ପାହାଡ଼ ଉପରେ ପିଲା ପଢୁଛନ୍ତି ପାଠ: ୩୦୯୩ ଗାଁରେ ନିର୍ମାଣ ହେବ ୪୮୩ ଟେଲିଫୋନ ଟାୱାର

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଗାଁଗୁଡ଼ିକରେ ଟେଲିଫୋନ୍‌ ଟାୱାର ନ ଥିବାରୁ ବିଧାନସଭାରେ ଉଭୟ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବର୍ତ୍ତମାନ ପ୍ରତ୍ୟେକ କାମ ଇଣ୍ଟରନେଟ୍‌ ଜରିଆରେ କରାଯାଉଛି। ଟେଲିଫୋନ ଟାଓ୍ବାର ନ ଥିବାରୁ ପିଲାମାନଙ୍କୁ ପାହାଡ଼ ଉପରକୁ ଯିବାକୁ ପଡୁଥିଲା। ଏବେ ଟେକ୍ନୋଲୋଜିର ସମୟ ହୋଇଥିବାରୁ ଅଧିକରୁ ଅଧିକ ଟେଲିଫୋନ ଟାୱାର ନିର୍ମାଣର ଆବଶ୍ୟକତା ରହିଛି। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ଯେ, ୩୦୯୩ ଗାଁରେ ୪୮୩ଟି ଟେଲିଫୋନ ଟାୱାର ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି। ଏ ନେଇ କେନ୍ଦ୍ର ସରକାର ମଧ୍ୟ ଅନୁମତି ଦେଇଛନ୍ତି। ସେଥିରୁ ୧୫୮ ଟାୱାରର ନିର୍ମାଣ ଶେଷ ହୋଇଛି। ଅବଶିଷ୍ଟ ୩୨୫ଟି ଟାୱାର ୧୦ଟି ଜିଲାରେ ନିର୍ମାଣ ହେବ। ଏହାଛଡ଼ା ଆଉ ୧୦୦ ଟେଲିଫୋନ ଟାୱାର ସ୍ଥାପନ ପାଇଁ ପ୍ରସ୍ତାବ ରହିଛି। ସରକାରୀ କାର୍ଯ୍ୟାଳୟ ଉପରେ ମଧ୍ୟ ଟେଲିଫୋନ ଟାୱାର ନିର୍ମାଣ କରିବା ପାଇଁ ଯୋଜନା କରାଯାଉଛି।
ମୂଳ ପ୍ରଶ୍ନକର୍ତ୍ତା ବିଜେଡି ସଭ୍ୟ ରମେଶ ଚନ୍ଦ୍ର ବେହେରା ପଚାରିଥିଲେ, ଦଶପଲ୍ଲା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନୂଆଗାଁ, ଗଣିଆ ଓ ଦଶପଲ୍ଲା ବ୍ଲକରେ କେତୋଟି ବିଏସ୍‌ଏନ୍‌ଏଲ ଓ ବେସରକାରୀ ସଂସ୍ଥାର ଟାଓ୍ବାର ସ୍ଥାପନ କରାଯାଇଛି। କେଉଁ ସ୍ଥାନରେ ଟାଓ୍ବାର ପ୍ରତିଷ୍ଠା ପାଇଁ କ’ଣ ବ୍ୟବସ୍ଥା କରାଯାଇଛି। ମନ୍ତ୍ରୀ କହିଲେ, ଗଣିଆ ବ୍ଲକର ଛାମୁଣ୍ଡିଆ ପଞ୍ଚାୟତରେ ଜିଓ ତରଫରୁ ଓ ଦଶପଲ୍ଲା ବ୍ଲକର ଚଢ଼େୟାପଲ୍ଲୀ, କଳସଖମଣ ଓ ଘୁଗୁଡିପଡ଼ା ପଞ୍ଚାୟତରେ ବିଏସ୍‌ଏନ୍‌ଏଲ୍‌ ଓ ଜିଓ ତରଫରୁ ମୋବାଇଲ ଟାଓ୍ବାର ସ୍ଥାପନ ଲାଗି ବ୍ୟବସ୍ଥା ହୋଇଥିଲା। ସେଥିରୁ ଚଢ଼େୟାପଲ୍ଲୀ, କଳସଖମଣ ଓ ଘୁଗୁଡିପଡ଼ା ପଞ୍ଚାୟତରେ ଟାଓ୍ବାର ସ୍ଥାପନ କରାଯାଇଛି। ବିଜେଡି ସଭ୍ୟ ନୃସିଂହ ସାହୁ, ଭାଜପା ସଭ୍ୟ ସନାତନ ବିଜୁଳି, ବିଜେଡି ସଭ୍ୟ ସତ୍ୟନାରାୟଣ ପ୍ରଧାନ ପ୍ରମୁଖ ମୋବାଇଲ ଟାଓ୍ବାର ନ ଥିବା ଗ୍ରାମରେ ଟାଓ୍ବାର ବସାଇବାକୁ ଦାବି କରିଥିଲେ। ମନ୍ତ୍ରୀ କହିଥିଲେ, ମୋବାଇଲ ଟାଓ୍ବାର ନିର୍ମାଣ କେନ୍ଦ୍ର ସରକାରଙ୍କ କ୍ଷମତା ପରିସରଭୁକ୍ତ। ମୋବାଇଲ ସେବା ସଂଯୋଗ ପାଇଁ ପ୍ରତି ୬ ମାସରେ ଥରେ ଏ ନେଇ ବୈଠକ ହେଉଛି। ନିକଟରେ କ୍ୟାବିନେଟ୍‌ରେ ଡିମ୍‌ଡ ଟୁ ବି ଆପ୍ରୁଭ୍‌କୁ ଅନୁମୋଦନ କରାଯାଇଛି। ସରକାରୀ କୋଠାରେ ଟାଓ୍ବାର ନିର୍ମାଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri