Posted inଜାତୀୟ

କରୋନାରେ ଅନାଥ ପିଲାଙ୍କୁ ମିଳିବ ମାଗଣା ଶିକ୍ଷା, ଆର୍ଥିକ ସହାୟତା

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇ ଅନାଥ ହୋଇଥିବା ପିଲାଙ୍କ ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ ଘୋଷଣା କରିଛନ୍ତି। ଅନାଥ ପିଲାଙ୍କୁ ପିଏମ୍‌ କେୟାର୍ସ ଫର୍‌ ଚିଲ୍‌ଡ୍ରେନ୍‌ ସ୍କିମ୍‌ରେ ମାଗଣା ଶିକ୍ଷା ଏବଂ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ୧୮ ବର୍ଷ ବୟସ ହେବା ପରେ ଏହି ପିଲାଙ୍କୁ ମାସିକ ଭତ୍ତା ଦିଆଯିବ। ପରେ ସେମାନଙ୍କୁ ୨୩ ବର୍ଷ ପରେ ଏକକାଳୀନ ୧୦ ଲକ୍ଷ ଟଙ୍କା ପିଏମ୍‌ କେୟାର୍ସ ପାଣ୍ଠିରୁ ମିଳିବ।

ପିଲାମାନଙ୍କୁ ଉଚ୍ଚଶିକ୍ଷା ପାଇଁ ଶିକ୍ଷା ଋଣ ଦିଆଯିବ। ଏହି ଋଣର ସୁଧ ପିଏମ୍‌ କେୟାର ମାଧ୍ୟମରେ ପ୍ରଦାନ କରାଯିବ। ଏପରିକି ପିଲାମାନଙ୍କୁ ଆୟୁଷ୍ମାନ ଭାରତ ଯୋଜନା ମାଧ୍ୟମରେ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା ଯୋଗଇ ଦିଆଯିବ। ଏହାର ପ୍ରିମିୟମ ମଧ୍ୟ ପିଏମ୍‌ରୁ ପୈଠ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ପିଲାମାନେ ଦେଶର ଭବିଷ୍ୟତକୁ ପ୍ରତିନିଧିତ୍ୱ କରୁଛନ୍ତି। ସେମାନଙ୍କୁ ସମର୍ଥନ ତଥା ସୁରକ୍ଷା ଦେବା ପାଇଁ ଦେଶ ଯଥା ସମ୍ଭବ ଉଦ୍ୟମ କରିବ।

୧୦ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ବ୍ୟବସ୍ଥା

୧୦ ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ ସ୍ଥାନୀୟ କେନ୍ଦ୍ରୀୟ ବିଦ୍ୟାଳୟ କିମ୍ବା ଘରୋଇ ସ୍କୁଲରେ ନାମ ଲେଖିବାକୁ ଅନୁମତି ମିଳିବ। ଯଦି କୌଣସି ପିଲା ଘରୋଇ ସ୍କୁଲରେ ନାମ ଲେଖାଇବେ, ତାଙ୍କୁ ଶିକ୍ଷାଦାନ ଅଧିକାର ନିୟମ ଅନୁଯାୟୀ ଫି’ ପ୍ରଦାନ କରାଯିବ। ଏହି ଅର୍ଥ ପିଏମ୍‌ କେୟାର୍ସରୁ ଦିଆଯିବ।

୧୧ରୁ ୧୮ ବର୍ଷର ପିଲାଙ୍କ ପାଇଁ ବ୍ୟବସ୍ଥା

ଏହି ବର୍ଗର ପିଲାଙ୍କୁ ସୈନିକ ସ୍କୁଲ, ନବୋଦୟ ବିଦ୍ୟାଳୟ ଏବଂ କେନ୍ଦ୍ର ସରକାରଙ୍କ ଆବାଦିକ ସ୍କୁଲରେ ଆଡମିସନ ମିଳିବ। ଯଦି ପିଲାମାନଙ୍କୁ ସେମାନଙ୍କ ସମ୍ପର୍କୀୟ ପାଖରେ ରଖିବାକୁ ଚାହାନ୍ତି, ତା’ହେଲେ ସେମାନଙ୍କୁ ସ୍ଥାନୀୟ କେନ୍ଦ୍ରୀୟ ବିଦ୍ୟାଳୟ କିମ୍ବା ଘରୋଇ ସ୍କୁଲରେ ନାମ ଲେଖାଇ ପାରିବେ।

ଉଚ୍ଚଶିକ୍ଷା ପାଇଁ ବ୍ୟବସ୍ଥା

ପିଲାମାନଙ୍କୁ ଉଚ୍ଚଶିକ୍ଷା ପାଇଁ କାର୍ଯ୍ୟକାରୀ ହେଉଥିବା ଶିକ୍ଷା ଋଣ ପ୍ରଦାନ କରାଯିବ। ଏହାର ସୁଧ ପିଏମ୍‌ କେୟାର୍ସରୁ ପ୍ରଦାନ କରାଯିବ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନା ଅନୁସାରେ, ଟ୍ୟୁଶନ ଫି’ କିମ୍ବା ଅନ୍ୟ ପାଠ୍ୟକ୍ରମ ପାଇଁ ଅର୍ଥ ଯୋଗାଇ ଦିଆଯିବ। ଯଦି କୌଣସି ପିଲାମାନେ ମେଧାବୃତ୍ତି ତାଲିକାରେ ଆସୁନାହାନ୍ତି, ସେମାନଙ୍କୁ ପିଏମ୍‌ କେୟାର୍ସରୁ ମେଧାବୃତ୍ତି ଆର୍ଥିକ ସହାୟତା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri