ଅର୍ଥ ଉପାର୍ଜନ ଲାଗି ବିପଦରେ ଶିଶୁ

ପାରଳାଖେମୁଣ୍ଡି,୨୫।୬(ପାରଳାଖେମୁଣ୍ଡି):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ପବିତ୍ର ରଥ ଯାତ୍ରା ଉପଲକ୍ଷେ ବିଭିନ୍ନ ଜାକଜକମ ସାମଗ୍ରୀ ଠାରୁ ଆରମ୍ଭ କରି ମୀନାବଜାର, ବିଭିନ୍ନ ଦୋକାନମାନ ଖୋଲାଯାଇଛି। ସେହିପରି ରାଜ୍ୟ ବାହାରୁ ଆସିଥିବା ବିଭିନ୍ନ ଲୋକେ ନାନା ଉପାୟରେ ଅର୍ଥ ଉପାର୍ଜନ କରୁଛନ୍ତି। କେହି ଭିକ ମାଗୁଛନ୍ତି ତ ଆଉ କିଏ ବିଭିନ୍ନ ବେଶରେ ଟଙ୍କା ମାଗୁଥିବା ଦେଖିବାକୁ ମିଳୁଛି। ଯାତ୍ରାକୁ ଆସୁଥିବା ଅଧିକାଂଶ ଲୋକେ ଏମାନଙ୍କ ପ୍ରତି ଦୟାଦେଖାଇ ୫ଟଙ୍କାରୁ ୧୦ଟଙ୍କା ଦେଉଥିବା ଦେଖାଯାଉଛି। ହେଲେ ଅର୍ଥ ଉପାର୍ଜନ ନିମନ୍ତେ ଶିଶୁଙ୍କୁ ବିପଦ ମୁହଁକୁ ଠେଲି ଦେଉଥିବା ଆଲୋଚନା ହେଉଛି। ଶିଶୁଙ୍କୁ ବିଭିନ୍ନ ବେଶ ଲାଗି ରାସାୟନିକ ରଙ୍ଗ ବୋଳି ଦେଇଥାନ୍ତି ଏବଂ ସେମାନଙ୍କୁ ଚରିତ୍ର ବେଶ ଅନୁଯାୟୀ ଠିଆ ହେବାକୁ କହିଥାନ୍ତି । ନିରୂପାୟ ଶିଶୁମାନେ ଘଣ୍ଟା ଘଣ୍ଟା ଧରି ଠିଆ ହୋଇ ରହିଥାନ୍ତି। ଦେହରେ ରାସାୟନିକ ରଙ୍ଗ ସାଙ୍ଗକୁ ଖରା ବର୍ଷାରେ ଠିଆ ହୋଇ ରହୁଛନ୍ତି। ଏହି ଶିଶୁମାନଙ୍କୁ ବେଶ ପକାଇବା ପାଇଁ ଆଣିଥିବା ଲୋକେ ଅର୍ଥ ଉପାର୍ଜନ କରି ଲାଭାନ୍ବିତ ହେଉଛନ୍ତି। ହେଲେ ନିରୀହ ଶିଶୁମାନେ ଭବିଷ୍ୟତରେ ଯେ ବିପଦର ସମ୍ମୁଖୀନ ହେବେ ସେ ନେଇ ସେମାନଙ୍କ ନଜର ନାହିଁ। ରାଜ୍ୟ ସରକାର ଶିଶୁଙ୍କ ଯତ୍ନ ଲାଗି ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଜିଲାରେ ଶିଶୁ ଯତ୍ନ ଲାଗି ବିଭିନ୍ନ ସଚେତନତା ସୃଷ୍ଟି କରାଯାଉଛି। କିନ୍ତୁ ଏହି ଦୃଶ୍ୟ ଦେଖିଲେ ପ୍ରଶାସନ ଯେପରି ଆଖିବୁଜିଦେଇଥିବା ଭଳି ମନେହୁଏ। ଏପରି ଶିଶୁଙ୍କୁ ତାଡନା ଦେଉଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri