ନିଶା କବଳରେ ଶୈଶବ: ରାଜ୍ୟପାଳ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ପୋଲିସ ଏକାଡେମୀରେ ଗୁରୁବାର ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ‘ପାସିଂ ଆଉଟ୍‌ ପରେଡ୍‌’ ଆୟୋଜନ କରାଯାଇଥିଲା। ଏଥିରେ ପଞ୍ଚମ ବ୍ୟାଚ୍‌ର ୭ଜଣ ଡିଏସ୍‌ପି ଏବଂ ୧୦ମ ବ୍ୟାଚରେ ଉତ୍ତୀର୍ଣ୍ଣ ହୋଇଥିବା ୧୯୧ଜଣ ସବ୍‌ଇନ୍ସପେକ୍ଟର ଭାଗ ନେଇଥିଲେ। ସମସ୍ତଙ୍କୁ ଶପଥ ପାଠ କରାଯାଇଥିଲା। କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ। ନିଶା କାରବାର ଓ ସେବନରୁ ସବୁ ଅପରାଧ ଘଟୁଛି। ନାବାଳକ ତଥା ଶୈଶବମାନେ ନିଶା କବଳରେ ପଡୁଛନ୍ତି। ଓଡ଼ିଶାର ଭବିଷ୍ୟତଙ୍କୁ ନିଶା ଭଳି ରାକ୍ଷସ କବଳରୁ ବଞ୍ଚାଇବା ପାଇଁ ସେ ଅଧିକାରୀମାନଙ୍କୁ ରାଜ୍ୟପାଳ ଆହ୍ବାନ ଦେଇଥିଲେ। ତାଲିମ ସମୟରେ ବିଭିନ୍ନ ବର୍ଗର ପରୀକ୍ଷାରେ ଅଧିକ ନମ୍ବର ରଖିଥିବା ୫ମ ବ୍ୟାଚର ୭ ଜଣ ଡିଏସ୍‌ପି ଓ ୧୦ମ ବ୍ୟାଚର ୧୩ ଜଣ ଏସ୍‌ଆଇଙ୍କୁ ମେଡାଲ ଦିଆଯାଇ ସମ୍ମାନିତ କରାଯାଇଥିଲା। ସେହିପରି ୨୦୧୬-୨୦୧୭ ଓ ୨୦୧୮-୧୯ମସିହାର ଟ୍ରେନିଂ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ୯ଜଣ ପୋଲିସ ଅଧିକାରୀଙ୍କୁ ‘ୟୁନିୟନ ହୋମ୍‌ ମିନିଷ୍ଟର ମେଡାଲ ଫର୍‌ ଏକ୍ସିଲେନ୍ସ ଇନ୍‌ ପୋଲିସ’ ସମ୍ମାନ ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ଡିଜି ଅଭୟଙ୍କ ସହ ବରିଷ୍ଠ ଆଇପିଏସ ତଥା ବିପିଏସ୍‌ପିଏ ନିର୍ଦ୍ଦେଶକ ଏଡିଜି ଅରୁଣ କୁମାର ଷଡ଼ଙ୍ଗୀ, ଆଇଜି(ଅପରେଶନ) ଅମିତାଭ ଠାକୁର, ଆଇଜି (ବିପିଏସ୍‌ପିଏ) ଏସ୍‌. ସାଇନି, ଡିଆଇଜି (ଗୋଇନ୍ଦା) ଅନୁପ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?