୨୮ରୁ ସ୍କୁଲ ଯିବେ ୧ରୁ ୭ମ ପିଲା

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଆସନ୍ତା ୧୪ ତାରିଖଠାରୁ ସ୍କୁଲ ଖୋଲିବ। ସ୍କୁଲ ଖୋଲିଲେ ମଧ୍ୟ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। ଆସନ୍ତା ୨୮ ତାରିଖରୁ ଅଫ୍‌ଲାଇନ୍‌ କ୍ଲାସ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ। ସେତେଦିନ ପର୍ଯ୍ୟନ୍ତ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ କ୍ଲାସ କରିବେ। ଏ ନେଇ ଗୁରୁବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଓସେପା, ଓଏଭିଏସ୍‌, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ, ବିଏସ୍‌ଇ ସଭାପତି, ଏମ୍‌ଡିଏମ୍‌, ଜିଲାପାଳ ଓ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ଆସନ୍ତା ୧୪ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ ବୋଲି ଗତ ସପ୍ତାହରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଘୋଷଣା କରିଥିଲେ। କିନ୍ତୁ କରୋନା ଯୋଗୁ ଦୀର୍ଘଦିିନ ଧରି ସ୍କୁଲଗୁଡ଼ିକ ବନ୍ଦ ଥିବାରୁ ଏହାକୁ ସଫାସୁତୁରା କରିବା ପାଇଁ ସମୟ ଦରକାର। ସ୍କୁଲର ସ୍ବଚ୍ଛତା ଓ ଆବଶ୍ୟକ ମରାମତି ପାଇଁ ଜିଲାପାଳମାନେ ସମୟ ମାଗିଛନ୍ତି। ଏଥି ସହିତ ଭୋଟ୍‌ ପାଇଁ ଶିକ୍ଷକ ଓ ସ୍କୁଲ କର୍ମଚାରୀଙ୍କ ନିର୍ବାଚନ ଡ୍ୟୁଟି ପଡ଼ିଛି। ଏହି ସମୟ ମଧ୍ୟରେ ସେମାନେ ପ୍ରଶିକ୍ଷଣ ନେବା ପାଇଁ ଯିବେ। ସେହିପରି ଅଧିକାଂଶ ସ୍କୁଲରେ ମତଦାନ କେନ୍ଦ୍ର ବା ବୁଥ୍‌ ହେବ। ତେଣୁ ପିଲାଙ୍କ ଅଫ୍‌ଲାଇନ୍‌ କ୍ଲାସ୍‌ ଘୁଞ୍ଚାଇବାକୁ ଜିଲାପାଳମାନେ ଅନୁରୋଧ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀଗୃହ ପାଠପଢ଼ା ୨୮ରୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ତେବେ ୧୪ ତାରିଖରୁ ସ୍କୁଲ ଖୋଲିଲେ ଶିକ୍ଷକ ଓ କର୍ମଚାରୀ ସ୍କୁଲକୁ ଯାଇ ସଫେଇ ଓ ଅନ୍ୟାନ୍ୟ କାର୍ଯ୍ୟ ତଦାରଖ କରିବେ। ଏଥିସହ ଏହି ସମୟରେ ସେମାନେ ଅନ୍‌ଲାଇନ୍‌ କ୍ଲାସ କରିପାରିବେ ବୋଲି କୁହାଯାଇଛି।
ସୂଚନାଯୋଗ୍ୟ, କରୋନା ଯୋଗୁ ଦୁଇବର୍ଷ ହେବ ପ୍ରାଥମିକ ପିଲାମାନେ ସ୍କୁଲ ମାଟି ମାଡ଼ି ନାହାନ୍ତି। ଜାନୁୟାରୀ ୩ରୁ ସ୍କୁଲ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇତ୍ଥଲେ। କିନ୍ତୁ କରୋନାର ତୃତୀୟ ଲହର ପ୍ରଭାବ ଯୋଗୁ ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଥିଲା। ବାକି ସବୁ ଶ୍ରେଣୀ ପାଠପଢ଼ାକୁ ବି ବନ୍ଦ କରି ଦିଆଯାଇଥିଲା। ତେବେ ତୃତୀୟ ଲହର ସଂକ୍ରମଣ କମିବା ପରେ ସରକାର ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି କ୍ରମରେ ଗତ ୭ ତାରିଖରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ସହିତ କଲେଜ ଓ ବିଶ୍ୱବିଦ୍ୟାଳୟ ମଧ୍ୟ ଖୋଲି ପାଠପଢ଼ା ଆରମ୍ଭ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?