Posted inଜାତୀୟ

ଚଳିତ ବର୍ଷ ଶିଶୁଙ୍କୁ ଦିଆଯାଇ ପାରିବ ନାହିଁ କରୋନା ଟିକା

ନୂଆଦିଲ୍ଲୀ,୧୩ ।୮: ଚଳିତ ବର୍ଷ କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଶିଶୁମାନଙ୍କୁ ଟିକା ଦିଆଯାଇ ପାରିବ ନାହିଁ ବୋଲି ଜଣାପଡିଛି । କୋଭିଡ ଟାସ୍କ ଫୋର୍ସର ରିସର୍ଚ୍ଚ ଟିମ୍‌ଙ୍କ ସୂଚନା ଅନୁଯାୟୀ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରକୁ ନେଇ ଛୋଟ ପିଲାଙ୍କ ଉପରେ ଗବେଷଣା କରାଯାଇଥିଲା । ଯାହା ଦର୍ଶାଉଛି କି ୧୨ ବର୍ଷ ବୟସରୁ କମ୍ ବୟସର ପିଲାଙ୍କୁ ଏତେଶୀଘ୍ର କରୋନା ଆକ୍ରାନ୍ତ କରିବ ନାହିଁ । କରୋନା ମହାମାରୀ ସାରା ବିଶ୍ୱରେ ହାହାକାର କରିଥିବା ବେଳେ ଏହାର ଦ୍ୱିତୀୟ ଲହର ଏବେ କିଛି ଦେଶରେ ତାଣ୍ଡବ ରଚି ଚାଲିଛି । ତେବେ କରୋନାର ତୃତୀୟ ଲହର ଶିଶୁମାନଙ୍କ ଉପରେ ସବୁଠାରୁ ଅଧିକ ପ୍ରଭାବ ପକାଇବ ବୋଲି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି । ଏହାର ମୁଖ୍ୟ କାରଣ ହେଲା ଏପର୍ଯ୍ୟନ୍ତ ଶିଶୁମାନଙ୍କ ପାଇଁ କୌଣସି ଟିକା ବା ଭ୍ୟାକ୍ସିନ ଆସିନାହିଁ । ତେଣୁ ସଦାସର୍ବଦା ଶିଶୁଙ୍କ ଅଭିଭାବକଙ୍କୁ ଏ ଦିଗରେ ସତର୍କ କରାଯାଉଛି । ପୂର୍ବରୁ ଶୁଣିବାକୁ ମିଳିଥିଲା କି ଚଳିତ ବର୍ଷ କରୋନା ଟିକା ସେପ୍ଟେମ୍ବର ସୁଦ୍ଧା ପିଲାମାନଙ୍କ ପାଇଁ ଉପଲବ୍ଧ ହେବ । ହେଲେ ଏବେ ଏହି ଗବେଷଣା କହୁଛି ୨୦୨୨ରେ ପିଲାମାନଙ୍କ ପାଇଁ ଟିକା ଆସିଯାଇଥିବ । ଗବେଷଣା କରିଥିବା ଟିମ୍‌କୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟଏଥିପାଇଁ ସୁପାରିସ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri