‘ଉତ୍ତମ ଶିକ୍ଷା ପାଇଲେ ପିଲାମାନେ ଭବିଷ୍ୟତରେ ଭଲ ମଣିଷ ହୋଇପାରିବେ’

ଅମରପାଲି,୨୭ା୩(ପୀତାମ୍ବର ସାହୁ): ଶିକ୍ଷା ସମସ୍ତଙ୍କ ପାଇଁ ଆବଶ୍ୟକୀୟ। ମାତ୍ର ଉତ୍ତମ ଶିକ୍ଷା ପାଇଲେ ପିଲାମାନେ ଭବିଷ୍ୟତରେ ଭଲ ମଣିଷ ହେବାର ଅଧିକ ସମ୍ଭାବନା ରହିଥାଏ। କୁଶିକ୍ଷା ପିଲାଙ୍କୁ ଅବାଟକୁ ନେଇଥାଏ। ଉତ୍ତମ ଶିକ୍ଷା ସହିତ ଉତ୍ତମ ଚରିତ୍ର ଗଠନ ପାଇଁ ନିଜ ନିଜ ପିଲାଙ୍କୁ ସଚେତନ କରବା ଉଚିତ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଜୋନ୍‌ -୨ ଜିଲାପରିଷଦ ଅନ୍ତର୍ଗତ ଲୁତୁରପଙ୍କ ପଞ୍ଚାୟତର ଘିଚାପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ଅନୁଷ୍ଠିତ ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମରେ ଯୋଗଦେଇ ମଞ୍ଚାସୀନ ଅତିଥିମାନେ ଉପରୋକ୍ତ ମତବ୍ୟକ୍ତ କରିଛନ୍ତି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଦିତୀୟା ଝାଙ୍କରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବାର୍ଷିକୋତ୍ସବ ସଭାରେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାଙ୍କୁ ମନ ଦେଇ ପାଠ ପଢିବାକୁ ପରାମର୍ଶ ଦେଇଥିଲେ। ଏହା ସହିତ ଆମ ସଂସ୍କୃତି ବଞ୍ଚିଲେ ଆମ ପରିଚୟ ବଞ୍ଚି ରହିବ ବୋଲି ନିଜ ବକ୍ତବ୍ୟରେ ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଲୁତୁରପଙ୍କ ସରପଞ୍ଚ ସୂର୍ଯ୍ୟ କୁମାର ନନ୍ଦ , ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରାମଚନ୍ଦ୍ର କଲତା, ପୂର୍ବତନ ସ୍କୁଲ ପରିଚାଳନା କମିଟିର ସଭାପତି ହରିହର ବେହେରା,ପଞ୍ଚସଖା ଶିକ୍ଷା ସେତୁ ଯୋଜନାର ସଭାପତି ମାଧବ ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସ୍କୁଲର ବିଭିନ୍ନ ସମସ୍ୟା ଉପରେ ବ୍ଲକ ଉପାଧ୍ୟକ୍ଷ ଙ୍କୁ ଅବଗତ କରାଇଥିଲେ। ସହକାରୀ ଶିକ୍ଷକ ମଦନ ସୁନ୍ଦର ଭୋଇ ସଭା କାର୍ଯ୍ୟ ପରିଚାଳନା କରିଥିବା ବେଳେ ପ୍ରଧାନ ଶିକ୍ଷକ ଦିତୀୟା ଝାଙ୍କର ସ୍କୁଲର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ। ଶିକ୍ଷୟିତ୍ରୀ ମଞ୍ଜୁଳା ଦାସ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ରଶ୍ମିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା। ସଭା ପରେ ସ୍କୁଲର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ଅବସରରେ ସ୍କୁଲର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ, ଅଭିଭବିକା,ଅଭିଭାବକ,ସ୍କୁଲ ପରିଚାଳନା କମିଟିର ସଦସ୍ୟ ଓ ସମସ୍ତ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?