ମଣ୍ଡପରେ ବସି ପଢ଼ିଲେ ପିଲା

ଖଇରା, ୧୮।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ନୟାଖଣ୍ଡି ପଞ୍ଚାୟତ ଅଧୀନ ତୋରାଣିପଦା ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନଶିକ୍ଷୟିତ୍ରୀ ପରିଚାଳନା କମିଟି ସଦସ୍ୟାସଦସ୍ୟଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ସଦସ୍ୟମାନେ ସୋମବାର ଗେଟରେ ତାଲା ପକାଇ ଦେଇଥିଲେ। ଫଳରେ ପିଲାମାନେ ବାଧ୍ୟ ହୋଇ ସ୍କୁଲ ସମ୍ମୁଖ ମଣ୍ଡପରେ ବସି ପାଠ ପଢିଥିଲେ। ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଧର ବେହେରା ଓ ଗୌରାଙ୍ଗ ମହାପାତ୍ର ପହଞ୍ଚି କମିଟି ସଦସ୍ୟଙ୍କ ସହ ଆଲୋଚନା କରିଥିଲେ। କମିଟି ସଦସ୍ୟମାନେ ପ୍ରଧାନଶିକ୍ଷୟିତ୍ରୀ ଖାଦ୍ୟ ସାମଗ୍ରୀ ବିଶେଷ କରି ଅଣ୍ଡା ବାଟମାରଣା କରି ଘରକୁ ନେଇଯାଉଥିବାରୁ ତାଙ୍କୁ ବଦଳି କରିବାକୁ ଦାବି କରିଥିଲେ। ଅଧିକାରୀ ଯଥାସମ୍ଭବ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେବା ପରେ ବିଦ୍ୟାଳୟ ଗେଟ ତାଲା ଖୋଲିଥିଲା ଓ ପାଠପଢା ସ୍ବାଭାବିକ ହୋଇଥିଲା।
ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ପିଲାମାନଙ୍କୁ ନିମ୍ନମାନର ଖାଦ୍ୟ ଦେବା, ନିର୍ଦ୍ଧାରିତ ଦିବସରେ ଅଣ୍ଡା ଦିଆ ନ ଯିବା ପରେ କମିଟି ସଦସ୍ୟମାନେ ଉକ୍ତ ଅଭିଯୋଗର ସତ୍ୟତା ସମ୍ପର୍କରେ ପ୍ରଧାନଶିକ୍ଷୟିତ୍ରୀଙ୍କ ନିକଟରୁ ଜାଣିବାକୁ ଚାହିଁଥିଲେ। ହେଲେ ସେ ଉତ୍ତର ଦେବା ପରିବର୍ତ୍ତେ ସଦସ୍ୟମାନଙ୍କୁ ଦୁର୍ବ୍ୟବହାର କରିବା ନେଇ କମିଟି ସଭାପତି ଶିବଶଙ୍କର ସୂତାର ଓ ଅନ୍ୟମାନେ ଖଇରା ବ୍ଲକ ଶିକ୍ଷାଧିକାରୀଙ୍କୁ ଜଣାଇଥିଲେ। ଅଧିକାରୀ କିଛି ନ ବୁଝିବା ଅଭିଯୋଗରେ କମିଟି ଓ ଗ୍ରାମବାସୀ ତାଲା ପକାଇ ଜଗିରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri