୫ରୁ ୧୮ ବର୍ଷର ପିଲା ପାଇବେ ବିଏସ୍‌କଓ୍ବୋଇ ଚିକିତ୍ସା ସେବା

ଭୁବନେଶ୍ୱର, ୩୦ା୮(ଅସମାପିକା ସାହୁ): ଏଣିକି ୫ରୁ ୧୮ବର୍ଷ ବୟସର ପିଲାମାନେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କଓ୍ବୋଇ) କାର୍ଡରେ ଚିକିତ୍ସା ସେବା ପାଇପାରିବେ। ରାଶନ କାର୍ଡରେ ନାଁ ନ ଥିଲେ ମଧ୍ୟ ସେମାନେ ଚିକିତ୍ସାରୁ ବଞ୍ଚତ୍ତ ହେବେନାହିଁ। ଯେଉଁମାନଙ୍କର ନାଁ ଏନ୍‌ଏଫ୍‌ଏସ୍‌ଏ/ଏସ୍‌ଏଫ୍‌ଏସ୍‌ଏସ୍‌ ଡାଟାବେସ୍‌ରେ ନାହିଁ, ସେମାନଙ୍କ ଚିକିତ୍ସା ମଧ୍ୟ ସୁରୁଖୁରୁରେ ହୋଇପାରିବ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ମଙ୍ଗଳବାର ବିଏସ୍‌କଓ୍ବୋଇ ସହ ଜଡ଼ିତ ହୋଇଥିବା ସମସ୍ତ ହସ୍ପିଟାଲକୁ ଚିଠି ଲେଖି ଅବଗତ କରାଇଛନ୍ତି। ଉପଯୁକ୍ତ ତଥ୍ୟ ପ୍ରଦାନ କରି ଅଭିଭାବକମାନେ ନିଜ ପିଲାଙ୍କ ନାଁ ସାମିଲ କରିପାରିବେ। ଗତ କିଛିଦିନ ହେବ ଏଭଳି ସମସ୍ୟା ଦେଖାଦେଇଥିବା ସ୍ବାସ୍ଥ୍ୟ ବିଭାଗ ଜାଣିବାକୁ ପାଇଥିଲା। ପିଲାଙ୍କ ନାମ ରାଶନ କାର୍ଡରେ ପଞ୍ଜୀକୃତ ହୋଇ ନ ଥିବାରୁ ବିଏସ୍‌କଓ୍ବୋଇରେ ଚିକିତ୍ସା ସେବା ମିଳିପାରୁ ନ ଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୫ରୁ ୧୮ବର୍ଷ ବୟସର ପିଲାଙ୍କୁ ବିଏସ୍‌କଓ୍ବୋଇରେ ଅନ୍ତର୍ଭୁକ୍ତ କରିଛନ୍ତି। ଏଣିକି ଏହି ବର୍ଗର ପିଲାଙ୍କ ଚିକିତ୍ସାରେ ଆଉ କୌଣସି ସମସ୍ୟା ହେବ ନାହିଁ ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି। ଉଲ୍ଲେଖଯୋଗ୍ୟ, ୫ବର୍ଷରୁ କମ୍‌ ବୟସ୍କ ପିଲା ଏହି ଯୋଜନାରେ ପୂର୍ବରୁ ଚିକିତ୍ସା ସେବା ପାଉଛନ୍ତି। ସୂଚନାଯୋଗ୍ୟ, ୨୦୧୮ ଅଗଷ୍ଟ ୧୫ ତାରିଖରେ ବିଏସ୍‌କଓ୍ବୋଇ ଆରମ୍ଭ ହୋଇଥିଲା। ଏହି ଯୋଜନାରେ ମହିଳାଙ୍କ ପାଇଁ ବାର୍ଷିକ ୧୦ଲକ୍ଷ ଟଙ୍କା ଏବଂ ପୁରୁଷଙ୍କ ପାଇଁ ୫ଲକ୍ଷ ଟଙ୍କା ଚିକିତ୍ସା ଖର୍ଚ୍ଚ ମିଳୁଛି। ବର୍ତ୍ତମାନ ୯୯, ୯୦୦ ପରିବାରର ୩କୋଟି ୫୬ଲକ୍ଷ ହିତାଧିକାରୀଙ୍କ ପାଖରେ ବିଏସ୍‌କଓ୍ବୋଇ ସ୍ମାର୍ଟକାର୍ଡ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri