ଗତ ୨୪ ଘଣ୍ଟାରେ ୪ ଶିଶୁଙ୍କ ମୃତ୍ୟୁ: ସେଥିରୁ ଜଣେ କରୋନା ପଜିଟିଭ୍‌

ପାଟନା,୩୧।୫: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବିହାର ଦରଭଙ୍ଗାରୁ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଦରଭଙ୍ଗା ମେଡିକାଲ କଲେଜରେ ଗତ ୨୪ଘଣ୍ଟାରେ ୪ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଉକ୍ତ ୪ଜଣ ଶିଶୁଙ୍କୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିବା ବେଳେ ସେଥିରୁ କେତେଜଣଙ୍କର ନିମୋନିଆ ଲକ୍ଷଣ ମଧ୍ୟ ରହିଥିଲା। ତେଣୁ ପିଲାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିଲା ବୋଲି ଡାକ୍ତର କହିଛନ୍ତି। ତେବେ ୪ଜଣ ପିଲାଙ୍କ ମଧ୍ୟରୁ ଜଣଙ୍କର କରୋନା ପଜିଟିଭ୍‌ ବାହାରିଥିବା ବେଳେ ଅନ୍ୟମାନଙ୍କର ରିପୋର୍ଟ ନେଗେଟିଭ୍‌ ଆସିଥିଲା ବୋଲି ହସ୍ପିଟାଲର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏବେ ଦୈନିକ ସଂକ୍ରମଣ ସାମାନ୍ୟ ନିୟନ୍ତ୍ରଣକୁ ଆସିଛି। ଏହାରି ଭିତରେ ଗତ ୨୪ ଘଣ୍ଟାରେ ୪ଜଣ ଶିଶୁଙ୍କ ମୃତ୍ୟୁ ହେବା ଏବେ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। କାରଣ ଦେଶରେ ତୃତୀୟ ଲହର ନେଇ ପୂର୍ବରୁ ଗବେଷକ ଚେତାବନୀ ଦେଇସାରିଛନ୍ତି। ଆଉ ଏଥିରେ ସର୍ବାଧିକ ଶିଶୁ ପ୍ରଭାବିତ ହେବେ ବୋଲି କୁହାଯାଇଛି। କିନ୍ତୁ କେତେକ ରାଜ୍ୟରେ ତୃତୀୟ ଲହର ଆରମ୍ଭ ହେବା ନେଇ ଆଶଙ୍କା କରାଯାଉଛି। ଅନ୍ୟପଟେ ଦରଭଙ୍ଗା ଘଟଣାରେ ଜନ ଅଧିକାର ପାର୍ଟିର ଅଧ୍ୟକ୍ଷ ପପୁ ଯାଦବ ସରକାରଙ୍କୁ ଘେରିଛନ୍ତି। ସେ କହିଛନ୍ତି, ସମସ୍ତ ଶିଶୁଙ୍କ ମୃତ୍ୟୁ କରୋନା ଯୋଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri