୨୦୦୭ ପୂର୍ବରୁ ଜନ୍ମିତ ପିଲାଙ୍କୁ ମିଳିବ ଟିକା

ଭୁବନେଶ୍ୱର, ୨୯।୧୨(ବ୍ୟୁରୋ): ରାଜ୍ୟରେ ଏବେ କିଶୋରଙ୍କ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। କିଶୋରଙ୍କୁ କେବଳ କୋଭାକ୍ସିନ ଟିକା ଦିଆଯିବ ବୋଲି କେନ୍ଦ୍ର ସରକାର ସ୍ପଷ୍ଟ କରିବା ପରେ ୧୫ରୁ ୧୮ ବର୍ଷ ବର୍ଗ ବୟସ ମଧ୍ୟରେ ଥିବା ଦ୍ୱନ୍ଦ୍ୱର ଅବସାନ ଘଟିଛି। ଏ ସମ୍ପର୍କରେ ମଙ୍ଗଳବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇ କହିଛନ୍ତି, ୨୦୦୭ ମସିହା ଜାନୁଆରୀ ୧ ତାରିଖ ପୂର୍ବରୁ ଜନ୍ମିତ ପିଲାମାନେ ଏହି ଟିକା ନେବା ପାଇଁ ଯୋଗ୍ୟ ବିବେଚିତ ହେବେ। ଟିକା ପାଇଁ ସେମାନେ ଅନଲାଇନ୍‌ କିମ୍ବା ଅନ୍‌ସାଇଟ ପଞ୍ଜୀକରଣ କରିପାରିବେ। ପରିସ୍ଥିତିକୁ ଦେଖି କିଶୋରଙ୍କ ଟିକାକରଣ ପାଇଁ ସ୍ଥାନ ବଛାଯିବ। ସୁବିଧା ହେଲେ ସେମାନଙ୍କ ଟିକା ଅଲଗା କରାଯିବ ନଚେତ୍‌ ଯେଉଁ ସ୍ଥାନରେ ବର୍ତ୍ତମାନ ଟିକାକରଣ ଚାଲିଛି ସେହିଠାରେ ଅଲଗା ଧାଡ଼ି କରି ଟିକା ଦିଆଯିବ। କିଶୋରଙ୍କ କ୍ଷେତ୍ରରେ ପ୍ରଥମ ଓ ଦ୍ୱିତୀୟ ଡୋଜ୍‌ ଟିକା ମଧ୍ୟରେ ୨୮ଦିନର ବ୍ୟବଧାନ ରହିବ। ଅପରପକ୍ଷେ ଡାକ୍ତରଙ୍କ ସହ ପରାମର୍ଶ କରିବା ପରେ ବରିଷ୍ଠ ନାଗରିକମାନେ ଟିକା ନେବା ପାଇଁ ଆସିବେ। ଡାକ୍ତର ବୁଷ୍ଟର ଡୋଜ୍‌ ପାଇଁ କହିଲେ, ୯ ମାସ ବ୍ୟବଧାନରେ ଟିକା ନେଇପାରିବେ। ଏପ୍ରିଲ ସୁଦ୍ଧା ଦ୍ୱିତୀୟ ଡୋଜ୍‌ ନେଇଥିଲେ ଜାନୁଆରୀ ୧୦ରେ ତୃତୀୟ ଡୋଜ୍‌ ନେଇପାରିବେ। ତେବେ ତୃତୀୟ ଡୋଜ୍‌ କେଉଁମାନେ ନେଇପାରିବେ ତାହାର ତାଲିକା ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ କରୁଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶ କହିଛନ୍ତି। ଅନ୍ୟପକ୍ଷରେ ସ୍ବାସ୍ଥ୍ୟ ବିଭାଗ ତଥ୍ୟ ଅନୁଯାୟୀ, ଚଳିତମାସ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମୋଟ୍‌ ୪ କୋଟି ୯୦ଲକ୍ଷ ୩୧ହଜାର ୪୫୨ ଡୋଜ୍‌ ଟିକା ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ୨କୋଟି ୮୯ଲକ୍ଷ ୯୬ହଜାର ୯୪୪ ପ୍ରଥମ ଡୋଜ୍‌ ଏବଂ ୨କୋଟି ୩୪ ହଜାର ୫୦୮ଜଣ ଦ୍ୱିତୀୟ ଡୋଜ୍‌ ଟିକା ନେଇଛନ୍ତି। ରାଜ୍ୟରେ ଦ୍ୱିତୀୟ ଡୋଜ୍‌ ଟିକାକରଣ ୨କୋଟି ପାର୍‌ କରିଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରିବା ସହ ଆଗକୁ ମଧ୍ୟ ଟିକାକରଣ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri