ଶୌଚାଳୟ ବାରଣ୍ଡାରେ ପ୍ରସବ

ଢେଙ୍କାନାଳ ଅଫିସ, ୨୬।୩: ଡାକ୍ତରଖାନାରେ ପ୍ରସବ ହେବ ସୁରକ୍ଷିତ। ଗର୍ଭବତୀଙ୍କୁ ସୁବିଧାରେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା, ସନ୍ତାନ ଜନ୍ମ ସମୟରେ ସର୍ବାଧିକ ସତର୍କତା ଅବଲମ୍ବନ କରିବା, ଟିକାଠାରୁ ଆରମ୍ଭ କରି ନିଃଶୁଳ୍କ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ସରକାର ଖର୍ଚ୍ଚ କରୁଛନ୍ତି ବିପୁଳ ଅର୍ଥ। ହେଲେ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୋଷ୍ଠୀ ଚିକିତ୍ସାଳୟରେ ଶୁକ୍ରବାର ଦେଖିବାକୁ ମିଳିଛି ଏହାର ବିପରୀତ ଚିତ୍ର। ଡାକ୍ତର, କର୍ମଚାରୀ ଠିକ୍‌ ସମୟରେ ଚିକିତ୍ସା ସହାୟତା ଯୋଗାଇ ନ ଦେବା ଫଳରେ ଶୌଚାଳୟ ବାରଣ୍ଡାରେ ଜଣେ ଗର୍ଭବତୀ ସନ୍ତାନ ପ୍ରସବ କରିଛନ୍ତି। ଗ୍ରାମାଞ୍ଚଳ ସ୍ବାସ୍ଥ୍ୟସେବାର ପ୍ରାଣକେନ୍ଦ୍ର କୁହାଯାଉଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅବ୍ୟବସ୍ଥା ସୁରକ୍ଷିତ ମାତୃତ୍ୱ ଅଭିଯାନ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଅଭିଯୋଗ ଅନୁଯାୟୀ, ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଥାନା ବୁଢ଼ାପଙ୍କ ଗ୍ରାମର ଦୁଷ୍ମନ୍ତ ନାୟକଙ୍କ ସ୍ତ୍ରୀ ଶୈଳ ନାୟକଙ୍କ ଶୁକ୍ରବାର ଭୋର ୪ଟାରେ ଗର୍ଭଯନ୍ତ୍ରଣା ଆରମ୍ଭ ହୋଇଥିଲା। ଜନନୀ ଏକ୍ସପ୍ରେସ୍‌ ସହାୟତାରେ ପରିବାର ଲୋକେ ତାଙ୍କୁ ସକାଳ ୭ଟା ସୁଦ୍ଧା ଓଡ଼ାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେତେବେଳେ ଡାକ୍ତରଖାନାରେ କେହି ନ ଥିଲେ। ଷ୍ଟାଫ୍‌ ନର୍ସଙ୍କ ଦେଖା ମିଳି ନ ଥିଲା। ଅପରେଶନ ଗୃହରେ ତାଲା ପଡ଼ିଥିଲା। ଫଳରେ ଶୈଳ ବାଧ୍ୟ ହୋଇ ଶୌଚାଳୟ ସମ୍ମୁଖ ବାରଣ୍ଡାରେ ବିଶ୍ରାମ ନେଇଥିଲେ। ପ୍ରସବ ବେଦନାରେ ଛଟପଟ ହୋଇ ସେ ସେଠାରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ। ଏଭଳି ବିପଦ ସମୟରେ ମେଡିକାଲ କର୍ମଚାରୀଙ୍କ ଦେଖା ମିଳି ନ ଥିବାବେଳେ ସହାୟତାର ହାତ ବଢ଼ାଇଥିଲେ ଜଣେ ସଫେଇ କର୍ମଚାରୀ। ଏଭଳି ଅଭାବନୀୟ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ କୁହନ୍ତି, ଘଟଣା ସମ୍ପର୍କରେ ସୂଚନା ମିଳିଛି। ସମ୍ପୃକ୍ତା ଷ୍ଟାଫ୍‌ ନର୍ସ ଗୁରୁବାର ଦିନ ଏବଂ ରାତିରେ ଡ୍ୟୁଟିରେ ଥିଲେ। ସକାଳେ ଫ୍ରେଶ୍‌ ହେବାକୁ ଯାଇଥିବାବେଳେ ଏହି ଘଟଣା ଘଟିଛି। ଏଭଳି ସମ୍ବେଦନଶୀଳ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri