ମଧ୍ୟାହ୍ନଭୋଜନ ଖାଇ ୮୫ରୁ ଊର୍ଦ୍ଧ୍ୱ ପିଲା ଅସୁସ୍ଥ

କାମାକ୍ଷାନଗର, ୨୦।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନଭୋଜନ ଖାଇ ୮୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ପୋକରା ସୋୟା ବଡି ପାଇଁ ଏଭଳି ସ୍ଥିତି ଉପୁଜିଥିବା ପ୍ରଧାନ ଶିକ୍ଷୟିତ୍ରୀ, ଅଭିଭାବକ ଏବଂ ପିଲାମାନେ ଅଭିଯୋଗ କରିଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବଢୁଥିବାରୁ ଗ୍ରାମରେ ଡାକ୍ତରୀ ଦଳ ପହଞ୍ଚତ୍ଛନ୍ତି। ଚିକିତ୍ସା ପରେ ସମସ୍ତ ଛାତ୍ରୀଛାତ୍ର ବିପଦମୁକ୍ତ ଥିବା ଜଣାପଡ଼ିଛି।
ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ୩୪୫ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ମହିମା ମା’ ହରଗୌରୀ ସ୍ବୟଂ ସହାୟକା ଗୋଷ୍ଠୀକୁ ମଧ୍ୟାହ୍ନଭୋଜନ ପ୍ରସ୍ତୁତି ଓ ବିତରଣ ଦାୟିତ୍ୱ ଦିଆଯାଇଛି। ଶୁକ୍ରବାର ୨୬୪ ପିଲା ମଧ୍ୟାହ୍ନଭୋଜନ ଖାଇଥିଲେ। ଅପରାହ୍ନ ପ୍ରାୟ ୩ଟା ବେଳକୁ ସେମାନଙ୍କ ଶରୀରରେ ପାର୍ଶ୍ୱ ପ୍ରତିକ୍ରିୟା ଆରମ୍ଭ ହୋଇଥିଲା। ପିଲାମାନଙ୍କ ମୁଣ୍ଡ ଘୂରାଇବା ସହ ବାନ୍ତି ହୋଇଥିଲା। ଗ୍ରାମବାସୀଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସରେ ୫୩ ଛାତ୍ରୀଛାତ୍ରଙ୍କୁ ଡାକ୍ତରଖାନାକୁ ଅଣାଯାଇଥିଲା। ଗୁରୁତର ହୋଇପଡ଼ିଥିବା ୩ ଜଣଙ୍କୁ ଇଞ୍ଜେକ୍ସନ ଦିଆଯାଇଥିଲା। ସନ୍ଧ୍ୟା ୭ଟା ସୁଦ୍ଧା ୮୮ଜଣଙ୍କୁ ଚିକିତ୍ସା କରାଯାଇଛି। କେହି ଡାକ୍ତରଖାନାରେ ଭର୍ତ୍ତି ହୋଇନାହାନ୍ତି। ସୁସ୍ଥ ହେବା ପରେ ସମସ୍ତଙ୍କୁ ଘରକୁ ପଠାଇ ଦିଆଯାଇଛି। ସମୟକ୍ରମେ ଅସୁସ୍ଥ ଛାତ୍ରୀଛାତ୍ରଙ୍କ ସଂଖ୍ୟାରେ ବୃଦ୍ଧି ଘଟିବାରୁ ଅଁଳାବେରେଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଡାକ୍ତରୀଦଳ ଗ୍ରାମରେ ପହଞ୍ଚତ୍ ଚିକିତ୍ସା ଆରମ୍ଭ କରିଛନ୍ତି।
ଏ ସଂକ୍ରାନ୍ତରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ଚିନ୍ମୟ କୁମାର ସାମଲ କୁହନ୍ତି, ପିଲାମାନେ ଖାଇଥିବା ଖାଦ୍ୟ ବିଷାକ୍ତ କାରଣରୁ ଏଭଳି ସମସ୍ୟା ଉପୁଜିଥିବା ଅନୁମାନ କରାଯାଉଛି। ସୋୟାବିନ୍‌ ବଡିରୁ ପୋକ ବାହାରିଥିବା ପିଲାମାନେ କହିଛନ୍ତି। ସମ୍ଭବତଃ ଏହା ଦେଖି ସେମାନେ ଅତ୍ୟଧିକ ଭୟଭୀତ ହୋଇପଡ଼ିଛନ୍ତି, ଯାହା ଫଳରେ ସେମାନେ ବାନ୍ତି କରିବା ସହ ଅସୁସ୍ଥ ହୋଇପଡ଼ିଥିଲେ। ଗ୍ରାମରେ ୨ ଡାକ୍ତରଙ୍କ ସହ ସମୁଦାୟ ୧୦ କର୍ମଚାରୀ ନିୟୋଜିତ ଅଛନ୍ତି। ପରିସ୍ଥିତି ଉପରେ ନଜର ରଖାଯାଇଛି ବୋଲି ସେ କହିଛନ୍ତି। ମଧ୍ୟାହ୍ନଭୋଜନ ପରିଚାଳନା ଦାୟିତ୍ୱରେ ଥିବା ଅତିରିକ୍ତ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଶ୍ୱର ବେହେରା କୁହନ୍ତି, ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ଭେଟି ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଶନିବାର ଘଟଣାର ବିଧିବଦ୍ଧ ତଦନ୍ତ କରାଯିବ। କେଉଁ କାରଣରୁ ଏଭଳି ସମସ୍ୟା ଉପୁଜିଲା ତାହାର ଯାଞ୍ଚ କରାଯିବ। ପ୍ରଧାନ ଶିକ୍ଷୟିତ୍ରୀ ଗୀତା ବେହେରା କୁହନ୍ତି, ମଧ୍ୟାହ୍ନଭୋଜନ ବଣ୍ଟନ ଦାୟିତ୍ୱ ନେଇଥିବା ମହିମା ମା’ ହରଗୌରୀ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ନିମ୍ନମାନର ଖାଦ୍ୟ ଦିଆଯାଉଛି। କାରଣ ପଚାରିଲେ ଗୋଷ୍ଠୀର ସଭାନେତ୍ରୀ ଓଲଟା କଥା କହୁଛନ୍ତି। ଏ ନେଇ ପୂର୍ବରୁ ସ୍କୁଲ ପରିଚାଳନା କମିଟିର ଦୃଷ୍ଟି ଆକର୍ଷଣ କରାଯାଇଛି। ଶୁକ୍ରବାର ଖାଦ୍ୟ ତାଲିକାରେ ଭାତ ସହ ସୋୟାବଡି ତରକାରି ଦେବାର ବ୍ୟବସ୍ଥା ଥିଲା। ହେଲେ ସୋୟାବଡିରୁ ପୋକ ବାହାରିବାରୁ ଏଭଳି ଘଟଣା ଘଟିଥିବା ପ୍ରଧାନ ଶିକ୍ଷୟିତ୍ରୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?