କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା ଓ ବିଜ୍ଞାନ ନିରୀକ୍ଷକ ଧିରୋଜ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ବିଜ୍ଞାନ ମେଳାକୁ ଉଦ୍‌ଘାଟନ କରିଥିଲେ। ଆତ୍ମନିର୍ଭର ଓ ବିକଶିତ ଭାରତ ପାଇଁ ବିଜ୍ଞାନ ଗଣିତ ଓ ପ୍ରଯୁକ୍ତି ବିଦ୍ୟାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ଜିଲାପାଳ କହିଥିଲେ। ଏହା ସହିତ ବିଭିନ୍ନ ବ୍ଲକରୁ ଆସିଥିବା ଶିଶୁ ବୈଜ୍ଞାନିକମାନଙ୍କ ପ୍ରକଳ୍ପଗୁଡ଼ିକୁ ବୁଲି ଦେଖି ଜିଲାପାଳ ସେମାନଙ୍କୁ ଉତ୍ସାହିତ କରିଥିଲେ। ବରଗଡ଼ ଜିଲା ଶିକ୍ଷା ଓ ଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି)ର ଅଧ୍ୟକ୍ଷ ରଜନୀକାନ୍ତ ଦାଶ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ
ବିନୟ କୁମାର ସୟ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନ ଓ ଭବାନୀ ଗଡ଼ତିଆ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ରାଣା ପ୍ରତାପ ସ୍କୁଲର ପ୍ରଧାନଶିକ୍ଷକ ସୁଦୀପ କୁମାର ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ମେଳାର ପ୍ରଥମ ଦିବସରେ ୧୩୪ଟି ପ୍ରକଳ୍ପ ସ୍ଥାନିତ ହୋଇ ପ୍ରଦର୍ଶିତ ହୋଇଥିଲା। ଏହି ଅବସରରେ ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରୀଛାତ୍ର ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ଜର୍ଜ ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନେ ବ୍ୟାଣ୍ଡ ବାଜା ଓ ରାଣା ପ୍ରତାପ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଦ୍ବିତୀୟ ଅଧିବେଶନରେ ବରଗଡ଼ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ।

ବାଲ ବୈଜ୍ଞାନିକ ମେଳାରେ ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ବିଜାଢ଼ୋଲର ଛାତ୍ର ରିତେଶ ପଟେଲଙ୍କ ସଷ୍ଟେନେବୁଲ ଏଗ୍ରିକଲଚର୍‌ ଥିମ ଆଧାରିତ ପ୍ରକଳ୍ପ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ କେସେଇପାଲିର ଛାତ୍ର ସସ୍ତିକ ଗର୍ଡୀଆଙ୍କ ଓ୍ବେଷ୍ଟ ମ୍ୟାନେଜମେଣ୍ଟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବାନ୍ଦୁପାଲିର ଛାତ୍ର ଶ୍ରେୟମ ଶତପଥୀଙ୍କ ସବୁଜ ଶକ୍ତି ଆଧାରିତ ପ୍ରକଳ୍ପ, ପିଏମ୍‌ଶ୍ରୀ କେଦାରନାଥ ଆଦିବାସୀ ହାଇସ୍କୁଲ ଅମ୍ବାଭୋନାର ଛାତ୍ରୀ ସାନିଆ ପ୍ରଧାନଙ୍କ ଇମାର୍ଜିଙ୍ଗ ଟେକ୍ନୋଲୋଜି, କେଏସ୍‌ଡି ହାଇସ୍କୁଲ ଲଖନପୁର ଛାତ୍ର ପ୍ରତୀକ କାଲୋଙ୍କ ଗାଣିତିକ ମୋଡେଲ, ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ଲାଦେରପାଲିର ଛାତ୍ର ଦିବ୍ୟଶ୍ରୀ ଭୋଇଙ୍କ ହେଲଥ ଅଣ୍ଡେ ହାଇଜିନ, ପିଏଚ୍‌ଏସ ଝାରବନ୍ଧ ଡିଲେଶ୍ୱରି ସାହାଙ୍କ ଜଳ ସଂରକ୍ଷଣ ପ୍ରକଳ୍ପଗୁଡ଼ିକ ରାଜ୍ୟସ୍ତରକୁ ମନୋନୀତ ହୋଇଥିଲା।

ଜିଲାସ୍ତରୀୟ ସିଇଏସ୍‌-୨୦୨୪ ପ୍ରତିଯୋଗିତାରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତାଲଶ୍ରିଗୀଡ଼ାର ଛାତ୍ରୀ ଖୁସି ମହାପାତ୍ର ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଜର୍ଜ ହାଇସ୍କୁଲର ଛାତ୍ର ସାଇ ଚନ୍ଦନ ସାହୁ ଦିତୀୟ ଓ ସରକାରୀ ପ୍ରାଥମିକ ବିଦ୍ୟାଳୟ ଆମ୍ବାଭୋନାର ଛାତ୍ର ବୋଧକ କୁମାର ସାହୁ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ବୀରେନ୍ଦ୍ର କୁମାର ଦାଶ, ଅନୁପମା ଚାନ୍ଦ, ଲିପସା ମିଶ୍ର, ନମିତା ବିଶି, ଡଃ ଗିରିଶ ପ୍ରଧାନ, ଶାନ୍ତନୁ ସାହୁ, ଡଃ ଚିନ୍ମୟ ଦେହେରୀ, ଡଃ ନିରଞ୍ଜନ ପଣ୍ଡା, ଆର୍‌. ଜେ ଆଶିଷ ମହାନ୍ତି, ଡଃ ଜୟନ୍ତ ସାହୁ, ବିଶ୍ୱଜିତ୍‌ ସାହୁ ପ୍ରମୁଖ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri