ଗାଁ ଦାଣ୍ଡରେ ଚାଲିଛି ପିଲାଙ୍କ ପ୍ରାକ୍‌ଶିକ୍ଷା

ନନ୍ଦପୁର,୩ା୭ (ଶଙ୍କର ପୂଜାରୀ): ୦ରୁ ୬ ବର୍ଷ ଯାଏ ପିଲାଙ୍କୁ ଅଙ୍ଗନୱାଡ଼ି କେନ୍ଦ୍ରଗୁଡିକରେ ପୁଷ୍ଟିକର ଖାଦ୍ୟ, ଶୈକ୍ଷିକ ବାତାବରଣରେ ପ୍ରାକ୍‌ଶିକ୍ଷା ପ୍ରଦାନ ନେଇ ସରକାର ବ୍ୟବସ୍ଥା କରିଛନ୍ତି। ଏହାକୁ ମହିଳା ଓ ଶିଶୁ ବିକାଶ ବିଭାଗ ପରିଚାଳନା କରୁଛି। ମାତ୍ର ନନ୍ଦପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ବ୍ଲକର ଗୋଲୁର ପଞ୍ଚାୟତର ଗଙ୍ଗାଗୁଡା ଗ୍ରାମରେ କୋମଳମତି ୨୪ ଜଣ ଶିଶୁ ପ୍ରାକ୍‌ଶିକ୍ଷା ଅଙ୍ଗନୱାଡ଼ି କେନ୍ଦ୍ରର ସହାୟକଙ୍କ ଦ୍ୱାରା ଗାଁ ଦାଣ୍ଡରେ ନେଉଥିବା ଦେଖିବାକୁ ମିଳିଛି। ଗ୍ରାମରେ ଅଙ୍ଗନୱାଡ଼ି କେନ୍ଦ୍ରର ଗୃହ ନାହିଁ। ଗୃହନିର୍ମାଣ ୬ ବର୍ଷ ହେବ ଚାଲିଛି। ଫଳରେ ପିଲାମାନେ ପ୍ରାକ୍‌ ଶିକ୍ଷା ଗ୍ରହଣ କରିବାକୁ ହନ୍ତସନ୍ତ ହେଉଛନ୍ତି। ଏଥିସହ ଅଙ୍ଗନଓ୍ବାଡି କେନ୍ଦ୍ରର ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ ପ୍ରଭାବିତ ହେଉଛି। ଅଙ୍ଗନୱାଡି କେନ୍ଦ୍ରରେ ନିଯୁକ୍ତ ଅଙ୍ଗନୱାଡ଼ି କର୍ମୀ କେନ୍ଦ୍ରକୁ ଆସୁନାହାନ୍ତି। ଯାହା କିଛି ଖାଦ୍ୟ ବ୍ୟବସ୍ଥା ଓ ପିଲାଙ୍କ ପାଠ ପଢା ସହାୟକ ତୁଲାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ବାରମ୍ବାର ବ୍ଲକ ଓ ସିଡିପିଓଙ୍କ କାର୍ଯ୍ୟାଳୟରେ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନି ବୋଲି ଗ୍ରାମବାସୀ କହିଛନ୍ତି। ଏସମ୍ପର୍କରେ ସିଡିପିଓ ମିନତିବାଳା ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଲେ, କେବଳ ଗଙ୍ଗାଗୁଡା ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରର ଗୃହ ନୁହେଁ ବ୍ଲକରେ ଏଭଳି ୧୬/୧୭ଟି କେନ୍ଦ୍ର ଅର୍ଦ୍ଧ ନିର୍ମିତ ଅବସ୍ଥାରେ ପଡିରହିଛି। ବ୍ଲକ ସଦର ମହକୁମାର ଶିଶୁ ବିକାଶ କାର୍ଯ୍ୟାଳୟ ପାର୍ଶ୍ୱରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ର ସମେତ କୁମ୍ଭାର ସାହି ଅଙ୍ଗନୱାଡ଼ି କେନ୍ଦ୍ର ଅବସ୍ଥା ମଧ୍ୟ ସମାନ ସେ ଥିବା କହିଛନ୍ତି। ତେବେ ଅଙ୍ଗନୱାଡି କର୍ମୀ କେନ୍ଦ୍ରକୁ ଆସୁ ନ ଥିବା ଅଭିଯୋଗର ଯାଞ୍ଚ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri