Posted inଜାତୀୟ

୧୮ବର୍ଷର କମ୍‌ ପିଲାମାନେ ସୋସିଆଲ ମିଡିଆରେ ଖୋଲିପାରିବେନି ଆକାଉଣ୍ଟ! କେନ୍ଦ୍ର ସରକାର ନେଲେ କଡ଼ା ପଦକ୍ଷେପ

ନୂଆଦିଲ୍ଲୀ,୩।୧:ଆଜିର ସମୟରେ ସମସ୍ତଙ୍କ ହାତରେ ସ୍ମାର୍ଟଫୋନ ଅଛି। ଛୋଟରୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ସୋସିଆଲ ମିଡିଆରେ ସକ୍ରିୟ ଅଛନ୍ତି। କିନ୍ତୁ ଏବେ ଆକାଉଣ୍ଟ ଖୋଲିବା ଉପରେ ଲଗାମ ଲଗାଇଛନ୍ତି କେନ୍ଦ୍ର ସରକାର। ୧୮ବର୍ଷରୁ କମ୍‌ ବୟସର ପିଲାମାନେ ସୋସିଆଲ ମିଡିଆରେ ଆକାଉଣ୍ଟ ଖୋଲିଲେ ଅଭିଭାବକଙ୍କ ଅନୁମତି ନେବାକୁ ପଡିବ ବୋଲି ନିୟମ କରାଯାଇଛି।

କହିରଖୁଛୁ କି, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ, ବ୍ୟକ୍ତିଗତ ଡିଜିଟାଲ ଡାଟା ସୁରକ୍ଷା ଆଇନ (DPDP) ନିୟମ ପାଇଁ ଡ୍ରାଫ୍ଟ ନିୟମ ଜାରି କରିଛି। ଫେବୃଆରୀ ୧୮ ପର୍ଯ୍ୟନ୍ତ ଗ୍ରହଣ କରାଯାଇଥିବା ଆପତ୍ତି ଆଧାରରେ ବୈଠକରେ ପରିବର୍ତ୍ତନ କରାଯିବ, ନଚେତ ଏହା ଜାରି ରହିବ।

ବର୍ତ୍ତମାନ ସରକାର ପ୍ରସ୍ତୁତ କରିଥିବା ଡ୍ରାଫ୍ଟରେ ନିୟମ ଉଲ୍ଲଂଘନ କଲେ କ’ଣ ଦଣ୍ଡ ଦିଆଯିବ ସେ ବିଷୟରେ ଉଲ୍ଲେଖ ନାହିଁ। ସରକାର ନିୟମ ଜାରି କରିବା ନେଇ ଲୋକଙ୍କଠାରୁ ମତାମତ ଲୋଡିଛନ୍ତି। ଫେବୃଆରୀ ୧୮ ପରେ ଏହା ଉପରେ ଏକ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଯେଉଁଥିରେ ଲୋକଙ୍କ ମତକୁ ବିଚାରକୁ ନିଆଯିବ। ଏହା ସହିତ ନିୟମ ଲାଗୁ ନ କଲେ କମ୍ପାନୀଗୁଡିକ ଉପରେ ମଧ୍ୟ ଜରିମାନା ଲାଗୁ ହେବ। କୁହାଯାଉଛି କି ନିୟମ ଉଳ୍ଲଘଂନ କଲେ ୨୫୦ କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନା ଲାଗୁ କରିବାର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri