ଖେମୁଣ୍ଡି କଳିଙ୍ଗ ବୈଶ୍ୟ ସଂଘ ପକ୍ଷରୁ ‘ଶିଶୁ ଉତ୍ସବ’ ପାଳିତ

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): କୁନି କୁନି ଶିଶୁ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ ରବିବାର ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହ ପରିସରରେ ଆଞ୍ଚଳିକ ଖେମୁଣ୍ଡି କଳିଙ୍ଗ ବୈଶ୍ୟ ସଂଘ ପକ୍ଷରୁ ଏକ ‘ଶିଶୁ ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି।

ସଂଘ ସଭାପତି କେ. ଜବାହାରଲାଲଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଖେମୁଣ୍ଡି ଅଞ୍ଚଳର (ଦିଗପହଣ୍ଡି, ଚିକିଟି, ପାତ୍ରପୁର, ସାନଖେମୁଣ୍ଡି ଓ କୁକୁଡାଖଣ୍ଡି ବ୍ଲକ୍‌) ବହୁ ସଂଖ୍ୟକ ସଦସ୍ୟ ଓ କର୍ମକର୍ତ୍ତା ଯୋଗ ଦେଇଥିଲେ।

ଜୁନିଅର ଓ ସିନିଅର ବର୍ଗର ଶିଶୁମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ବକ୍ତୃତା, କୁଇଜ୍, ନୃତ୍ୟ, ସଙ୍ଗୀତ ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ୧୨ ଜଣ ବିଚାରକ ପ୍ରତିଯୋଗିତାର ମୂଲ୍ୟାୟନ କରିଥିଲେ। ସମସ୍ତ ବର୍ଗରୁ ୩ ଜଣ ଲେଖାଏଁ କୃତି ଶିଶୁଙ୍କୁ ସଂଘ ତରଫରୁ ପୁରସ୍କାର ପ୍ରଦାନ କରାଯାଇଥିଲା।

ପାତ୍ରପୁର ବ୍ଲକ ତୁରୁବୁଡ଼ି ଗ୍ରାମର ଶିଶୁ ଦିଶା ପାତ୍ରଙ୍କୁ ସ୍ୱତନ୍ତ୍ର ଭାବେ ସମ୍ମାନିତ କରାଯାଇଥିଲା। ଦିଶା ଆଖିରେ କପଡ଼ା ବାନ୍ଧି ସହଜରେ ବହି ବା କାନ୍ଥର ଲେଖା ପଢ଼ିବା ଏବଂ କୌଣସି ଜିନିଷକୁ ସ୍ପର୍ଶ କରି ତାର ରଙ୍ଗ ଚିହ୍ନଟ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଥିଲେ।

ଏହି କାର୍ଯ୍ୟକ୍ରମଟି ଆଞ୍ଚଳିକ ମହିଳା ଓ ଯୁବକ ସେବା ସଂଘର ମିଳିତ ସହଯୋଗରେ ପରିଚାଳିତ ହୋଇଥିଲା। ସଂଘର ସମସ୍ତ କର୍ମକର୍ତ୍ତା ଏହାକୁ ସଫଳ କରିବାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri