ମେଡିକାଲରୁ ପୁଣି ଶିଶୁ ଚୋରି: ଜନ୍ମ ପରେ ନବଜାତକର ଫଟୋ ରଖିଥିଲେ ପରିବାର, ହେଲେ…

ନୟାଗଡ଼,୩୦ା୧୧(ଲୋକନାଥ ମିଶ୍ର): ରାଜ୍ୟରେ ଥିବା ବିଭିନ୍ନ ମେଡିକାଲରୁ ଶିଶୁ ଚୋରି ହେଉଥିବା  ବାରମ୍ବାର ଅଭିଯୋଗ ହେଉଛି। ଶୁକ୍ରବାର ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଶନିବାର ନୟାଗଡ଼ ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁ ଚୋରି ଅଭିଯୋଗ ହୋଇଛି। ଶିଶୁ ଜନ୍ମ ପରେ ମୃତ୍ୟୁ ଦର୍ଶାଇ ଗାଏବ କରାଯାଇଥିବା ଅଭିଯୋଗ ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ପରେ ଖବର ପାଇ ରାଜସୁନାଖଳା ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଗୋଡ଼ଭଙ୍ଗା ଗାଁର ବିଜୟ ପରିଡାଙ୍କ ସ୍ତ୍ରୀ ଶୁଚିସ୍ମିତା ଶନିବାର ଏକ ସନ୍ତାନ ଜନ୍ମ କରିଥିଲେ। ହେଲେ ଶିଶୁକୁ ମୃତ ଦର୍ଶାଯାଇ ଶିଶୁକୁ ଦେଖିବାକୁ ଏପରିକି ମୃତଦେହ ଦିଆ ଯାଇନାହିଁ। ଏ ଘଟଣା ପରେ ସନ୍ଦେହରେ ଡାକ୍ତର ଓ କର୍ମଚାରୀ ରହିଛନ୍ତି। ବିଜୟଙ୍କ ମା’ ଶକୁନ୍ତଳାଙ୍କ ଅଭିଯୋଗ ଅନୁସାରେ ଶିଶୁକୁ ଗାଏବ କରି ଅନ୍ୟକୁ ବିକ୍ରି କରି ମୃତ ଦର୍ଶାଇ ଖସି ଯିବାକୁ ଉଦ୍ୟମ ହୋଇଛି କହି କାନ୍ଦି ପକାଇଛନ୍ତି। ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅନୁରୋଧ କରିଛନ୍ତି।

ମେଡିକାଲରୁ ପୁଣି ନବଜାତ ଶିଶୁ ଚୋରି ଅଭିଯୋଗ ହୋଇଛି। ଜିଲାର ରାଜସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ନବଜାତ ଚୋରି ଅଭିଯୋଗ ହୋଇଛି। ତେବେ ଶିଶୁ ଜନ୍ମ ହେବାର କିଛି ସମୟ ପରେ ମେଡିକାଲରୁ ଗାଏବ ହୋଇଯାଇଛି। ଜନ୍ମ ପରେ ନବଜାତର ଫଟୋ ପରିବାର ଲୋକେ ଉଠାଇ ଥିବାବେଳେ ବେଡ୍‌ରୁ କେହି ଶିଶୁକୁ ଚୋରି କରିନେଇଯାଇଥିବା ଥାନାରେ ଏତଲା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri