ପିଲା, ବୟସ୍କଙ୍କୁ ବାରଣ

ଢେଙ୍କାନାଳ ଅଫିସ,୨୮ା୨: ଢେଙ୍କାନାଳ ଜିଲା କପିଳାସ୍ଥିତ ମହାପ୍ରଭୁ ଚନ୍ଦ୍ରଶେଖର ଜୀଉ ମହାଦେବଙ୍କ ପୀଠରେ ଆସନ୍ତା ୧ ତାରିଖରେ ହେବାକୁ ଥିବା ମହାଶିବରାତ୍ରୀ ଓ ଜାଗରଯାତ୍ରା ପ୍ରସ୍ତୁତି ନିମନ୍ତେ ରବିବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଜାଗର ଯାତ୍ରାକୁ ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଓ ୧୦ ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ ଆସିବାକୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି। ସେହିପରି ଜିଲା ବାହାର ଶ୍ରଦ୍ଧାଳୁଙ୍କୁ ପୀଠକୁ ବାରଣ କରାଯାଇଛି। କେବଳ ଜିଲାବାସୀ ଯେଉଁମାନେ କୋଭିଡର ଡବଲ ଡୋଜ୍‌ ଟିକା ନେଇଥିବେ ସେମାନେ ଜାଗର ଯାତ୍ରାକୁ ଆସିପାରିବେ। ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯିବା ସହ ସାମାଜିକ ଦୂରତ୍ୱ ଅନୁପାଳନକୁ ଗୁରୁତ୍ୱ ଦିଆଯିବ। କେବଳ ସରକାରୀ କାର୍ଯ୍ୟରେ ନିୟୋଜିତ ଓ ଅନୁମତିପ୍ରାପ୍ତ ଯାନବାହାନକୁ ଛାଡି ସାଧାରଣ ଲୋକଙ୍କ କୌଣସି ଯାନବାହାନ ପୀଠ ଉପରକୁ ଯିବା ବାରଣ କରାଯାଇଛି। ଚା, ଜଳଖିଆ, ଖାଦ୍ୟ ଆଦି ଦୋକାନ ବ୍ୟବସାୟକୁ ଛାଡି ଅନ୍ୟ ବ୍ୟବସାୟକୁ ବାରଣ କରାଯାଇଛି। ମନ୍ଦିର ପରିସରକୁ ପରିସ୍କାର ପରିଚ୍ଛନ୍ନ ସହିତ ନିୟମିତ ବିଶୋଧନ ଉପରେ ବିଶେଷ ଧ୍ୟାନ ଦିଆଯାଇଛି। ଝରଣା ଜଳ ବିଶୋଧନ, ଅସ୍ଥାୟୀ ପରିଶ୍ରାଗାର ସ୍ଥାପନ, ଆଲୋକ ବ୍ୟବସ୍ଥା, ଆଶୁ ଚିକିତ୍ସା, ଟିକାକରଣ, ଥର୍ମାଲ ଟେଷ୍ଟିଂ, ସ୍ବେଚ୍ଛାସେବୀଙ୍କ ନିୟୋଜନ, ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଆଦି ସମସ୍ତ ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ ଉପସ୍ଥିତ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏସ୍‌ପି ଏଲ ଦିବ୍ୟା ଭି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ନିର୍ବାହୀ ଯନ୍ତ୍ରୀ ସୁରେନ୍ଦ୍ର କୁମାର ବେହେରା, ପୂର୍ତବିଭାଗ ଅଧିକ୍ଷଣ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ, ଜିଲା ରେଡକ୍ରସ ଶାଖା ଉପସଭାପତି ବିରଞ୍ଚି ନାରାୟଣ ପାଣି, ସେବାୟତ ନିରଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri