, ମୋହନା ଥାନା ଅଧିକାରୀ ଓମ ନାରାୟଣ ପାତ୍ର ଏବଂ ଥାନାର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ପୋଲିସର ଏହି ଶିଶୁ-ଅଭିମୁଖୀ ପଦକ୍ଷେପକୁ ସ୍ଥାନୀୟ ଅଞ୍ଚଳରେ ବେଶ ପ୍ରଶଂସା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri