ଶିକ୍ଷକ ଅଭାବରୁ ପାଠ ଛାଡୁଛନ୍ତି ପିଲା

ପଦ୍ମପୁର,୨୫ା୫(ଡି.ଏନ.ଏ.) ଶୈକ୍ଷିକ ବିକାଶ ପାଇଁ ୫-ଟି ରୂପାନ୍ତରଣ ଯୋଜନାରେ ବିଦ୍ୟାଳୟ ପିଛା ୬୦ରୁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ପିଲା ମାନଙ୍କର ପାଠପଢ଼ା ଉପକରଣ, ଭିତ୍ତିଭୂମିର ବିକାଶ ପାଇଁ ଚାଲିଛି ଜୋରଦାର ପ୍ରୟାସ। କିନ୍ତୁ ବାସ୍ତବ କ୍ଷେତ୍ରରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି ଭଦ୍ରକ ଜିଲା ରାଜଘରପୋଖରୀ ପଞ୍ଚାୟତ ଉଚ୍ଚବିଦ୍ୟାଳୟରେ। ୧୯୮୩ରୁ ସ୍ଥାପିତ ଏହି ଉଚ୍ଚ ବିଦ୍ୟାଳୟ ଏବେ ସମସ୍ୟା ଘେରରେ। ଗତ ଦୁଇ ବର୍ଷ ଧରି ଜଣେ ହିନ୍ଦୀ ଶିକ୍ଷକ ଓ ଖେଳ ଶିକ୍ଷକଙ୍କୁ ନେଇ ଚାଲିଛି ବିଦ୍ୟାଳୟ। ୧୦ମ ଶ୍ରେଣୀରେ ଚଳିତ ବର୍ଷ ୧୧୧ ଓ ୯ମ ଶ୍ରେଣୀରେ ୮୯ ଜଣ ପିଲା ପଢ଼ୁଛନ୍ତି। ପଞ୍ଚାୟତରେ ୫ ଶହରୁ ଊର୍ଦ୍ଧ୍ୱ ୯ମ, ୧୦ମ ଶ୍ରେଣୀର ଛାତ୍ର୍ରୀଛାତ୍ର ରହିଥିବା ବେଳେ କେତେକ ଛାତ୍ରୀଛାତ୍ର ଶିକ୍ଷକ ନ ଥିବାରୁ ଅନ୍ୟତ୍ର ପାଠ ପଢ଼ିବା ପାଇଁ ବିଦ୍ୟାଳୟ ପରିତ୍ୟାଗ କରିଛନ୍ତି। ଅନ୍ୟ ଛାତ୍ରୀଛାତ୍ରମାନେ ଦୂର ବିଦ୍ୟାଳୟକୁ ଯାଇ ନ ପାରି ବସ୍ତାନୀରେ ଡୋରି ବାନ୍ଧିଛନ୍ତି।
ସୂଚନା ଅନୁଯାୟୀ, ଶହେରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅନ୍ୟତ୍ର ପଢ଼ିବା ପାଇଁ ଚାଲି ଯାଇଥିବା ବେଳେ ଶତାଧିକ ଛାତ୍ରୀଛାତ୍ର ପାଠ ପଢ଼ା ଛାଡ଼ିଛନ୍ତି। ପଞ୍ଚାୟତର ଏକମାତ୍ର ଉଚ୍ଚ ବିଦ୍ୟାଳୟ ଶିକ୍ଷକ ଅଭାବରୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏ ସଂକ୍ରାନ୍ତରେ ସରପଞ୍ଚ ଅରୁଣ କୁମାର ମହାନ୍ତି ଜିଲା ଶିକ୍ଷାଧିକାରୀ କପିଳେନ୍ଦ୍ର ମିଶ୍ରଙ୍କଠାରେ ଲିଖିତ ଅଭିଯୋଗ କରିବା ସହ ଶିକ୍ଷକ ଯୋଗାଇ ଦେବାକୁ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ କୁହନ୍ତି, ବିଦ୍ୟାଳୟଟି ଏଡେଡ୍‌ ବିଦ୍ୟାଳୟ ହୋଇଥିବାରୁ କେବଳ ଅତିଥି ଶିକ୍ଷକଙ୍କୁ ଶିକ୍ଷାଦାନ କରିବା ପାଇଁ ନିୟୋଜିତ କରାଯାଇପାରିବ। ଏଥିପ୍ରତି ସେ ପଦକ୍ଷେପ ନେବେ। ଛାତ୍ରୀଛାତ୍ର ମାନଙ୍କର ପାଠପଢ଼ାରେ ଶିକ୍ଷକ ଅଭାବରୁ ସମସ୍ୟା ଉପୁଜିଥିବା ବେଳେ ଜିଲା ଶିକ୍ଷାଧିକାରୀ ଛାତ୍ରୀଛାତ୍ରଙ୍କର ଭବିଷ୍ୟତ ପାଇଁ ଚିନ୍ତା କରି ତୁରନ୍ତ ଶିକ୍ଷକ ଯୋଗାଇ ଦେବା ପାଇଁ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଘନଶ୍ୟାମ ବିଶ୍ୱାଳ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri