Posted inଜାତୀୟ

ଜାନୁୟାରୀ ୩ରୁ ଦେଶରେ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ରାତିରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ବଡ଼ ଘୋଷଣା କରିଛନ୍ତି। ଜାନୁୟାରୀ ୩ ତାରିଖରୁ ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କ ଟିକାକରଣ ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏନେଇ ସରକାରୀସ୍ତରରେ ପ୍ରସ୍ତୁତି ଶେଷ ହୋଇଛି।

ସେହିପରି ଜାନୁଆରୀ ୧୦ତାରିଖରୁ ୬୦ ବର୍ଷରୁ ଅଧିକ ବୟସ୍କ ଓ ବହୁବିଧି ରୋଗରେ ଆକ୍ରାନ୍ତ ଲୋକଙ୍କୁ ବୁଷ୍ଟର ଡୋଜ ଦିଆଯିବ। ଡାକ୍ତରଙ୍କ ପରାମର୍ଶ କ୍ରମେ ଟିକାର ବୁଷ୍ଟର ଡୋଜ ନେଇପାରିବେ ବୋଲି ପ୍ରାଧନାମନ୍ତ୍ରୀ କହିଛନ୍ତି। ଏପରିକି କରୋନା ଯୋଦ୍ଧାଙ୍କୁ ମଧ୍ୟ ଟିକାର ବୁଷ୍ଟର ଡୋଜ ଦିଆଯିବ।

ସାରା ବିଶ୍ୱ ନୂଆବର୍ଷକୁ ସ୍ବାଗତ କରିବାକୁ ଯାଉଥିବାବେଳେ ଭାରତ ସମେତ ବିଭିନ୍ନ ଦେଶରେ କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଛି। ତେବେ ଏଥିପାଇଁ ଆତଙ୍କିତ ହେବାର କାରଣ ନାହିଁ ବୋଲି ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ କହିଛନ୍ତି। ଏବେ ସତର୍କ ହେବାର ସମୟ ଆସିଛି। କରୋନା ମହାମାରୀ ଏଯାଏ ଯାଇନି। ତେଣୁ ସତର୍କ ରହିବା, ସାବଧାନ ହେବା ସହ ମାସ୍କ ପିନ୍ଧିବା ଲାଗି ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଦେଶରେ ୧.୪୦ ଲକ୍ଷ ଆଇସିୟୁ ବେଡ୍‌ ଏବଂ ୫ ଲକ୍ଷ ଅକ୍ସିଜେନ୍‌ ସମର୍ଥତ୍ତ ବେଡ୍‌ ଉପଲବ୍ଧ ରହିଛି। ବର୍ତ୍ତମାନ ସୁଦ୍ଧା ୯୦ ପ୍ରତିଶତ ଲୋକ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିବାବେଳେ ୬୧ ପ୍ରତିଶତରୁ ଅଧିକ ଦୁଇଟି ଡୋଜ୍‌ ନେଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri