Posted inଜାତୀୟ

୧୨-୧୪ ବର୍ଷ ପିଲାଙ୍କୁ ୧୬ରୁ ଟିକା

ନୂଆଦିଲ୍ଲୀ,୧୫ା୩(ପି.ଟି.):ଆସନ୍ତା ୧୬ ତାରିଖ ବୁଧବାରଠାରୁ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ କୋଭିଡ୍‌ ଟିକା ଦିଆଯିବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୋମବାର ଏହା ଘୋଷଣା କରିଛନ୍ତି। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋର୍ବେଭାକ୍ସ ଟିକା ଏହି ପିଲାମାନଙ୍କୁ ଦିଆଯିବ। ଏନେଇ ଟୁଇଟ୍‌ କରି ମାଣ୍ଡବ୍ୟ କହିଛନ୍ତି, ପିଲା ସୁରକ୍ଷିତ ହେଲେ ଦେଶ ସୁରକ୍ଷିତ ହେବ। ତେଣୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଟିକା ଦେବା ସାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ୬୦ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ପ୍ରିକଶନ ଡୋଜ୍‌ ଦିଆଯିବ ବୋଲି ସେ କହିଛନ୍ତି। ପୂର୍ବରୁ ବହୁବିଧ ରୋଗ ଥିବା ୬୦ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଏହି ବୁଷ୍ଟର ଡୋଜ୍‌ ଦିଆଯାଉଥିଲା। ଭାରତ ସରକାର ବିଶେଷଜ୍ଞ କମିଟି ସହ ବିଚାର ବିମର୍ଶ ପରେ ୨୦୦୮ରୁ ୨୦୧୦ ମଧ୍ୟରେ ଜନ୍ମିତ ସମସ୍ତ ପିଲାଙ୍କୁ କୋଭିଡ୍‌ ଟିକା ଦେବା ଲାଗି ନିଷ୍ପତ୍ତି ନେଇଛନ୍ତି।
ସରକାରୀ ସୂତ୍ର ଅନୁଯାୟୀ ୧୨ରୁ ୧୪ ବର୍ଷ ବୟସ ବର୍ଗର ପ୍ରାୟ ୭.୧୧ କୋଟି ପିଲାଙ୍କୁ ଟିକା ଦିଆଯିବ। ବର୍ତ୍ତମାନ ସୁଦ୍ଧା ବାୟୋଲୋଜିକାଲ-ଇ କେନ୍ଦ୍ର ସରକାରଙ୍କୁ ୫ କୋଟି କୋର୍ବେଭାକ୍ସ ଡୋଜ୍‌ ଯୋଗାଇଦେଇଛି। କେନ୍ଦ୍ର ଏହାକୁ ରାଜ୍ୟଗୁଡ଼ିକ ନିକଟକୁ ପଠାଇବ। କରୋନା ସଂକ୍ରମଣ ହ୍ରାସ ପାଇବା ପରେ ଏବେ ଦେଶବ୍ୟାପୀ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିଥିବାବେଳେ ପିଲାମାନଙ୍କୁ ଟିକା ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏବେ ୧୫ରୁ ୧୭ ବର୍ଷ ବୟସ ବର୍ଗର ପିଲାଙ୍କୁ ଟିକାଦାନ ଜାରି ରହିଛି।
ସୂଚନାଯୋଗ୍ୟ, ୨୦୨୧ ଜାନୁୟାରୀ ୧୬ରୁ ଦେଶରେ କୋଭିଡ୍‌ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ପ୍ରଥମେ ସ୍ବାସ୍ଥ୍ୟସେବା କର୍ମଚାରୀ, ପରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯିବା ପରେ ସେହିବର୍ଷ ମାର୍ଚ୍ଚ ୧ରୁ ୬୦ ବର୍ଷରୁ ଊର୍ଦ୍ଧ୍ୱ ଏବଂ ବିଭିନ୍ନ ରୋଗ ଥିତ୍ବା ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକାଦାନ ଆରମ୍ଭ ହୋଇଥିଲା। ଏପ୍ରିଲ ୧ରୁ ୪୫ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ଟିକା ନେବା ଲାଗି ସୁଯୋଗ ଦିଆଯାଇଥିବାବେଳେ ମେ’ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ଟିକା ନେବା ଲାଗି ଅନୁମତି ମିଳିଥିଲା। ଚଳିତ ବର୍ଷ ଜାନୁୟାରୀ ୩ରୁ ୧୫ରୁ ୧୭ ବର୍ଷ ବୟସ ବର୍ଗର କିଶୋରୀ କିଶୋରଙ୍କୁ କୋଭିଡ୍‌ ଟିକା ଏବଂ ଜାନୁୟାରୀ ୧୦ରୁ ୬୦ ବର୍ଷରୁ ଊର୍ଦ୍ଧ୍ୱ ତଥା ବହୁବିଧ ରୋଗ ଥିବା ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri