୨୮ରୁ ସ୍କୁଲ ଯିବେ ୧ରୁ ୭ମ ପିଲା

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଆସନ୍ତା ୧୪ ତାରିଖଠାରୁ ସ୍କୁଲ ଖୋଲିବ। ସ୍କୁଲ ଖୋଲିଲେ ମଧ୍ୟ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। ଆସନ୍ତା ୨୮ ତାରିଖରୁ ଅଫ୍‌ଲାଇନ୍‌ କ୍ଲାସ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ। ସେତେଦିନ ପର୍ଯ୍ୟନ୍ତ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ କ୍ଲାସ କରିବେ। ଏ ନେଇ ଗୁରୁବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଓସେପା, ଓଏଭିଏସ୍‌, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ, ବିଏସ୍‌ଇ ସଭାପତି, ଏମ୍‌ଡିଏମ୍‌, ଜିଲାପାଳ ଓ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ଆସନ୍ତା ୧୪ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ ବୋଲି ଗତ ସପ୍ତାହରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଘୋଷଣା କରିଥିଲେ। କିନ୍ତୁ କରୋନା ଯୋଗୁ ଦୀର୍ଘଦିିନ ଧରି ସ୍କୁଲଗୁଡ଼ିକ ବନ୍ଦ ଥିବାରୁ ଏହାକୁ ସଫାସୁତୁରା କରିବା ପାଇଁ ସମୟ ଦରକାର। ସ୍କୁଲର ସ୍ବଚ୍ଛତା ଓ ଆବଶ୍ୟକ ମରାମତି ପାଇଁ ଜିଲାପାଳମାନେ ସମୟ ମାଗିଛନ୍ତି। ଏଥି ସହିତ ଭୋଟ୍‌ ପାଇଁ ଶିକ୍ଷକ ଓ ସ୍କୁଲ କର୍ମଚାରୀଙ୍କ ନିର୍ବାଚନ ଡ୍ୟୁଟି ପଡ଼ିଛି। ଏହି ସମୟ ମଧ୍ୟରେ ସେମାନେ ପ୍ରଶିକ୍ଷଣ ନେବା ପାଇଁ ଯିବେ। ସେହିପରି ଅଧିକାଂଶ ସ୍କୁଲରେ ମତଦାନ କେନ୍ଦ୍ର ବା ବୁଥ୍‌ ହେବ। ତେଣୁ ପିଲାଙ୍କ ଅଫ୍‌ଲାଇନ୍‌ କ୍ଲାସ୍‌ ଘୁଞ୍ଚାଇବାକୁ ଜିଲାପାଳମାନେ ଅନୁରୋଧ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀଗୃହ ପାଠପଢ଼ା ୨୮ରୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ତେବେ ୧୪ ତାରିଖରୁ ସ୍କୁଲ ଖୋଲିଲେ ଶିକ୍ଷକ ଓ କର୍ମଚାରୀ ସ୍କୁଲକୁ ଯାଇ ସଫେଇ ଓ ଅନ୍ୟାନ୍ୟ କାର୍ଯ୍ୟ ତଦାରଖ କରିବେ। ଏଥିସହ ଏହି ସମୟରେ ସେମାନେ ଅନ୍‌ଲାଇନ୍‌ କ୍ଲାସ କରିପାରିବେ ବୋଲି କୁହାଯାଇଛି।
ସୂଚନାଯୋଗ୍ୟ, କରୋନା ଯୋଗୁ ଦୁଇବର୍ଷ ହେବ ପ୍ରାଥମିକ ପିଲାମାନେ ସ୍କୁଲ ମାଟି ମାଡ଼ି ନାହାନ୍ତି। ଜାନୁୟାରୀ ୩ରୁ ସ୍କୁଲ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇତ୍ଥଲେ। କିନ୍ତୁ କରୋନାର ତୃତୀୟ ଲହର ପ୍ରଭାବ ଯୋଗୁ ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଥିଲା। ବାକି ସବୁ ଶ୍ରେଣୀ ପାଠପଢ଼ାକୁ ବି ବନ୍ଦ କରି ଦିଆଯାଇଥିଲା। ତେବେ ତୃତୀୟ ଲହର ସଂକ୍ରମଣ କମିବା ପରେ ସରକାର ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି କ୍ରମରେ ଗତ ୭ ତାରିଖରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ସହିତ କଲେଜ ଓ ବିଶ୍ୱବିଦ୍ୟାଳୟ ମଧ୍ୟ ଖୋଲି ପାଠପଢ଼ା ଆରମ୍ଭ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri