Posted inଜାତୀୟ

ସରକାରୀ ସ୍କୁଲରେ ପିଲାଙ୍କୁ ସପ୍ତାହକୁ ମିଳିବ ୨ଥର କ୍ଷୀର

ଜୟପୁର,୨୪।୬: ସ୍କୁଲ ପିଲାଙ୍କ ପାଇଁ ରାଜସ୍ଥାନ ସରକାର ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ସ୍କୁଲର ପିଲାଙ୍କୁ ସପ୍ତାହକୁ ୨ଥର କ୍ଷୀର ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ପୂର୍ବରୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବଜେଟରେ ଘୋଷଣା କରିଥିଲେ ଯେ, ‘ମୁଖ୍ୟମନ୍ତ୍ରୀ ବାଲ ଗୋପାଳ ଯୋଜନା’ ଅଧୀନରେ ପ୍ରଥମରୁ ୮ମ ଶ୍ରେଣୀର ପିଲାମାନଙ୍କୁ ସପ୍ତାହକୁ ଦୁଇଥର କ୍ଷୀର ଦିଆଯିବ। ତେବେ ଶୁକ୍ରବାର ଏଜେନ୍ସି ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଏହା ବର୍ତ୍ତମାନ ସରକାରୀ ବିଦ୍ୟାଳୟ, ମଦ୍ରାସା ଏବଂ ମଧ୍ୟାହ୍ନ ଭୋଜନ ଯୋଜନା ସହିତ ଜଡିତ ସ୍ବତନ୍ତ୍ର ତାଲିମ କେନ୍ଦ୍ରରେ କାର୍ଯ୍ୟକାରୀ ହେବ। ଏହା ଅନୁଯାୟୀ ପିଲାମାନଙ୍କର ବୟସ ଅନୁସାରେ କ୍ଷୀରର ପରିମାଣ ମଧ୍ୟ ସ୍ଥିର କରାଯାଇଛି। ଅତିରିକ୍ତ ମୁଖ୍ୟ ସଚିବ (ଶିକ୍ଷା) ପୱନ କୁମାର ଗୋଏଲ କହିଛନ୍ତି, ଏହି ଯୋଜନା ଅଧୀନରେ ସରକାରୀ ବିଦ୍ୟାଳୟରେ ପଢ଼ୁଥିବା ପ୍ରାୟ ୬୯.୨୧ ଲକ୍ଷ ପିଲାଙ୍କୁ ମଙ୍ଗଳବାର ଏବଂ ଶୁକ୍ରବାର ମିଲ୍କ ପାଉଡରରୁ ପ୍ରସ୍ତୁତ କ୍ଷୀର ଯୋଗାଇ ଦିଆଯିବ। ଯଦି ଏହି ଦିନଗୁଡିକ ଛୁଟିଦିନ ରୁହେ, ତେବେ ପରବର୍ତ୍ତୀ ସମୟରେ କ୍ଷୀର ଉପଲବ୍ଧ କରାଯିବ। ସୂଚନା ମୁତାବକ, ପ୍ରଥମରୁ ପଞ୍ଚମ ଶ୍ରେଣୀର ପିଲାମାନଙ୍କୁ ୧୫୦ ମିଲିଲିଟର କ୍ଷୀର ପାଇବେ ଏବଂ ଷଷ୍ଠରୁ ଅଷ୍ଟମ ଶ୍ରେଣୀର ପିଲାମାନେ ୨୦୦ ମିଲିଲିଟର କ୍ଷୀର ପାଇବେ। ସଚିବ ଗୋୟଲ କହିଛନ୍ତି ଯେ, ରାଜସ୍ଥାନ ସମବାୟ ଦୁଗ୍ଧ ଫେଡେରେଶନରୁ ପାଉଡର କ୍ଷୀର କ୍ରୟ କରାଯିବ। ପିଲାମାନଙ୍କୁ ପର୍ଯ୍ୟାପ୍ତ ପୁଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ମିଡ ଡେ’ ଭୋଜନ ଅଧୀନରେ କ୍ଷୀର ବଣ୍ଟନ କରିବାର ଏହି ଯୋଜନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri