ଜଙ୍ଗଲରେ ପ୍ରସବ

ଟିକିରି,୨୫।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ଅନେକ ଗାଁକୁ ଏବେ ମଧ୍ୟ ଭଲ ରାସ୍ତାଟିଏ ନାହିଁ। ଆମ୍ବୁଲାନ୍ସ ଗାଁକୁ ଯାଇପାରୁ ନ ଥିବାରୁ ରୋଗୀ ଏବଂ ଗର୍ଭବତୀ ଭାର, ଚୌକି ଏବଂ ଷ୍ଟ୍ରେଚରରେ ବୁହାହେବା ଏବଂ ବାଟରେ ପ୍ରସବ କରିବା ଏହି ଅଞ୍ଚଳ ପାଇଁ ସବୁଦିନିଆ ଘଟଣା ପାଲଟିଛି। ଶିରିପାଇ ପଞ୍ଚାୟତର କେନ୍ଦୁଗୁଡ଼ା ଗ୍ରାମରେ ଶନିବାର ପୁଣି ଏଭଳି ଏକ ଚିତ୍ର ଦେଖିବାକୁ ମିଳିଛି। ଗଁାର ଚାଚିରି ମାଝିଙ୍କ ଗର୍ଭବତୀ ସ୍ତ୍ରୀ ସିନାଇ(୩୩)ଙ୍କୁ ୨ କି.ମି. ଷ୍ଟ୍ରେଚରରେ ବୋହିନେବା ସମୟରେ ବାଟରେ ଜଙ୍ଗଲ ରାସ୍ତାରେ ସେ ପ୍ରସବ କରିଛନ୍ତି।
ଅନୁଯାୟୀ, ସିନାଇଙ୍କର ସକାଳେ ପ୍ରସବ ବେଦନା ଆରମ୍ଭ ହେଇଥିଲା। ତାଙ୍କୁ କାଶୀପୁର ସ୍ବାସ୍ଥ୍ୟକେନ୍ଦ୍ର ନେବା ପାଇଁ ସ୍ବାମୀ ୧୦୮ ଆମ୍ବୁଲାନ୍ସକୁ ଯୋଗାଯାଗ କରିଥିଲେ। ଆମ୍ବୁଲାନ୍ସ କାଶୀପୁରରୁ ଆସିଥିଲେ ମଧ୍ୟ ଭଲ ରାସ୍ତା ନ ଥିବାରୁ କେନ୍ଦୁଗୁଡ଼ାଠାରୁ ୨ କି.ମି. ପୂର୍ବରୁ କେରେଙ୍ଗାଗୁଡ଼ା ଛକରେ ଅଟକିଯାଇଥିଲା। ଆମ୍ବୁଲାନ୍ସ ଚାଳକ ପରିକ୍ଷିତ ନାୟକ ଷ୍ଟ୍ରେଚର ନେଇ ଗାଁକୁ ଚାଲି ଚାଲି ଯାଇଥିଲେ। ପରିବାର ଲୋକେ ଏବଂ ଆଶାକର୍ମୀଙ୍କ ସହାୟତାରେ ସେ ସିନାଇଙ୍କୁ ଷ୍ଟ୍ରେଚରରେ ବୋହି ଆଣିଥିଲେ। ବାଟରେ ପ୍ରସବ ପରେ ଉଭୟ ମା’ ଏବଂ ନବଜାତକଙ୍କୁ ଆମ୍ବୁଲାନ୍ସରେ ନେଇ କାଶୀପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନେ ଏବେ ସୁସ୍ଥ ଥିବା ସୂଚନା ମିଳିଛି। ଉକ୍ତ ଅଞ୍ଚଳବାସୀଙ୍କ ପାଇଁ ଏଭଳି ଘଟଣା ଦେହସୁହା ହୋଇଥିବାବେଳେ ଅନେକ ସମୟରେ ଗର୍ଭବତୀ, ପ୍ରସୂତି ଏବଂ ନବଜାତକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେଉଛି। ଆମ୍ବୁଲାନ୍ସ ଚାଳକମାନଙ୍କ ସହଯୋଗରେ ଆଉ କେତେଜଣଙ୍କ ଜୀବନ ମଧ୍ୟ ବଞ୍ଚିଯାଉଛି। ଏଭଳି ଘଟଣା ବାରମ୍ବାର ପ୍ରଶାସନର ନଜରକୁ ଆସୁଥିଲେ ମଧ୍ୟ ସବୁ ଗାଁକୁ ଭଲ ରାସ୍ତା ନ ହୋଇପାରିବା ଦୁର୍ଭାଗ୍ୟଜନକ ବୋଲି ବୁଦ୍ଧିଜୀବୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri