୫ରୁ ୧୧ ବର୍ଷର ପିଲା ନେବେ ଫାଇଜର ଟିକା

ଓ୍ବାଶିଂଟନ, ୩୧।୧୦: ଆମେରିକାର ଖାଦ୍ୟ ଓ ଔଷଧ ପ୍ରଶାସନ (ଏଫ୍‌ଡିଏ) ଫାଇଜର-ବାୟୋଏନ୍‌ଟେକ୍‌ ପ୍ରସ୍ତୁତ କୋଭିଡ୍‌ ଟିକାକୁ ୫ରୁ ୧୧ ବର୍ଷ ବୟସ ବର୍ଗର ପିଲାମାନଙ୍କ ନିମନ୍ତେ ଜରୁରୀ ବ୍ୟବହାର ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବୟସବର୍ଗର ପିଲାଙ୍କୁ କୋଭିଡ୍‌ ସଂକ୍ରମଣରୁ ସୁରକ୍ଷା ଦେବା ନିମନ୍ତେ ମଞ୍ଜୁରୀ ପାଇବାରେ ଫାଇଜର ପ୍ରଥମ ଟିକା। କମ୍ପାନୀର ସମସ୍ତ ତଥ୍ୟ ଅନୁଧ୍ୟାନ କରିବା ସହ ନିରପେକ୍ଷ ଉପଦେଷ୍ଟା କମିଟି ବିଶେଷଜ୍ଞମାନଙ୍କ ବିବରଣୀକୁ ତର୍ଜମା କରିବା ପରେ ଏଫ୍‌ଡିଏ ପିଲାମାନଙ୍କୁ ପାଇଁ ଉକ୍ତ ଟିକାକୁ ମଞ୍ଜୁରୀ ଦେବା ନିମନ୍ତେ ଭୋଟ ମାଧ୍ୟମରେ ନିଷ୍ପତ୍ତି ନେଇଥିଲା। ଦୁଇ ଡୋଜ୍‌ ବିଶିଷ୍ଟ ଏହି ଟିକା ୩ ସପ୍ତାହ ଅନ୍ତରରେ ପ୍ରଦାନ କରାଯିବ। ୧୨ ବର୍ଷ ଓ ତଦୂର୍ଦ୍ଧ୍ୱଙ୍କୁ ପ୍ରତି ଡୋଜ୍‌ରେ ୩୦ ମିଲିଗ୍ରାମ ଦିଆଯାଉଥିବାବେଳେ ୫ରୁ ୧୧ ବର୍ଷ ବୟସର ପିଲାଙ୍କୁ ୧୦ ମିଲିଗ୍ରାମ ଦିଆଯିବ। କ୍ଲିନିକାଲ ପରୀକ୍ଷାରୁ ଫାଇଜର ଟିକା କୋଭିଡ୍‌ ସଂକ୍ରମଣ ରୋକିବାରେ ୯୦.୭ ପ୍ରତିଶତ ଫଳପ୍ରଦ ସାବ୍ୟସ୍ତ ହୋଇଥିଲା। ଏହାର ନିରାପତ୍ତାକୁ ନେଇ ପ୍ରାୟ ୩,୧୦୦ ପିଲାଙ୍କ ଉପରେ ପରୀକ୍ଷା କରାଯାଇଥିଲା। ତେବେ କୌଣସି ପିଲାଙ୍କଠାରେ ଗୁରୁତର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇ ନ ଥିଲା ବୋଲି ଏଫ୍‌ଡିଏ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା

ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

ପାକିସ୍ତାନର ବୟାନବାଜି: ‘ବଞ୍ଚିବା ପାଇଁ ଭାରତର ସାହାରା ନେବାକୁ ପଡୁଛି’, ଜାଣନ୍ତୁ କିଏ କହିଲେ ଏମିତି ଯାହା ହେଉଛି ଭାଇରାଲ

ଇସଲାମାବାଦ,୪।୯: ମୋହସିନ ନକଭି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବା ପରଠାରୁ, ପାକିସ୍ତାନ କ୍ରିକେଟ ନିମ୍ନଗାମୀ ହୋଇ ପଡ଼ିଛି, ରାସ୍ତାରେ ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଦଳ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri