ରାସ୍ତାରେ କଲେ ପ୍ରସବ: ୩ କି.ମି. ଚାଲି ଚାଲି ଗଲେ

ଟିକିରି,୨୭ା୬: ପୁଣି ଜନନୀ ଯନ୍ତ୍ରଣା। ଗର୍ଭବତୀଙ୍କୁ ଚଲାଇ ଚଲାଇ ନେବା ସମୟରେ ରାସ୍ତାରେ ପ୍ରସବ କରିଛନ୍ତି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ କୋଡ଼ିପାରି ପଞ୍ଚାୟତ ଅନ୍ତର୍ଗତ ଭେଜାପଦର ଗ୍ରାମରୁ ଆସିଛି ଏପରି ଖବର। ଗାଁକୁ ଭଲ ରାସ୍ତାଟିଏ ନ ଥିବାରୁ ଆମ୍ବୁଲାନ୍ସ ଯାଇପାରୁନି। ଶନିବାର ଗାଁର ତୁଳାରାମ ନାୟକଙ୍କ ସ୍ତ୍ରୀ ମୋନାଲି ଗର୍ଭଯନ୍ତ୍ରଣା ଅନୁଭବ କରିବାରୁ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ ରାସ୍ତା ଖରାପ ଯୋଗୁ ଗାଡ଼ି ଆସି ସିଲାଫାସ ଗ୍ରାମରେ ଅଟକିଥିଲା। ପରିବାର ଲୋକେ ମୋନାଲିଙ୍କୁ ଚଲାଇ ଚଲାଇ ୩ କି.ମି. ବାଟ ନେଇଥିବାବେଳେ କାଲିଆଚଚରା ଗ୍ରାମ ନିକଟରେ ସେ ପ୍ରସବ କରିଥିବା ଜଣାପଡ଼ିଛି। ଖବର ପାଇ ୧୦୮ କର୍ମଚାରୀ ପହଞ୍ଚି ଷ୍ଟ୍ରେଚର ସାହାଯ୍ୟରେ ଗର୍ଭବତୀଙ୍କୁ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେଇଥିଲେ। ତାଙ୍କୁ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଉଥିବାବେଳେ ମା’ ଓ ଶିଶୁ ସୁସ୍ଥ ଥିବା ଜଣାପଡ଼ିଛି। ତେବେ ଆବଶ୍ୟକ ସ୍ଥଳେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯିବ ବୋଲି ମେଡିକାଲ ଅଫିସର ଅନୀଲ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସଆଇଆର କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ କାର୍ଯ୍ୟ: ଗୁଡ଼ାରି BDO, ଇଓଙ୍କୁ ପୁରସ୍କୃତ କଲେ ଉପଜିଲାପାଳ

ଗୁଡାରି,୪।୧୦(ପ୍ରମୋଦ କୁମାର ପତି ): ସରକାରଙ୍କ ଏସଆଇଆର କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଗୁଡାରି ବିଡ଼ିଓ ତଥା ଏଇଆର ଓ ଶୁଚିସ୍ମିତା ବେହେରା ଏବଂ ଏନଏସି କାର୍ଯ୍ୟ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଦଳୁଛି ସମୀକରଣ: କଂଗ୍ରେସ ଛାଡି ଭାଜପାରେ ମିଶିଲେ…

​କଲ୍ୟାଣସିଂହପୁର,୪।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖାଣ୍ଡି ପଞ୍ଚାୟତର ଆଲିଜିନିଗୁଡ଼ା ଆମ୍ବତୋଟା ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

ସିଡିପିଓ ମମତାରାଣୀ ଦାସଙ୍କ ଗୁଣୁପୁର ବଦଳି, କଲ୍ୟାଣସିଂହପୁରରେ ସମ୍ବର୍ଦ୍ଧନା….

କଲ୍ୟାଣସିଂହପୁର,୨।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସମନ୍ୱିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍) କାର୍ଯ୍ୟାଳୟ ପରିସରରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ମମତାରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?