୨ ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ ଦିଆଯିବ କୋଭାକ୍ସିନ୍‌ ଟିକା…

ନୂଆଦିଲ୍ଲୀ,୧୨।୧୦: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇ ନେଇ ଦିଲ୍ଲୀରୁ ଖୁସି ଖବର ଆସିଛି। ଦେଶରେ ଏବେ ୨ ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ କୋଭାକ୍ସିନ୍‌ ଟିକା ଦିଆଯିବ। ଏନେଇ ସେଣ୍ଟାଲ ଡ୍ରଗ୍ସ୍‌ ଷ୍ଟାଣ୍ଡାର୍ଡ କଣ୍ଠ୍ରୋଲ ଅର୍ଗାନାଇଜେଶନ(ସିଡିଏସ୍‌ସିଓ) ବିଶେଷଜ୍ଞ କମିଟି ପକ୍ଷରୁ ଡ୍ରଗ୍ସ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିଜିସିଆଇ)ଙ୍କ ନିକଟରେ ସୁପାରିଶ କରାଯାଇଛି। ଫଳରେ ପିଲାଙ୍କୁ କରୋନା ଟିକା ଦେବା ପ୍ରାୟ ନିଶ୍ଚିତ ହୋଇଛି।

କୋଭାକ୍ସିନ୍‌ର ଟ୍ରାଏଲ୍‌ ରିପୋର୍ଟରୁ ଜଣା ପଡ଼ିଛି ଯେ, ଏହା ପିଲାଙ୍କ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାକୁ ସକ୍ଷମ। ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟ ନାହିଁ ବୋଲି ସିଡିଏସ୍‌ସିଓ ସୁପାରିଶ୍‌ରେ କୁହାଯାଇଛି।

ହାଇଦ୍ରାବାଦ୍‌ର ଭାରତ ବାୟୋଟେକ୍‌ ଏବଂ ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ (ଆଇସିଏମ୍‌ଆର୍‌)ର ମିଳିତ ସହଯୋଗରେ ଏହାକୁ ପ୍ରସ୍ତୁତ କରାଯାଇଛି। ଏହି ଟିକାର ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ଟ୍ରାଏଲ୍‌ ଶେଷ ହେବାପରେ ରିପୋର୍ଟ ଡିଜିସିଆଇ ନିକଟରେ ଦାଖଲ କରାଯାଇଥିଲା। ଏବେ ବିଶେଷଜ୍ଞ କମିଟି ଏହାକୁ ମଞ୍ଜୁରୀ ଦେଇଛନ୍ତି।

କେନ୍ଦ୍ର ସରକାରଙ୍କ ପକ୍ଷରୁ ଛୋଟ ପିଲାଙ୍କୁ କୋଭାକ୍ସିନ୍‌ ଟିକା ଦେବା ନେଇ ଖୁବ୍‌ ଶୀଘ୍ର ଗାଇଡ୍‌ଲାଇନ୍‌ ଜାରି କରାଯିବା। ଏହା ପରେ ଛୋଟ ପିଲାଙ୍କୁ ଟିକା ଦେବା ଆରମ୍ଭ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri