Posted inଜାତୀୟ

୧୨-୧୪ ବର୍ଷ ପିଲାଙ୍କୁ ୧୬ରୁ ଟିକା

ନୂଆଦିଲ୍ଲୀ,୧୫ା୩(ପି.ଟି.):ଆସନ୍ତା ୧୬ ତାରିଖ ବୁଧବାରଠାରୁ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ କୋଭିଡ୍‌ ଟିକା ଦିଆଯିବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୋମବାର ଏହା ଘୋଷଣା କରିଛନ୍ତି। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋର୍ବେଭାକ୍ସ ଟିକା ଏହି ପିଲାମାନଙ୍କୁ ଦିଆଯିବ। ଏନେଇ ଟୁଇଟ୍‌ କରି ମାଣ୍ଡବ୍ୟ କହିଛନ୍ତି, ପିଲା ସୁରକ୍ଷିତ ହେଲେ ଦେଶ ସୁରକ୍ଷିତ ହେବ। ତେଣୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଟିକା ଦେବା ସାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ୬୦ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ପ୍ରିକଶନ ଡୋଜ୍‌ ଦିଆଯିବ ବୋଲି ସେ କହିଛନ୍ତି। ପୂର୍ବରୁ ବହୁବିଧ ରୋଗ ଥିବା ୬୦ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଏହି ବୁଷ୍ଟର ଡୋଜ୍‌ ଦିଆଯାଉଥିଲା। ଭାରତ ସରକାର ବିଶେଷଜ୍ଞ କମିଟି ସହ ବିଚାର ବିମର୍ଶ ପରେ ୨୦୦୮ରୁ ୨୦୧୦ ମଧ୍ୟରେ ଜନ୍ମିତ ସମସ୍ତ ପିଲାଙ୍କୁ କୋଭିଡ୍‌ ଟିକା ଦେବା ଲାଗି ନିଷ୍ପତ୍ତି ନେଇଛନ୍ତି।
ସରକାରୀ ସୂତ୍ର ଅନୁଯାୟୀ ୧୨ରୁ ୧୪ ବର୍ଷ ବୟସ ବର୍ଗର ପ୍ରାୟ ୭.୧୧ କୋଟି ପିଲାଙ୍କୁ ଟିକା ଦିଆଯିବ। ବର୍ତ୍ତମାନ ସୁଦ୍ଧା ବାୟୋଲୋଜିକାଲ-ଇ କେନ୍ଦ୍ର ସରକାରଙ୍କୁ ୫ କୋଟି କୋର୍ବେଭାକ୍ସ ଡୋଜ୍‌ ଯୋଗାଇଦେଇଛି। କେନ୍ଦ୍ର ଏହାକୁ ରାଜ୍ୟଗୁଡ଼ିକ ନିକଟକୁ ପଠାଇବ। କରୋନା ସଂକ୍ରମଣ ହ୍ରାସ ପାଇବା ପରେ ଏବେ ଦେଶବ୍ୟାପୀ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିଥିବାବେଳେ ପିଲାମାନଙ୍କୁ ଟିକା ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏବେ ୧୫ରୁ ୧୭ ବର୍ଷ ବୟସ ବର୍ଗର ପିଲାଙ୍କୁ ଟିକାଦାନ ଜାରି ରହିଛି।
ସୂଚନାଯୋଗ୍ୟ, ୨୦୨୧ ଜାନୁୟାରୀ ୧୬ରୁ ଦେଶରେ କୋଭିଡ୍‌ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ପ୍ରଥମେ ସ୍ବାସ୍ଥ୍ୟସେବା କର୍ମଚାରୀ, ପରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯିବା ପରେ ସେହିବର୍ଷ ମାର୍ଚ୍ଚ ୧ରୁ ୬୦ ବର୍ଷରୁ ଊର୍ଦ୍ଧ୍ୱ ଏବଂ ବିଭିନ୍ନ ରୋଗ ଥିତ୍ବା ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକାଦାନ ଆରମ୍ଭ ହୋଇଥିଲା। ଏପ୍ରିଲ ୧ରୁ ୪୫ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ଟିକା ନେବା ଲାଗି ସୁଯୋଗ ଦିଆଯାଇଥିବାବେଳେ ମେ’ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ଟିକା ନେବା ଲାଗି ଅନୁମତି ମିଳିଥିଲା। ଚଳିତ ବର୍ଷ ଜାନୁୟାରୀ ୩ରୁ ୧୫ରୁ ୧୭ ବର୍ଷ ବୟସ ବର୍ଗର କିଶୋରୀ କିଶୋରଙ୍କୁ କୋଭିଡ୍‌ ଟିକା ଏବଂ ଜାନୁୟାରୀ ୧୦ରୁ ୬୦ ବର୍ଷରୁ ଊର୍ଦ୍ଧ୍ୱ ତଥା ବହୁବିଧ ରୋଗ ଥିବା ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?