Posted inଜାତୀୟ

ସରକାରୀ ସ୍କୁଲରେ ପିଲାଙ୍କୁ ସପ୍ତାହକୁ ମିଳିବ ୨ଥର କ୍ଷୀର

ଜୟପୁର,୨୪।୬: ସ୍କୁଲ ପିଲାଙ୍କ ପାଇଁ ରାଜସ୍ଥାନ ସରକାର ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ସ୍କୁଲର ପିଲାଙ୍କୁ ସପ୍ତାହକୁ ୨ଥର କ୍ଷୀର ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ପୂର୍ବରୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବଜେଟରେ ଘୋଷଣା କରିଥିଲେ ଯେ, ‘ମୁଖ୍ୟମନ୍ତ୍ରୀ ବାଲ ଗୋପାଳ ଯୋଜନା’ ଅଧୀନରେ ପ୍ରଥମରୁ ୮ମ ଶ୍ରେଣୀର ପିଲାମାନଙ୍କୁ ସପ୍ତାହକୁ ଦୁଇଥର କ୍ଷୀର ଦିଆଯିବ। ତେବେ ଶୁକ୍ରବାର ଏଜେନ୍ସି ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଏହା ବର୍ତ୍ତମାନ ସରକାରୀ ବିଦ୍ୟାଳୟ, ମଦ୍ରାସା ଏବଂ ମଧ୍ୟାହ୍ନ ଭୋଜନ ଯୋଜନା ସହିତ ଜଡିତ ସ୍ବତନ୍ତ୍ର ତାଲିମ କେନ୍ଦ୍ରରେ କାର୍ଯ୍ୟକାରୀ ହେବ। ଏହା ଅନୁଯାୟୀ ପିଲାମାନଙ୍କର ବୟସ ଅନୁସାରେ କ୍ଷୀରର ପରିମାଣ ମଧ୍ୟ ସ୍ଥିର କରାଯାଇଛି। ଅତିରିକ୍ତ ମୁଖ୍ୟ ସଚିବ (ଶିକ୍ଷା) ପୱନ କୁମାର ଗୋଏଲ କହିଛନ୍ତି, ଏହି ଯୋଜନା ଅଧୀନରେ ସରକାରୀ ବିଦ୍ୟାଳୟରେ ପଢ଼ୁଥିବା ପ୍ରାୟ ୬୯.୨୧ ଲକ୍ଷ ପିଲାଙ୍କୁ ମଙ୍ଗଳବାର ଏବଂ ଶୁକ୍ରବାର ମିଲ୍କ ପାଉଡରରୁ ପ୍ରସ୍ତୁତ କ୍ଷୀର ଯୋଗାଇ ଦିଆଯିବ। ଯଦି ଏହି ଦିନଗୁଡିକ ଛୁଟିଦିନ ରୁହେ, ତେବେ ପରବର୍ତ୍ତୀ ସମୟରେ କ୍ଷୀର ଉପଲବ୍ଧ କରାଯିବ। ସୂଚନା ମୁତାବକ, ପ୍ରଥମରୁ ପଞ୍ଚମ ଶ୍ରେଣୀର ପିଲାମାନଙ୍କୁ ୧୫୦ ମିଲିଲିଟର କ୍ଷୀର ପାଇବେ ଏବଂ ଷଷ୍ଠରୁ ଅଷ୍ଟମ ଶ୍ରେଣୀର ପିଲାମାନେ ୨୦୦ ମିଲିଲିଟର କ୍ଷୀର ପାଇବେ। ସଚିବ ଗୋୟଲ କହିଛନ୍ତି ଯେ, ରାଜସ୍ଥାନ ସମବାୟ ଦୁଗ୍ଧ ଫେଡେରେଶନରୁ ପାଉଡର କ୍ଷୀର କ୍ରୟ କରାଯିବ। ପିଲାମାନଙ୍କୁ ପର୍ଯ୍ୟାପ୍ତ ପୁଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ମିଡ ଡେ’ ଭୋଜନ ଅଧୀନରେ କ୍ଷୀର ବଣ୍ଟନ କରିବାର ଏହି ଯୋଜନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri