Posted inଜାତୀୟ

ପ୍ରମାଣପତ୍ରରେ କେବଳ ମାତାଙ୍କ ନାମ ଲେଖିପାରିବେ ସନ୍ତାନ, ପିତାଙ୍କ ନାମ ନ ଲେଖିବାର ରହିଛି ଅଧିକାର, ହାଇକୋର୍ଟଙ୍କ ରାୟ…

ଥିରୁଭାନନ୍ତପୁରମ୍‌,୨୫।୭ : କେରଳ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି ଯେ କୌଣସି ସନ୍ତାନଙ୍କର ତାଙ୍କ ଆବଶ୍ୟକୀୟ ପ୍ରମାଣପତ୍ରରେ ପିତାଙ୍କ ନାମ ଉଲ୍ଲେଖ ନ କରିବାର ଅଧିକାର ରହିଛି ଏବଂ ସେ କେବଳ ତାଙ୍କ ମାତାଙ୍କ ନାମ ଲେଖିପାରିବେ।

ଅବିବାହିତା ମା ଏବଂ ବଳାତ୍କାର ପୀଡିତାର ପିଲାମାନେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଦୃଷ୍ଟିରେ ରଖି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏକ ପିଟିଶନରେ କୋର୍ଟ ଏହା ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଯେ ଆବେଦନକାରୀଙ୍କ ମାତାପିତା ଭାବରେ କେବଳ ମାତାଙ୍କ ନାମ ପ୍ରମାଣପତ୍ରରେ ଉଲ୍ଲେଖ କରାଯିବ।

ଜଣେ ଅବିବାହିତା ମହିଳାଙ୍କ ଦ୍ୱାରା ଦାଖଲ ହୋଇଥିବା ପିଟିଶନ ମାମଲାରେ କୋର୍ଟ ଏହି ରାୟ ଦେଇଛନ୍ତି। କୌଣସି ଅବିବାହିତା ମା’ଙ୍କ କ୍ଷେତ୍ରରେ ତାଙ୍କ ପିଲାମାନଙ୍କୁ ସେମାନଙ୍କର ସମସ୍ତ ପରିଚୟପତ୍ରରେ କେବଳ ମାତାଙ୍କ ନାମ ବ୍ୟବହାର କରିବାକୁ ଅନୁମତି ଦିଆଯାଇଛି।

ଅଦାଲତ କହିଛନ୍ତି ଯେ ଅବିବାହିତା ମା’ଙ୍କର ସନ୍ତାନ ମଧ୍ୟ ଆମ ଦେଶର ନାଗରିକ ଏବଂ ତାଙ୍କର କୌଣସି ମୌଳିକ ଅଧିକାରକୁ କେହି ଉଲ୍ଲଂଘନ କରିପାରିବେ ନାହିଁ। ଏହି ମନ୍ତବ୍ୟ ଆମ ସମ୍ବିଧାନରେ ନିଶ୍ଚିତ ହୋଇଛି ବୋଲି କୋର୍ଟ କହିଛନ୍ତି।

କୌଣସି କର୍ତ୍ତୃପକ୍ଷ ତାଙ୍କର ଗୋପନୀୟତା, ସମ୍ମାନ ଏବଂ ସୱାଧୀନତା ଅଧିକାରକୁ ଅଟକାଇ ପାରିବେ ନାହିଁ । ଯଦି ଏହା ଘଟେ ତେବେ କୋର୍ଟ ସେମାନଙ୍କର ଅଧିକାରୀ ସୁରକ୍ଷା କରିବେ। ଶୁଣାଣି ସମୟରେ ଜଷ୍ଟିସ କୁହ୍ନିକ୍ରିଷ୍ଣନ ମହାଭାରତର କର୍ଣ୍ଣଙ୍କ ବିଷୟରେ କହିଛନ୍ତି ଯେ ଆମେ ଏପରି ଏକ ସମାଜ ଚାହୁଁଛୁ ଯେଉଁଠାରେ କର୍ଣ୍ଣ ନଥିବେ।

ଏଥିସହ କୋର୍ଟ ସାଧାରଣ ଶିକ୍ଷା ବିଭାଗ, ଉଚ୍ଚ ମାଧ୍ୟମିକ ପରୀକ୍ଷା ବୋର୍ଡ, ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆ, ଆୟକର ବିଭାଗ, ପାସପୋର୍ଟ ଅଧିକାରୀ, ଭାରତର ନିର୍ବାଚନ ଆୟୋଗ ଏବଂ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଆବେଦନକାରୀଙ୍କ ପିତାଙ୍କ ନାମ ଅଫିସିଆଲ ରେକର୍ଡ ଏବଂ ଡାଟାବେସରୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri