ଆଜିଠୁ ସ୍କୁଲ ଯିବେ ପ୍ରଥମରୁ ସପ୍ତମ ପିଲା

ଭୁବନେଶ୍ୱର, ୨୮।୨(ବ୍ୟୁରୋ): ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକ ଗତ ୧୪ ତାରିଖରୁ ଖୋଲିଛି। ତେବେ ସୋମବାରଠାରୁ ପିଲାମାନେ ସ୍କୁଲ୍‌ ଯିବେ। ଦୀର୍ଘ ଦୁଇବର୍ଷ ପରେ ପ୍ରଥମରୁ ପଞ୍ଚମ ପିଲା ସ୍କୁଲ ଯାଉଥିବାରୁ ସେମାନଙ୍କ ମଧ୍ୟରେ ନୂଆ ଉତ୍କଣ୍ଠା ପ୍ରକାଶ ପାଇଛି। ସେହିଭଳି ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଦ୍ୱିତୀୟ ପର୍ଯ୍ୟାୟ କ୍ଲାସ୍‌ରୁମ ପାଠପଢ଼ା ମଧ୍ୟ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଏଥିସହ ପ୍ଲେ ସ୍କୁଲ ମଧ୍ୟ ଖୋଲିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।
ମନ୍ତ୍ରୀ କହିଛନ୍ତି, ପ୍ରଥମ ସପ୍ତାହରେ ପାଠପଢ଼ା ହେବ ନାହିଁ। କେବଳ ବିଭିନ୍ନ ଆକ୍ଟିଭିଟିରେ ପିଲାଙ୍କୁ ସାମିଲ କରାଯିବ। ପ୍ରଥମରୁ ପଞ୍ଚମ ଛାତ୍ରୀଛାତ୍ର ପ୍ରାୟ ଦୁଇବର୍ଷ ହେବ ଶ୍ରେଣୀ ଶିକ୍ଷା ଗ୍ରହଣ କରିନାହାନ୍ତି। ଫଳରେ ସେମାନେ ମୌଳିକ ଜ୍ଞାନ ହରାଇଛନ୍ତି ବୋଲି ବିଭିନ୍ନ ସର୍ଭେ ତଥ୍ୟରୁ ଜଣାପଡିଛି। ତେଣୁ ସ୍କୁଲ ଖୋଲିବାର ପ୍ରଥମ ସପ୍ତାହରେ ହିଁ ପିଲାଙ୍କର ପାଠପଢ଼ା ହେବ ନାହିଁ। ପ୍ରଥମ ୬ଦିନ ପିଲାଙ୍କର ସାମାଜିକ ଭାବାବେଗ ଶିକ୍ଷା (ସୋସିଓ ଇମୋଶନାଲ୍‌ ଲର୍ଣ୍ଣିଂ) ଉପରେ ଗୁରୁତ୍ୱ ଦିଆଯିବ। ପିଲାଙ୍କୁ ଖେଳକୁଦ, ନାଚ, ଗୀତ, ବିଭିନ୍ନ ପ୍ରତିଯୋଗିତା ଆଦି ଆକ୍ଟିଭିଟି ମାଧ୍ୟମରେ ସ୍କୁଲ ସହିତ ବାନ୍ଧି ରଖାଯିବ ବୋଲି ମନ୍ତ୍ରୀ କହିଛନ୍ତି। ପିଲାମାନେ ପାଠପଢ଼ାଠାରୁ ଦୂରରେ ଥିବାରୁ ସେମାନେ ଯେପରି ପଛେଇ ଯିବେ ନାହିଁ ସେଥିପାଇଁ ସ୍ବତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ ପାଠ୍ୟକ୍ରମରେ ସାମିଲ କରାଯିବ। ଏଥିପାଇଁ ଜିଲା ଓ ବ୍ଲକ ଶିକ୍ଷାଧିକାରୀମାନେ ସମସ୍ତ ପ୍ରକାର ପ୍ରସ୍ତୁତି କରିଛନ୍ତି। ଭୋଟ ସରିବା ପରେ ସ୍କୁଲ କ୍ୟାମ୍ପସକୁ ବିଶୋଧନ କରାଯାଇଛି। ପିଲାଙ୍କ ଉପସ୍ଥାନ ଯେପରି ବଢ଼ିବ ସେଥିପାଇଁ ଅଭିଭାବକଙ୍କ ସହ ଆଲୋଚନା ହୋଇଛି। ପିଲାଙ୍କ ସୁରକ୍ଷା ଆମର ପ୍ରଥମ କର୍ତ୍ତବ୍ୟ ରହିବ। କରୋନା କଟକଣା ମଧ୍ୟରେ ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବାକୁ ନେଇ ଶନିବାର ଅଭିଭାବକ ସମ୍ମିଳନୀ ହୋଇଥିଲା। ଏଥିସହ ସ୍କୁଲ ପରିଚାଳନା କମିଟି ସଦସ୍ୟଙ୍କୁ ପ୍ରଶିକ୍ଷଣ ଦିଆଯାଇଥିବା ସେ କହିଛନ୍ତି। ସେହିପରି ଦଶମ ଓ ଦ୍ୱାଦଶ ପରୀକ୍ଷା ସଂକ୍ରାନ୍ତରେ ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଉଭୟ ପରୀକ୍ଷା ନେଇ ସମୀକ୍ଷା କରାଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ ଅଂଶୀଦାରଙ୍କ ସହ ଆଲୋଚନା ଜାରି ରଖିଛନ୍ତି। ଦୁଇ ବୋର୍ଡର ରିପୋର୍ଟ ଆଧାରରେ ପରୀକ୍ଷା ନିଷ୍ପତ୍ତି ନିଆଯିବ।
ଉଲ୍ଲେଖଯୋଗ୍ୟ, କରୋନାର ଯୋଗୁ ୨୦୨୦ ମାର୍ଚ୍ଚ ୧୫ରୁ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିଲା। କେବଳ ଅନ୍‌ଲାଇନ୍‌ ପାଠପଢ଼ା ଚାଲିଥିଲେ ସମସ୍ତେ ଉପକୃତ ହୋଇପାରୁ ନ ଥିଲେ। କରୋନା ସ୍ଥିତିରେ ସୁଧାର ଆସିବା ପରେ ପର୍ଯ୍ୟାୟକ୍ରମେ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିଥିଲା। କିନ୍ତୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଅଫ୍‌ଲାଇନ ପାଠପଢ଼ା ହୋଇ ନ ଥିଲା। ଗତ ଜାନୁୟାରୀ ୩ରେ ଏମାନଙ୍କ ପାଇଁ ସ୍କୁଲ ଖୋଲିବ ବୋଲି ସରକାର ନିଷ୍ପତ୍ତି ନେଇଥିଲେ। କିନ୍ତୁ କରୋନାର ତୃତୀୟ ଲହର ଆସିବାରୁ ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇ ପୁଣି ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନୁ ମଧ୍ୟ ବନ୍ଦ କରିଦିଆଯାଇଥିଲା। ଏବେ ତୃତୀୟ ଲହରର ପ୍ରଭାବ ହ୍ରାସ ପାଇଥିବାରୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri