ଜିଲା ମୁଖ୍ୟ ଚିକିତ୍ସାଳୟରୁ ପୁଣି ପିଲା ଚୋରି ଅଭିଯୋଗ, ୨ ମହିଳା ଅଟକ

ବାଲେଶ୍ୱର,୨୮ା୫(ବାଞ୍ଝାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ବାରମ୍ବାର ପିଲା ଚୋରି ଘଟଣା ଦେଖିବାକୁ ମିଳୁଛି। ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀ ଓ ପ୍ରସୂତି ବିଭାଗର ୪ ତାଲା ଉପରୁ ଜଣେ ମହିଳାଙ୍କ ୭ ଦିନର ଶିଶୁକନ୍ୟାକୁ ଦୁଇ ଜଣ ମହିଳା ଉଠାଇ ନେଇ ପଳେଇ ଯାଉଥିବା ଅଭିଯୋଗ ହୋଇଛି। ଦୁଇ ମହିଳା ଶିଶୁକନ୍ୟାକୁ ଉଠାଇ ନେଇ ଯାଉଥିବା ବେଳେ ନବଜାତକଙ୍କ ମାଆ ବାପା ହଠାତ ଉଠି ବଡ଼ ପାଟିରେ ଚିତ୍କାର କରିଥିଲେ। ପରେ ପଚାରିବା ବେଳେ ଉଭୟ ଶିଶୁକନ୍ୟାକୁ ଥୋଇ ଦେଇ ଦୌଡ଼ି ପଳେଇ ଯାଉଥିଲେ। ଚିତ୍କାର ଶୁଣି ଅନ୍ୟ ରୋଗୀଙ୍କ ସମ୍ପର୍କୀୟମାନେ ଦୌଡ଼ି ଆସି ଦୁଇ ମହିଳାଙ୍କୁ କାବୁ କରି ମେଡିକାଲ ଫାଣ୍ଡିରେ ଜିମା ଦେଇଥିଲେ। ଘଟଣାକୁ ନେଇ ମେଡିକାଲ ଫାଣ୍ଡି ନିକଟରେ ଉତ୍ତେଜନା ଦେଖା ଦେଇଥିଲେ। ଟାଉନ ଥାନା ଆଇଆଇସି ପହଞ୍ଚି ଦୁଇ ମହିଳାଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଜାରି ରଖିଛି।

ଘଟଣା ଅନୁସାରେ, ଭୋଗରାଇ ବ୍ଲକର ଆରୁହାବୃତ୍ତି ଅଞ୍ଚଳର ସତ୍ୟବ୍ରତ ଦାସ ତାଙ୍କ ସ୍ତ୍ରୀଙ୍କ ପ୍ରସବ ପାଇଁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେକେ ଗତ ୭ ଦିନ ତଳେ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ତେବେ ଶିଶୁକନ୍ୟାର ସ୍ବାସ୍ଥ୍ୟ ପରିସ୍ଥିତିକୁ ନେଇ ଗତ ୭ଦିନ ହେବ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରହୁଥିଲେ। ଗତ ବିଳମ୍ବିତ ରାତ୍ରିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଅଟକ ଦୁଇ ମହିଳାଙ୍କ ମଧ୍ୟରୁ ଜଣେ ପଶ୍ଚିମବଙ୍ଗର ଖଡ଼ଗପୁର ଅଞ୍ଚଳର ହୋଇଥିବା ବେଳେ ଜଣେ ସ୍ଥାନୀୟ ବାଲେଶ୍ୱର ଅଞ୍ଚଳର ଜଣାପଡ଼ିଛି। ଅନ୍ୟପଟେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ବାରମ୍ବାର ଛୁଆ ଚୋରି ଭଳି ଘଟଣା ଦେଖିବାକୁ ମିଳୁଥିବା ବେଳେ ସ୍ଥାନୀୟ କିଛି ତଳ ସ୍ତରର କର୍ମଚାରୀଙ୍କ ସଂପୃକ୍ତିକୁ ନେଇ ସନ୍ଦେହ ଦେଖାଦେଇଛି। ପୂର୍ବରୁ ଦୁଇ ଦୁଇ ଥର ଛୁଆ ଚୋରି ଘଟଣା ଦେଖିବାକୁ ମିଳିଥିଲେ ହେଁ ମେଡିକାଲ କର୍ତ୍ତୃପକ୍ଷ ଛୁଆ ଚୋରି ରୋକିବା ଦିଗରେ ପଦକ୍ଷେପ ଗ୍ରହଣ କରୁ ନ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍‌ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

ପାଳିବନ୍ଧ ପଞ୍ଚାୟତ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ ଆଣିଲେ ପୂର୍ବତନ ସମିତି ସଭ୍ୟ, କେଉଁ ନିୟମରେ ସର୍ଭେ…

ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି…

ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର

ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri