ଶୌଚାଳୟ ବାରଣ୍ଡାରେ ପ୍ରସବ

ଢେଙ୍କାନାଳ ଅଫିସ, ୨୬।୩: ଡାକ୍ତରଖାନାରେ ପ୍ରସବ ହେବ ସୁରକ୍ଷିତ। ଗର୍ଭବତୀଙ୍କୁ ସୁବିଧାରେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା, ସନ୍ତାନ ଜନ୍ମ ସମୟରେ ସର୍ବାଧିକ ସତର୍କତା ଅବଲମ୍ବନ କରିବା, ଟିକାଠାରୁ ଆରମ୍ଭ କରି ନିଃଶୁଳ୍କ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ସରକାର ଖର୍ଚ୍ଚ କରୁଛନ୍ତି ବିପୁଳ ଅର୍ଥ। ହେଲେ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୋଷ୍ଠୀ ଚିକିତ୍ସାଳୟରେ ଶୁକ୍ରବାର ଦେଖିବାକୁ ମିଳିଛି ଏହାର ବିପରୀତ ଚିତ୍ର। ଡାକ୍ତର, କର୍ମଚାରୀ ଠିକ୍‌ ସମୟରେ ଚିକିତ୍ସା ସହାୟତା ଯୋଗାଇ ନ ଦେବା ଫଳରେ ଶୌଚାଳୟ ବାରଣ୍ଡାରେ ଜଣେ ଗର୍ଭବତୀ ସନ୍ତାନ ପ୍ରସବ କରିଛନ୍ତି। ଗ୍ରାମାଞ୍ଚଳ ସ୍ବାସ୍ଥ୍ୟସେବାର ପ୍ରାଣକେନ୍ଦ୍ର କୁହାଯାଉଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅବ୍ୟବସ୍ଥା ସୁରକ୍ଷିତ ମାତୃତ୍ୱ ଅଭିଯାନ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଅଭିଯୋଗ ଅନୁଯାୟୀ, ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଥାନା ବୁଢ଼ାପଙ୍କ ଗ୍ରାମର ଦୁଷ୍ମନ୍ତ ନାୟକଙ୍କ ସ୍ତ୍ରୀ ଶୈଳ ନାୟକଙ୍କ ଶୁକ୍ରବାର ଭୋର ୪ଟାରେ ଗର୍ଭଯନ୍ତ୍ରଣା ଆରମ୍ଭ ହୋଇଥିଲା। ଜନନୀ ଏକ୍ସପ୍ରେସ୍‌ ସହାୟତାରେ ପରିବାର ଲୋକେ ତାଙ୍କୁ ସକାଳ ୭ଟା ସୁଦ୍ଧା ଓଡ଼ାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେତେବେଳେ ଡାକ୍ତରଖାନାରେ କେହି ନ ଥିଲେ। ଷ୍ଟାଫ୍‌ ନର୍ସଙ୍କ ଦେଖା ମିଳି ନ ଥିଲା। ଅପରେଶନ ଗୃହରେ ତାଲା ପଡ଼ିଥିଲା। ଫଳରେ ଶୈଳ ବାଧ୍ୟ ହୋଇ ଶୌଚାଳୟ ସମ୍ମୁଖ ବାରଣ୍ଡାରେ ବିଶ୍ରାମ ନେଇଥିଲେ। ପ୍ରସବ ବେଦନାରେ ଛଟପଟ ହୋଇ ସେ ସେଠାରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ। ଏଭଳି ବିପଦ ସମୟରେ ମେଡିକାଲ କର୍ମଚାରୀଙ୍କ ଦେଖା ମିଳି ନ ଥିବାବେଳେ ସହାୟତାର ହାତ ବଢ଼ାଇଥିଲେ ଜଣେ ସଫେଇ କର୍ମଚାରୀ। ଏଭଳି ଅଭାବନୀୟ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ କୁହନ୍ତି, ଘଟଣା ସମ୍ପର୍କରେ ସୂଚନା ମିଳିଛି। ସମ୍ପୃକ୍ତା ଷ୍ଟାଫ୍‌ ନର୍ସ ଗୁରୁବାର ଦିନ ଏବଂ ରାତିରେ ଡ୍ୟୁଟିରେ ଥିଲେ। ସକାଳେ ଫ୍ରେଶ୍‌ ହେବାକୁ ଯାଇଥିବାବେଳେ ଏହି ଘଟଣା ଘଟିଛି। ଏଭଳି ସମ୍ବେଦନଶୀଳ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri