ଶୌଚାଳୟରେ ସନ୍ତାନ ପ୍ରସବ

ଭୁବନ, ୭।୧: ପ୍ରତିଶ୍ରୁତି ଦେଲେ। ଶାରୀରିକ ସମ୍ପର୍କ ରଖିଲେ। ହେଲେ ବିବାହ କରିବା ବେଳକୁ ମୁହଁ ଫେରାଇନେଲେ ଧୋକାବାଜ ପ୍ରେମିକ, ଯାହାର ଫଳ ଭୋଗୁଛନ୍ତି ଜଣେ ଯୁବତୀ। ଅବିବାହିତ ଥାଇ ପୁତ୍ର ସନ୍ତାନ ଜନ୍ମ ଦେଇଥିବାରୁ ତାଙ୍କ ମୁଣ୍ଡରେ ଲଦିହୋଇଛି କୁଅଁାରି ମା’ର କଳଙ୍କ। ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳରେ ଗୁରୁବାର ଘଟିଥିବା ଏଭଳି ଏକ ଘଟଣାକୁ ନେଇ ସବୁଠିଚର୍ଚ୍ଚା। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ ଅଭିଯୋଗକ୍ରମେ ଥାନାରେ ଏକ ମାମଲା(ନଂ.୧୨/୨୧) ରୁଜୁ ହୋଇଛି। ଅଭିଯୁକ୍ତ ଫେରାର ଥିବାବେଳେ ପୋଲିସ ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ଜିତେନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତା ୨୫ ବର୍ଷୀୟା ଯୁବତୀଙ୍କ ସହ ଗ୍ରାମର ଜଣେ ଯୁବକଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପ୍ରେମିକ ଜଣକ ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ଫଳସ୍ବରୂପ ସେ ଗର୍ଭବତୀ ହୋଇଯାଇଥିଲେ। ବୁଧବାର ରାତିରେ ଗର୍ଭଯନ୍ତ୍ରଣା ହେବାରୁ ପୀଡ଼ିତା ଗ୍ରାମର ସ୍କୁଲ ଘର ଶୌଚାଳୟରେ ସନ୍ତାନ ପ୍ରସବ କରିଥିଲେ। ହେଲେ ଲୋକଲଜ୍ଜା ଭୟରେ ସେଠାରେ ଶିଶୁକୁ ଛାଡ଼ି ପଳାଇ ଆସିଥିଲେ। ଗୁରୁବାର ସକାଳୁ କାନ୍ଦଣା ଶୁଣି ଗ୍ରାମବାସୀ ନବଜାତକଙ୍କୁ ଉଦ୍ଧାର କରିଥିଲେ। ପରେ ମା’ ଏବଂ ଶିଶୁଙ୍କୁ ଭୁବନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେଠାରେ ଉଭୟଙ୍କ ଚିକିତ୍ସା ଚାଲିଛି। ସୂଚନାଯୋଗ୍ୟ, ଯୁବତୀଙ୍କ ମା’ବାପାଙ୍କ ମୃତ୍ୟୁ ହୋଇଯାଇଛି। ସେ ଦାଦାଙ୍କ ଘରେ ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri