କମାଲ୍‌ କଲେ ଶିଶୁ ବୈଜ୍ଞାନିକ ଦିବ୍ୟାଶା

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଦିବ୍ୟାଶା ପ୍ରଧାନଙ୍କ ପ୍ରକଳ୍ପ ମଲ୍ଟି ପରପୋଜ୍‌ କେରିୟର ଇନ ଟୁ ହ୍ବିଲର ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ତଥା ଜାତୀୟ ନବ ପ୍ରବର୍ତ୍ତନ ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ ନୂଆଦିଲ୍ଲୀସ୍ଥିତ ପ୍ରଗତି ମୈଦାନରେ ଚାଲିଥିବା ଏକାଦଶ ଜାତୀୟ ସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତାରେ ସ୍ଥାନୀତ ହୋଇଛି। ଦିବ୍ୟାଶା କହିଛନ୍ତି, ସାଇକେଲ ଭଳି ୨ଚକିଆ ଯାନରେ କି କି ବ୍ୟବସ୍ଥା କରାଗଲେ ଅନେକ ସୁବିଧା ମିଳିପାରିବ, ଏହି ଚିନ୍ତାଧାରା ରାସ୍ତାରେ ଗଲାବେଳେ ତାଙ୍କ ମନରେ ଆସିଥିଲା। ଫଳରେ ସେ ଏକ ପ୍ରକଳ୍ପ ପ୍ରସ୍ତୁତ କରିଥିଲେ ଏବଂ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ପ୍ରଧାନଙ୍କ ମାର୍ଗଦର୍ଶନରେ ସେ ପ୍ରକଳ୍ପର ଚୂଡ଼ାନ୍ତ ରୂପରେଖ ଦେଇଥିଲେ। ତାଙ୍କର ସେହି ପ୍ରକଳ୍ପ ଜିଲାରୁ ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ମନୋନୀତ ହୋଇଥିଲା। ସେଠାରୁ ପୁଣି ପ୍ରକଳ୍ପଟି ଜାତୀୟସ୍ତରକୁ ମନୋନୀତ ହୋଇଥିଲା। ଉକ୍ତ ସଫଳତାର ଶ୍ରେୟ ସେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ସୁଚିସ୍ମିତା ପ୍ରଧାନ, ପ୍ରଧାନଶିକ୍ଷକ ଆତ୍ମାରାମ ଭୋଇ ଏବଂ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଦେଇଛନ୍ତି। ଭଟଲି ବ୍ଲକ ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ, ଜିଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ସମେତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ ଶିଶୁ ବୈଜ୍ଞାନିକ ଦିବ୍ୟାଶାଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri