ଚାଷଜମିରେ କୋମଳମତି ଶିଶୁ

ମାଲକାନଗିରି,୧୪ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଗ୍ରୀଷ୍ମ ଅବକାଶ ପରେ ବିଦ୍ୟାଳୟଗୁଡ଼ିକ ଖୋଲିଛି। ତେବେ ପାଠପଢା କ୍ଷେତ୍ରରେ ଶିଶୁମାନଙ୍କ ମଧ୍ୟରେ ସେପରି ଅଗ୍ରଗତି ଦେଖିବାକୁ ମିଳିନାହିଁ। ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁଙ୍କୁ ଶିକ୍ଷାଦାନ ଲାଗି ବିଶେଷ ଗୁରୁତ୍ୱ ଦେବାକୁ ଜିଲା ଶିକ୍ଷା ଅଧିକାରୀ ମାନସ ଜେନା ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଏହା କାର୍ଯ୍ୟକାରୀ ହେଉନାହିଁ। ଚାଷ କାର୍ଯ୍ୟରେ ଶିଶୁମାନେ ନିୟୋଜିତ ହେଉଥିବା ଦେଖିବାକୁ ମିଳୁଛି। ମାଲକାନଗିରି ବ୍ଲକ ସିନ୍ଧ୍ରିମାଳ ପଞ୍ଚାୟତ ରିଜାରଗୁଡା ଗ୍ରାମରେ ଶିଶୁମାନେ ପାଠ ବଦଳରେ ଚାଷ କାର୍ଯ୍ୟ କରୁଛନ୍ତି। ସେମାନେ ମହୁଲ ସଂଗ୍ରହ, ବନଜାତ ସାମଗ୍ରୀ ସଂଗ୍ରହରେ ସମୟ ନଷ୍ଟ କରୁଛନ୍ତି। ପିଲାମାନଙ୍କ ନାମ ବିଦ୍ୟାଳୟରେ କେବଳ ନାମକୁ ମାତ୍ର ରହିଛି। ଏ ଦିଗରେ ଶିକ୍ଷୟିତ୍ରୀ ଶିକ୍ଷକମାନେ ସେମାନଙ୍କ ଅଭିଭାବକଙ୍କୁ ସଚେନତ କରୁନାହାନ୍ତି। ଅନେକ ଆଭ୍ୟନ୍ତରୀଣ ଅଞ୍ଚଳରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟରେ ଅନୁପସ୍ଥିତ ରହୁଥିଲେ ସୁଦ୍ଧା ବିଦ୍ୟାଳୟରେ ସେମାନେ ସବୁଦିନ ଉପସ୍ଥିତ ରହୁଥିବା ଦର୍ଶାଯାଉଛି। ସେମାନଙ୍କ ଉପସ୍ଥାନ ଦେଖାଇ ମଧ୍ୟାହ୍ନଭୋଜନ, ବିଦ୍ୟାଳୟ ପୋଷାକ, ସେମାନଙ୍କ ଷ୍ଟାଇପେଣ୍ଡ ଅର୍ଥ ଓ ପାଠ୍ୟୋପକରଣ ହଡ଼ପ କରାଯାଉଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ଜେନାଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ ଏହାର ତଦନ୍ତ କରାଯିବ ବୋଲି କହିଥିଲେ। ତେବେ କେବଳ ତଦନ୍ତରେ ସୀମିତ ନ ରଖି ସମ୍ପୃକ୍ତ ଅଞ୍ଚଳର ଆର୍‌ସିସି ଏବଂ ଶିକ୍ଷୟିତ୍ରୀଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସାଧାରଣରେ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri