ଆଜିଠୁ ସ୍କୁଲ ଯିବେ ପ୍ରଥମରୁ ସପ୍ତମ ପିଲା

ଭୁବନେଶ୍ୱର, ୨୮।୨(ବ୍ୟୁରୋ): ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକ ଗତ ୧୪ ତାରିଖରୁ ଖୋଲିଛି। ତେବେ ସୋମବାରଠାରୁ ପିଲାମାନେ ସ୍କୁଲ୍‌ ଯିବେ। ଦୀର୍ଘ ଦୁଇବର୍ଷ ପରେ ପ୍ରଥମରୁ ପଞ୍ଚମ ପିଲା ସ୍କୁଲ ଯାଉଥିବାରୁ ସେମାନଙ୍କ ମଧ୍ୟରେ ନୂଆ ଉତ୍କଣ୍ଠା ପ୍ରକାଶ ପାଇଛି। ସେହିଭଳି ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଦ୍ୱିତୀୟ ପର୍ଯ୍ୟାୟ କ୍ଲାସ୍‌ରୁମ ପାଠପଢ଼ା ମଧ୍ୟ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଏଥିସହ ପ୍ଲେ ସ୍କୁଲ ମଧ୍ୟ ଖୋଲିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।
ମନ୍ତ୍ରୀ କହିଛନ୍ତି, ପ୍ରଥମ ସପ୍ତାହରେ ପାଠପଢ଼ା ହେବ ନାହିଁ। କେବଳ ବିଭିନ୍ନ ଆକ୍ଟିଭିଟିରେ ପିଲାଙ୍କୁ ସାମିଲ କରାଯିବ। ପ୍ରଥମରୁ ପଞ୍ଚମ ଛାତ୍ରୀଛାତ୍ର ପ୍ରାୟ ଦୁଇବର୍ଷ ହେବ ଶ୍ରେଣୀ ଶିକ୍ଷା ଗ୍ରହଣ କରିନାହାନ୍ତି। ଫଳରେ ସେମାନେ ମୌଳିକ ଜ୍ଞାନ ହରାଇଛନ୍ତି ବୋଲି ବିଭିନ୍ନ ସର୍ଭେ ତଥ୍ୟରୁ ଜଣାପଡିଛି। ତେଣୁ ସ୍କୁଲ ଖୋଲିବାର ପ୍ରଥମ ସପ୍ତାହରେ ହିଁ ପିଲାଙ୍କର ପାଠପଢ଼ା ହେବ ନାହିଁ। ପ୍ରଥମ ୬ଦିନ ପିଲାଙ୍କର ସାମାଜିକ ଭାବାବେଗ ଶିକ୍ଷା (ସୋସିଓ ଇମୋଶନାଲ୍‌ ଲର୍ଣ୍ଣିଂ) ଉପରେ ଗୁରୁତ୍ୱ ଦିଆଯିବ। ପିଲାଙ୍କୁ ଖେଳକୁଦ, ନାଚ, ଗୀତ, ବିଭିନ୍ନ ପ୍ରତିଯୋଗିତା ଆଦି ଆକ୍ଟିଭିଟି ମାଧ୍ୟମରେ ସ୍କୁଲ ସହିତ ବାନ୍ଧି ରଖାଯିବ ବୋଲି ମନ୍ତ୍ରୀ କହିଛନ୍ତି। ପିଲାମାନେ ପାଠପଢ଼ାଠାରୁ ଦୂରରେ ଥିବାରୁ ସେମାନେ ଯେପରି ପଛେଇ ଯିବେ ନାହିଁ ସେଥିପାଇଁ ସ୍ବତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ ପାଠ୍ୟକ୍ରମରେ ସାମିଲ କରାଯିବ। ଏଥିପାଇଁ ଜିଲା ଓ ବ୍ଲକ ଶିକ୍ଷାଧିକାରୀମାନେ ସମସ୍ତ ପ୍ରକାର ପ୍ରସ୍ତୁତି କରିଛନ୍ତି। ଭୋଟ ସରିବା ପରେ ସ୍କୁଲ କ୍ୟାମ୍ପସକୁ ବିଶୋଧନ କରାଯାଇଛି। ପିଲାଙ୍କ ଉପସ୍ଥାନ ଯେପରି ବଢ଼ିବ ସେଥିପାଇଁ ଅଭିଭାବକଙ୍କ ସହ ଆଲୋଚନା ହୋଇଛି। ପିଲାଙ୍କ ସୁରକ୍ଷା ଆମର ପ୍ରଥମ କର୍ତ୍ତବ୍ୟ ରହିବ। କରୋନା କଟକଣା ମଧ୍ୟରେ ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବାକୁ ନେଇ ଶନିବାର ଅଭିଭାବକ ସମ୍ମିଳନୀ ହୋଇଥିଲା। ଏଥିସହ ସ୍କୁଲ ପରିଚାଳନା କମିଟି ସଦସ୍ୟଙ୍କୁ ପ୍ରଶିକ୍ଷଣ ଦିଆଯାଇଥିବା ସେ କହିଛନ୍ତି। ସେହିପରି ଦଶମ ଓ ଦ୍ୱାଦଶ ପରୀକ୍ଷା ସଂକ୍ରାନ୍ତରେ ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଉଭୟ ପରୀକ୍ଷା ନେଇ ସମୀକ୍ଷା କରାଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ ଅଂଶୀଦାରଙ୍କ ସହ ଆଲୋଚନା ଜାରି ରଖିଛନ୍ତି। ଦୁଇ ବୋର୍ଡର ରିପୋର୍ଟ ଆଧାରରେ ପରୀକ୍ଷା ନିଷ୍ପତ୍ତି ନିଆଯିବ।
ଉଲ୍ଲେଖଯୋଗ୍ୟ, କରୋନାର ଯୋଗୁ ୨୦୨୦ ମାର୍ଚ୍ଚ ୧୫ରୁ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିଲା। କେବଳ ଅନ୍‌ଲାଇନ୍‌ ପାଠପଢ଼ା ଚାଲିଥିଲେ ସମସ୍ତେ ଉପକୃତ ହୋଇପାରୁ ନ ଥିଲେ। କରୋନା ସ୍ଥିତିରେ ସୁଧାର ଆସିବା ପରେ ପର୍ଯ୍ୟାୟକ୍ରମେ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିଥିଲା। କିନ୍ତୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଅଫ୍‌ଲାଇନ ପାଠପଢ଼ା ହୋଇ ନ ଥିଲା। ଗତ ଜାନୁୟାରୀ ୩ରେ ଏମାନଙ୍କ ପାଇଁ ସ୍କୁଲ ଖୋଲିବ ବୋଲି ସରକାର ନିଷ୍ପତ୍ତି ନେଇଥିଲେ। କିନ୍ତୁ କରୋନାର ତୃତୀୟ ଲହର ଆସିବାରୁ ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇ ପୁଣି ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନୁ ମଧ୍ୟ ବନ୍ଦ କରିଦିଆଯାଇଥିଲା। ଏବେ ତୃତୀୟ ଲହରର ପ୍ରଭାବ ହ୍ରାସ ପାଇଥିବାରୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri