ଗାଁ ଦାଣ୍ଡରେ ଚାଲିଛି ପିଲାଙ୍କ ପ୍ରାକ୍‌ଶିକ୍ଷା

ନନ୍ଦପୁର,୩ା୭ (ଶଙ୍କର ପୂଜାରୀ): ୦ରୁ ୬ ବର୍ଷ ଯାଏ ପିଲାଙ୍କୁ ଅଙ୍ଗନୱାଡ଼ି କେନ୍ଦ୍ରଗୁଡିକରେ ପୁଷ୍ଟିକର ଖାଦ୍ୟ, ଶୈକ୍ଷିକ ବାତାବରଣରେ ପ୍ରାକ୍‌ଶିକ୍ଷା ପ୍ରଦାନ ନେଇ ସରକାର ବ୍ୟବସ୍ଥା କରିଛନ୍ତି। ଏହାକୁ ମହିଳା ଓ ଶିଶୁ ବିକାଶ ବିଭାଗ ପରିଚାଳନା କରୁଛି। ମାତ୍ର ନନ୍ଦପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ବ୍ଲକର ଗୋଲୁର ପଞ୍ଚାୟତର ଗଙ୍ଗାଗୁଡା ଗ୍ରାମରେ କୋମଳମତି ୨୪ ଜଣ ଶିଶୁ ପ୍ରାକ୍‌ଶିକ୍ଷା ଅଙ୍ଗନୱାଡ଼ି କେନ୍ଦ୍ରର ସହାୟକଙ୍କ ଦ୍ୱାରା ଗାଁ ଦାଣ୍ଡରେ ନେଉଥିବା ଦେଖିବାକୁ ମିଳିଛି। ଗ୍ରାମରେ ଅଙ୍ଗନୱାଡ଼ି କେନ୍ଦ୍ରର ଗୃହ ନାହିଁ। ଗୃହନିର୍ମାଣ ୬ ବର୍ଷ ହେବ ଚାଲିଛି। ଫଳରେ ପିଲାମାନେ ପ୍ରାକ୍‌ ଶିକ୍ଷା ଗ୍ରହଣ କରିବାକୁ ହନ୍ତସନ୍ତ ହେଉଛନ୍ତି। ଏଥିସହ ଅଙ୍ଗନଓ୍ବାଡି କେନ୍ଦ୍ରର ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ ପ୍ରଭାବିତ ହେଉଛି। ଅଙ୍ଗନୱାଡି କେନ୍ଦ୍ରରେ ନିଯୁକ୍ତ ଅଙ୍ଗନୱାଡ଼ି କର୍ମୀ କେନ୍ଦ୍ରକୁ ଆସୁନାହାନ୍ତି। ଯାହା କିଛି ଖାଦ୍ୟ ବ୍ୟବସ୍ଥା ଓ ପିଲାଙ୍କ ପାଠ ପଢା ସହାୟକ ତୁଲାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ବାରମ୍ବାର ବ୍ଲକ ଓ ସିଡିପିଓଙ୍କ କାର୍ଯ୍ୟାଳୟରେ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନି ବୋଲି ଗ୍ରାମବାସୀ କହିଛନ୍ତି। ଏସମ୍ପର୍କରେ ସିଡିପିଓ ମିନତିବାଳା ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଲେ, କେବଳ ଗଙ୍ଗାଗୁଡା ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରର ଗୃହ ନୁହେଁ ବ୍ଲକରେ ଏଭଳି ୧୬/୧୭ଟି କେନ୍ଦ୍ର ଅର୍ଦ୍ଧ ନିର୍ମିତ ଅବସ୍ଥାରେ ପଡିରହିଛି। ବ୍ଲକ ସଦର ମହକୁମାର ଶିଶୁ ବିକାଶ କାର୍ଯ୍ୟାଳୟ ପାର୍ଶ୍ୱରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ର ସମେତ କୁମ୍ଭାର ସାହି ଅଙ୍ଗନୱାଡ଼ି କେନ୍ଦ୍ର ଅବସ୍ଥା ମଧ୍ୟ ସମାନ ସେ ଥିବା କହିଛନ୍ତି। ତେବେ ଅଙ୍ଗନୱାଡି କର୍ମୀ କେନ୍ଦ୍ରକୁ ଆସୁ ନ ଥିବା ଅଭିଯୋଗର ଯାଞ୍ଚ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri