Posted inଜାତୀୟ

ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ

ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ ଜେ.ବି. ପର୍ଦ୍ଦିୱାଲା ଓ ଜଷ୍ଟିସ ଆର. ମହାଦେବନଙ୍କ ଖଣ୍ଡପୀଠ ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ସେମାନେ ନିଜ ନିଜ ରାଜ୍ୟରେ ବିଚାରାଧୀନ ଥିବା ଶିଶୁ ଚାଲାଣ ମାମଲାଭୁଡିକର ସ୍ଥିତି ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଆଗାମୀ ୬ ମାସ ମଧ୍ୟରେ ଏହାର ବିଚାର ସମ୍ପୂର୍ଣ୍ଣ କରିବାକୁ ସମସ୍ତ ଜିଲା ଅଦାଲତକୁ ନିର୍ଦ୍ଦେଶ ଦେବେ। ଆବଶ୍ୟକ ହେଲେ ଏହି ମାମଲାଗୁ ବିଚାର ପ୍ରତିଦିନ ଆଧାରରେ କରାଯିବ।

ଏହା ସହିତ ସୁପ୍ରିମକୋର୍ଟ ଆହ୍ଲାବାଦ ହାଇକୋର୍ଟ ଦ୍ୱାରା ୧୩ ଜଣ ଅଭିଯୁକ୍ତଙ୍କୁ ଦିଆଯାଇଥିବା ଜାମିନକୁ ରଦ୍ଦ କରିଛନ୍ତି। ଏହି ଅଭିଯୁକ୍ତମାନେ ଏକ ଅନ୍ତଃରାଜ୍ୟ ଶିଶୁ ଚାଲାଣ ଗ୍ୟାଙ୍ଗର ସଦସ୍ୟ ଥିଲେ। ଅଦାଲତ କହିଛନ୍ତି ଯେ, ହାଇକୋର୍ଟ ଏହି ଜାମିନ ଆବେଦନଗୁଡିକୁ ଅତ୍ୟନ୍ତ ନିରାଶଜନକ ଭାବେ ନିଷ୍ପତ୍ତି ନେଇଥିଲେ, ଯାହା ଫଳରେ ଅନେକ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।

ଅଦାଲତ ଆହୁରି କହିଛନ୍ତି ଯେ, ଶିଶୁ ଚାଲାଣ ଏକ ଗୁରୁତର ଅପରାଧ ଏବଂ ଏଥିରେ ସମ୍ପୃକ୍ତ ଅପରାଧୀମାନେ ସମାଜ ପାଇଁ ଏକ ବଡ଼ ବିପଦ। ଏହି ଅପରାଧୀମାନେ ଯେକୌଣସି ସ୍ଥାନରେ ଥାଆନ୍ତୁ ନା କାହିଁକି, ସେମାନଙ୍କ ଗତିବିଧି ଉପରେ ନଜର ରଖିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ, ହସ୍ପିଟାଲରୁ ନବଜାତ ଶିଶୁ ଚୋରି ହେଲେ ସମ୍ପୃକ୍ତ ହସ୍ପିଟାଲର ଲାଇସେନ୍ସ ତୁରନ୍ତ ରଦ୍ଦ କରାଯିବ ବୋଲି କୋର୍ଟ କହିଛନ୍ତି।

ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ଜାତୀୟ ମାନବାଧିକାର ଆୟୋଗ (NHRC) ଦ୍ୱାରା ୨୦୨୩ରେ କରାଯାଇଥିବା ଏକ ଅଧ୍ୟୟନର ସୁପାରିଶଗୁଡିକୁ ଅନୁଧ୍ୟାନ କରି କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅଧ୍ୟୟନରେ ଶିଶୁ ଚାଲାଣ ରୋକିବା ଓ ଏହା ସହ ଜ ଡିତ ଅପରାଧକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ପଦକ୍ଷେପ ସୁପାରିଶ କରାଯାଇଛି। ଏଥିସହ ଦିଲ୍ଲୀ ପୋଲିସକୁ ଏକ ଖବରକାଗଜ ରିପୋର୍ଟକୁ ଗମ୍ଭୀରତାର ସହ ନେଇ ଏପ୍ରିଲ ୨୧ ତାରିଖରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ରିପୋର୍ଟରେ ଦିଲ୍ଲୀ ଓ ଆଖପାଖ ଅଞ୍ଚଳରେ କାର୍ଯ୍ୟ କରୁଥିବା ଶିଶୁ ଚାଲାଣ ଗ୍ୟାଙ୍ଗ ସମ୍ପର୍କରେ ଉଲ୍ଲେଖ କରାଯାଇଛି। କୋର୍ଟ ଏହି ଗ୍ୟାଙ୍ଗ ବିରୋଧରେ କ’ଣ ପଦକ୍ଷେପ ନିଆଯାଉଛି, ତାହା ଜାଣିବାକୁ ଚାହିଁଛନ୍ତି। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାରେ କୌଣସି ଢିଲା ମନୋଭାବ ଦେଖାଗଲେ ତାହାକୁ କୋର୍ଟଙ୍କ ଅବମାନନା ଭାବେ ଗଣ୍ୟ କରାଯିବ ବୋଲି ସୁପ୍ରିମକୋର୍ଟ ସତର୍କ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri