ବର୍ଷକୁ ୧୦ ଦିନ ସ୍କୁଲକୁ ବ୍ୟାଗ୍‌ ନେବେନି ପିଲା: ଜାଣନ୍ତୁ କେବେ, କାହିଁକି

ଭୁବନେଶ୍ୱର,୯ା୬(ସୁଚିସ୍ମିତା ସାହୁ):ଗତ କିଛିବର୍ଷ ଧରି କୋମଳମତି ଶିଶୁମାନେ ପାଠ ପଢ଼ିବାଠାରୁ ବେଶି ବସ୍ତାନି ବୋଝ ଉଠାଉଥିଲେ। ଏହି ବୋଝକୁ ରାଜ୍ୟ ସରକାର ହାଲୁକା କରିଛନ୍ତି। ଜାତୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୨୦କୁ ବିଦ୍ୟାଳୟସ୍ତରରେ ବାସ୍ତବ ରୂପ ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ସମ୍ପୂର୍ଣ୍ଣ ନୂଆ ଶିକ୍ଷାବର୍ଷର ନୀତି ଏବଂ ଟାଇମ ଟେବୁଲ ଜାରି କରାଯାଇଛି। ଏହି ଟାଇମ ଟେବୁଲ ଅନୁଯାୟୀ ପିଲାମାନେ ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଯିବେ। ଏଣିକି ଏନ୍‌ଇପି -୨୦୨୦ ଅନୁଯାୟୀ ପାଠ୍ୟକ୍ରମ ରୂପରେଖରେ ପରିବର୍ତ୍ତନ କରାଯାଇଛି। ସମସ୍ତ ଶ୍ରେଣୀର ପିଲାଙ୍କ ବିଷୟବସ୍ତୁ ଉପରୁ ଭାର ହ୍ରାସ କରିବାକୁ ଏହି ଯୋଜନା କରାଯାଇଛି। ଏନେଇ ସୋମବାର ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାଶ ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶନାମା ପାଳନ କରିବାକୁ ଚିଠି କରିଛନ୍ତି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ସମସ୍ତ ନିୟମ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ କେବଳ ବହି ଭିତରେ ସୀମିତ ନ ରଖି ଏହାକୁ କାର୍ଯ୍ୟଭିତ୍ତିକ ଓ ଗଠନମୂଳକ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ନୂଆ କ୍ୟାଲେଣ୍ଡର ଅନୁଯାୟୀ, ଗୋଟିଏ ଶିକ୍ଷାବର୍ଷକୁ ମୋଟ ୨୩୦ ଦିନ କରାଯାଇଛି। ତନ୍ମଧ୍ୟରୁ ୨୦ ଦିନ ସ୍କୁଲରେ ବାର୍ଷିକୋତ୍ସବ ଓ କ୍ରୀଡ଼ା ଉତ୍ସବ ଆଦି ପାଳନ ହେବ। ଏଥିମଧ୍ୟରେ ବର୍ଷକୁ ୧୦ ଦିନ ବ୍ୟାଗ୍‌ବିହୀନ ଦିବସ ଭାବେ ପାଳନ କରାଯିବ। ଶିକ୍ଷାବର୍ଷରେ ୧୯୦ ଦିନ ଶିକ୍ଷାଦାନ ସହ ପ୍ରତିଦିନ ୭ଟି ପିରିୟଡ୍‌ ରହିବ। ବିଶେଷକରି ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ଧନ୍ଦାମୂଳକ ଶିକ୍ଷାର ୪ଟି ପିରିୟଡ୍‌ ମଧ୍ୟରୁ ଗୋଟିଏ ପିରିୟଡ଼କୁ ସମ୍ପୂର୍ଣ୍ଣ ରୂପେ ବସ୍ତାନିବିହୀନ କରାଯିବ। ସେହିପରି ପ୍ରତି ଶନିବାର ବାଟିକା ପିଲାଙ୍କ ପାଇଁ ବସ୍ତାନି ବିହୀନ ଦିବସ ଭାବେ ପାଳନ ହେବ। ଏହି ଦିନ ପିଲାମାନେ ବହି-ଖାତା ଛାଡ଼ି ସୃଜନଶୀଳ କାମ ଏବଂ ବ୍ୟାବହାରିକ ଜ୍ଞାନ ଶିଖିବେ। ଏଥିସହିତ ପ୍ରତି ଶନିବାର ବିଦ୍ୟାଳୟରେ ‘ଶିଶୁ ସଭା’ ଅନୁଷ୍ଠିତ ହେବ। ପ୍ରାଥମିକସ୍ତରରୁ ହିଁ ପିଲାଙ୍କ ମଧ୍ୟରେ ସାମାଜିକ ସମ୍ପର୍କ ଓ ମାନସିକ ବିକାଶ ବଢ଼ାଇବା ପାଇଁ ଶିଶୁବାଟିକା ଛାତ୍ରୀଛାତ୍ରଙ୍କୁ ନେଇ ପ୍ରତିଦିନ ‘ଗୋଲ ବୈଠକ’ ଆୟୋଜନ କରାଯିବ। ସମସ୍ତ ଶ୍ରେଣୀ ପାଇଁ ସପ୍ତାହକୁ ୪୨ଟି ପିରିୟଡ ପାଠପଢା ହେବ। ଶିଶୁବାଟିକାରୁ ଅଷ୍ଟମ ଶ୍ରେଣୀ ପାଇଁ ୪୯୮ ସମୟ ସାରଣୀ ପ୍ରସ୍ତୁତ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?