ଗତ ୨୪ ଘଣ୍ଟାରେ ୪ ଶିଶୁଙ୍କ ମୃତ୍ୟୁ: ସେଥିରୁ ଜଣେ କରୋନା ପଜିଟିଭ୍‌

ପାଟନା,୩୧।୫: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବିହାର ଦରଭଙ୍ଗାରୁ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଦରଭଙ୍ଗା ମେଡିକାଲ କଲେଜରେ ଗତ ୨୪ଘଣ୍ଟାରେ ୪ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଉକ୍ତ ୪ଜଣ ଶିଶୁଙ୍କୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିବା ବେଳେ ସେଥିରୁ କେତେଜଣଙ୍କର ନିମୋନିଆ ଲକ୍ଷଣ ମଧ୍ୟ ରହିଥିଲା। ତେଣୁ ପିଲାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିଲା ବୋଲି ଡାକ୍ତର କହିଛନ୍ତି। ତେବେ ୪ଜଣ ପିଲାଙ୍କ ମଧ୍ୟରୁ ଜଣଙ୍କର କରୋନା ପଜିଟିଭ୍‌ ବାହାରିଥିବା ବେଳେ ଅନ୍ୟମାନଙ୍କର ରିପୋର୍ଟ ନେଗେଟିଭ୍‌ ଆସିଥିଲା ବୋଲି ହସ୍ପିଟାଲର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏବେ ଦୈନିକ ସଂକ୍ରମଣ ସାମାନ୍ୟ ନିୟନ୍ତ୍ରଣକୁ ଆସିଛି। ଏହାରି ଭିତରେ ଗତ ୨୪ ଘଣ୍ଟାରେ ୪ଜଣ ଶିଶୁଙ୍କ ମୃତ୍ୟୁ ହେବା ଏବେ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। କାରଣ ଦେଶରେ ତୃତୀୟ ଲହର ନେଇ ପୂର୍ବରୁ ଗବେଷକ ଚେତାବନୀ ଦେଇସାରିଛନ୍ତି। ଆଉ ଏଥିରେ ସର୍ବାଧିକ ଶିଶୁ ପ୍ରଭାବିତ ହେବେ ବୋଲି କୁହାଯାଇଛି। କିନ୍ତୁ କେତେକ ରାଜ୍ୟରେ ତୃତୀୟ ଲହର ଆରମ୍ଭ ହେବା ନେଇ ଆଶଙ୍କା କରାଯାଉଛି। ଅନ୍ୟପଟେ ଦରଭଙ୍ଗା ଘଟଣାରେ ଜନ ଅଧିକାର ପାର୍ଟିର ଅଧ୍ୟକ୍ଷ ପପୁ ଯାଦବ ସରକାରଙ୍କୁ ଘେରିଛନ୍ତି। ସେ କହିଛନ୍ତି, ସମସ୍ତ ଶିଶୁଙ୍କ ମୃତ୍ୟୁ କରୋନା ଯୋଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri