ପିଲାଙ୍କୁ ମିଳିବ ଚାଉଳ ସହ ଟଙ୍କା: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୨୦ା୮(ସୁଚିସ୍ମିତା ସାହୁ):ରାଜ୍ୟର ସମସ୍ତ ଶିଶୁ(ବାଲ୍‌)ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧ଦିନର ଚାଉଳ ସହ ରନ୍ଧନ ବାବଦ ଟଙ୍କା ପ୍ରଦାନ କରାଯିବ। ପ୍ରଧାନ ଶିକ୍ଷକମାନେ ତୁରନ୍ତ ପିଲାଙ୍କୁ ଏହା ବଣ୍ଟନ କରି ସରକାରଙ୍କୁ ଜଣାଇବେ। ଏଥିପ୍ରତି ଜିଲା ଶିକ୍ଷା ଅଧିକାରୀ ଏବଂ ଜିଲାପାଳ ଗୁରୁତ୍ୱ ଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର କୁହାଯାଇଛି। ଏପ୍ରିଲ୍‌ ୨୩ରୁ ମେ’ ୫ ପର୍ଯ୍ୟନ୍ତ ଗ୍ରୀଷ୍ମଛୁଟିରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ନ ମିଳିବା ଅଭିଯୋଗ ଆସିବା ପରେ ଏହାକୁ ନେଇ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା। ମଧ୍ୟାହ୍ନଭୋଜନ ରାଜ୍ୟ କ୍ଷେତ୍ରୀୟ ଅଧିକାରୀ ଭବାନୀ ପ୍ରସାଦ ମିଶ୍ର ଜିଲା ସ୍ତରରୁ ତଥ୍ୟ ଲୋଡ଼ିଥିଲେ। ଏହାକୁ ଆଧାର କରି ସରକାରଙ୍କ ପକ୍ଷରୁ ୧୧ ଦିନର ଚାଉଳ ସହ ରନ୍ଧନ ବାବଦ ଅର୍ଥ ଛାତ୍ରୀଛାତ୍ରଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ମଧ୍ୟାହ୍ନଭୋଜନ ରାଜ୍ୟ କ୍ଷେତ୍ରୀୟ ଅଧିକାରୀ ସବୁ ଜିଲାପାଳଙ୍କୁ ପତ୍ର ଲେଖିଛନ୍ତି। ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟଙ୍କ ଉପସ୍ଥିତିରେ ପ୍ରଧାନ ଶିକ୍ଷକ ଚାଉଳ ବଣ୍ଟନ କରିବେ। ସେହିପରି ରନ୍ଧନ ଦ୍ରବ୍ୟ ବାବଦ ଅର୍ଥକୁ ଛାତ୍ରୀଛାତ୍ର ବା ସେମାନଙ୍କ ଅଭିଭାବକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଡିବିଟି ମୋଡ୍‌ରେ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri