ପିଲାଦିନର ନିମୋନିଆ ଯୋଗୁ ବୟସ୍କ ଅବସ୍ଥାରେ ମୃତ୍ୟୁ ହେବାର ଆଶଙ୍କା ଅଧିକ: ଲାନସେଟ ରିପୋର୍ଟ…

ଓ୍ବାଶିଂଟନ,୮।୩ : ଦ ଲାନସେଟ ଜର୍ଣ୍ଣାଲରେ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ ଯଦି କୌଣସି ବ୍ୟକ୍ତିଙ୍କର ପିଲାଦିନରେ ଦୁଇ ବର୍ଷ ବୟସ ପର୍ଯ୍ୟନ୍ତ ବ୍ରୋଙ୍କାଇଟିସ କିମ୍ବା ନିମୋନିଆ ଭଳି ସମସ୍ୟା ଥାଏ, ତେବେ ସେ ବଡ ହେବା ପରେ ଶ୍ୱାସ ରୋଗରେ ମୃତ୍ୟୁ ହେବାର ଆଶଙ୍କା ଅଧିକଥାଏ। ରିପୋର୍ଟ ଅନୁଯାୟୀ, ଯଦି ୨୬ ରୁ ୭୩ବର୍ଷ ବୟସରେ ଏପରି ଲୋକଙ୍କର କୌଣସି ଶ୍ୱାସକ୍ରିୟା ସମସ୍ୟା ହୁଏ, ତେବେ ଅନ୍ୟମାନଙ୍କ ତୁଳନାରେ ସେମାନଙ୍କର ମୃତ୍ୟୁ ସମ୍ଭାବନା ୯୩ ପ୍ରତିଶତ ଅଧିକ ରହିଥାଏ। ଏହିପରି ଲୋକମାନେ ଅକାଳରେ ମରିପାରନ୍ତି।

ଅନୁସନ୍ଧାନକାରୀମାନେ ଦାବି କରିଛନ୍ତି ଯେ କ୍ରୋନିକ ଶ୍ୱାସକ୍ରିୟା ଅସୁବିଧା ଏକ ପ୍ରମୁଖ ଜନସ୍ବାସ୍ଥ୍ୟ ସମସ୍ୟା ଅଟେ। ୨୦୧୭ରେ, ଆନୁମାନିକ ୩,୯ ନିୟୁତ ଲୋକ ଏହା ଯୋଗୁ ମୃତ୍ୟୁ ଘଟିଥିଲା। ଯାହାକି ବିଶ୍ୱରେ ସମସ୍ତ ମୃତ୍ୟୁର ସାତ ପ୍ରତିଶତ ଅଟେ।

ରିପୋର୍ଟ ଅନୁଯାୟୀ, ଅଧିକାଂଶ ମୃତ୍ୟୁର କାରଣ ହେଉଛି କ୍ରନିକ ଅବଷ୍ଟ୍ରକ୍ଟିଭ ଫୁସଫୁସ ରୋଗ (ସିଓପିଡି)। ପିଲାଦିନେ ଯଦି କାହାର ଫୁସଫୁସ ସମସ୍ୟା ଥାଏ, ତେବେ ସେ ବଡ ହେଲେ ଫୁସଫୁସ ଦୁର୍ବଳ ହୋଇଯାଏ । ଇମ୍ପେରିଆଲ କଲେଜ ଲଣ୍ଡନର ଅଧ୍ୟୟନ ନେତା ଜେମ୍ସ ଆଲିନ୍ସନ କହିଛନ୍ତି ଯେ ବୟସ୍କଙ୍କ ଶ୍ୱାସକ୍ରିୟା ସମସ୍ୟା ପାଇଁ ବର୍ତ୍ତମାନର ପ୍ରତିଷେଧକ ବ୍ୟବସ୍ଥା ମୁଖ୍ୟତଃ ଧୂମପାନ କରୁଥିବା ଜୀବନଶୈଳୀ ବିପଦ ଉପରେ ଧ୍ୟାନ ଦେଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri