ମଣ୍ଡପରେ ବସି ପଢ଼ିଲେ ପିଲା

ଖଇରା, ୧୮।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ନୟାଖଣ୍ଡି ପଞ୍ଚାୟତ ଅଧୀନ ତୋରାଣିପଦା ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନଶିକ୍ଷୟିତ୍ରୀ ପରିଚାଳନା କମିଟି ସଦସ୍ୟାସଦସ୍ୟଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ସଦସ୍ୟମାନେ ସୋମବାର ଗେଟରେ ତାଲା ପକାଇ ଦେଇଥିଲେ। ଫଳରେ ପିଲାମାନେ ବାଧ୍ୟ ହୋଇ ସ୍କୁଲ ସମ୍ମୁଖ ମଣ୍ଡପରେ ବସି ପାଠ ପଢିଥିଲେ। ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଧର ବେହେରା ଓ ଗୌରାଙ୍ଗ ମହାପାତ୍ର ପହଞ୍ଚି କମିଟି ସଦସ୍ୟଙ୍କ ସହ ଆଲୋଚନା କରିଥିଲେ। କମିଟି ସଦସ୍ୟମାନେ ପ୍ରଧାନଶିକ୍ଷୟିତ୍ରୀ ଖାଦ୍ୟ ସାମଗ୍ରୀ ବିଶେଷ କରି ଅଣ୍ଡା ବାଟମାରଣା କରି ଘରକୁ ନେଇଯାଉଥିବାରୁ ତାଙ୍କୁ ବଦଳି କରିବାକୁ ଦାବି କରିଥିଲେ। ଅଧିକାରୀ ଯଥାସମ୍ଭବ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେବା ପରେ ବିଦ୍ୟାଳୟ ଗେଟ ତାଲା ଖୋଲିଥିଲା ଓ ପାଠପଢା ସ୍ବାଭାବିକ ହୋଇଥିଲା।
ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ପିଲାମାନଙ୍କୁ ନିମ୍ନମାନର ଖାଦ୍ୟ ଦେବା, ନିର୍ଦ୍ଧାରିତ ଦିବସରେ ଅଣ୍ଡା ଦିଆ ନ ଯିବା ପରେ କମିଟି ସଦସ୍ୟମାନେ ଉକ୍ତ ଅଭିଯୋଗର ସତ୍ୟତା ସମ୍ପର୍କରେ ପ୍ରଧାନଶିକ୍ଷୟିତ୍ରୀଙ୍କ ନିକଟରୁ ଜାଣିବାକୁ ଚାହିଁଥିଲେ। ହେଲେ ସେ ଉତ୍ତର ଦେବା ପରିବର୍ତ୍ତେ ସଦସ୍ୟମାନଙ୍କୁ ଦୁର୍ବ୍ୟବହାର କରିବା ନେଇ କମିଟି ସଭାପତି ଶିବଶଙ୍କର ସୂତାର ଓ ଅନ୍ୟମାନେ ଖଇରା ବ୍ଲକ ଶିକ୍ଷାଧିକାରୀଙ୍କୁ ଜଣାଇଥିଲେ। ଅଧିକାରୀ କିଛି ନ ବୁଝିବା ଅଭିଯୋଗରେ କମିଟି ଓ ଗ୍ରାମବାସୀ ତାଲା ପକାଇ ଜଗିରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri