ନିଶା କବଳରେ ଶୈଶବ: ରାଜ୍ୟପାଳ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ପୋଲିସ ଏକାଡେମୀରେ ଗୁରୁବାର ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ‘ପାସିଂ ଆଉଟ୍‌ ପରେଡ୍‌’ ଆୟୋଜନ କରାଯାଇଥିଲା। ଏଥିରେ ପଞ୍ଚମ ବ୍ୟାଚ୍‌ର ୭ଜଣ ଡିଏସ୍‌ପି ଏବଂ ୧୦ମ ବ୍ୟାଚରେ ଉତ୍ତୀର୍ଣ୍ଣ ହୋଇଥିବା ୧୯୧ଜଣ ସବ୍‌ଇନ୍ସପେକ୍ଟର ଭାଗ ନେଇଥିଲେ। ସମସ୍ତଙ୍କୁ ଶପଥ ପାଠ କରାଯାଇଥିଲା। କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ। ନିଶା କାରବାର ଓ ସେବନରୁ ସବୁ ଅପରାଧ ଘଟୁଛି। ନାବାଳକ ତଥା ଶୈଶବମାନେ ନିଶା କବଳରେ ପଡୁଛନ୍ତି। ଓଡ଼ିଶାର ଭବିଷ୍ୟତଙ୍କୁ ନିଶା ଭଳି ରାକ୍ଷସ କବଳରୁ ବଞ୍ଚାଇବା ପାଇଁ ସେ ଅଧିକାରୀମାନଙ୍କୁ ରାଜ୍ୟପାଳ ଆହ୍ବାନ ଦେଇଥିଲେ। ତାଲିମ ସମୟରେ ବିଭିନ୍ନ ବର୍ଗର ପରୀକ୍ଷାରେ ଅଧିକ ନମ୍ବର ରଖିଥିବା ୫ମ ବ୍ୟାଚର ୭ ଜଣ ଡିଏସ୍‌ପି ଓ ୧୦ମ ବ୍ୟାଚର ୧୩ ଜଣ ଏସ୍‌ଆଇଙ୍କୁ ମେଡାଲ ଦିଆଯାଇ ସମ୍ମାନିତ କରାଯାଇଥିଲା। ସେହିପରି ୨୦୧୬-୨୦୧୭ ଓ ୨୦୧୮-୧୯ମସିହାର ଟ୍ରେନିଂ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ୯ଜଣ ପୋଲିସ ଅଧିକାରୀଙ୍କୁ ‘ୟୁନିୟନ ହୋମ୍‌ ମିନିଷ୍ଟର ମେଡାଲ ଫର୍‌ ଏକ୍ସିଲେନ୍ସ ଇନ୍‌ ପୋଲିସ’ ସମ୍ମାନ ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ଡିଜି ଅଭୟଙ୍କ ସହ ବରିଷ୍ଠ ଆଇପିଏସ ତଥା ବିପିଏସ୍‌ପିଏ ନିର୍ଦ୍ଦେଶକ ଏଡିଜି ଅରୁଣ କୁମାର ଷଡ଼ଙ୍ଗୀ, ଆଇଜି(ଅପରେଶନ) ଅମିତାଭ ଠାକୁର, ଆଇଜି (ବିପିଏସ୍‌ପିଏ) ଏସ୍‌. ସାଇନି, ଡିଆଇଜି (ଗୋଇନ୍ଦା) ଅନୁପ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri