ପିଲା ପଢ଼ିବେ ଜଳବାୟୁ ପରିବର୍ତ୍ତନ, କୋଭିଡ୍‌ ପାଠ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୧୧।୭: ଏଣିକି ସ୍କୁଲରେ କୋଭିଡ୍‌ ସଂକ୍ରାନ୍ତ ପାଠ ପଢ଼ାଯିବ। ୨୦୨୨-୨୩ ଶିକ୍ଷାବର୍ଷରୁ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍‌ ପରିଚାଳନା ସଂକ୍ରାନ୍ତ ବିଷୟବସ୍ତୁ ସ୍କୁଲ ପାଠ୍ୟକ୍ରମରେ ସାମିଲ କରାଯିବ ବୋଲି ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ମାଟ୍ରିକ ସିଲାବସ୍‌ରେ ଏହି ବିଷୟ ପଢ଼ାଯିବ। ସେହିପରି ଚଳିତବର୍ଷ ଶିକ୍ଷାବର୍ଷରୁ ମାଟ୍ରିକର ଶତ ପ୍ରତିଶତ ସିଲାବସ୍‌ ପାଠ ପଢ଼ାଯିବ ଓ ପରୀକ୍ଷା ମଧ୍ୟ ସେହି ଅନୁସାରେ ହେବ। ସ୍କୁଲ ଆସୁଥିବା ପିଲାଙ୍କ ପାଇଁ ସ୍ବାସ୍ଥ୍ୟ ବିଭାଗ ଏକ ଗାଇଡ୍‌ଲାଇନ୍‌ ଜାରି କରିଛି, ତାହା ପାଳନ କରାଯାଉଛି ବୋଲି ମନ୍ତ୍ରୀ ଦାଶ କହିଛନ୍ତି।
ସୂଚନାଯୋଗ୍ୟ, ଗତ ଦୁଇବର୍ଷ ମହାମାରୀ କରୋନା ଯୋଗୁ ସ୍କୁଲ ବନ୍ଦ ରହିଥିଲା। ଫଳରେ ପାଠପଢ଼ା ବାଧାପ୍ରାପ୍ତ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ଗତବର୍ଷ ମାଟ୍ରିକ ପରୀକ୍ଷା ମଧ୍ୟ ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇ ପରୀକ୍ଷା ଫଳ ଘୋଷଣା କରାଯାଇଥିଲା। ଚଳିତବର୍ଷ ଯଦିଓ ପରୀକ୍ଷା ହୋଇଥିଲା କିନ୍ତୁ ସିଲାବସ୍‌ କମାଇ ଦିଆଯାଇଥିଲା। ଏବେ ପୂର୍ବାପେକ୍ଷା କରୋନା ହ୍ରାସ ପାଇଥିବାରୁ ଆସନ୍ତା ବର୍ଷରୁ ଶତ ପ୍ରତିଶତ ବିଷୟରେ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି। କରୋନା ଆମକୁ ବହୁତ କିଛି ଶିଖାଇଛି। କରୋନାର ଭୟାବହତା ଲୋକେ ଜାଣିଲେ। ତେଣୁ ଏହି ବିଷୟକୁ ପାଠ୍ୟକ୍ରମରେ ସାମିଲ କରାଯିବ। ଆସନ୍ତା ଶିକ୍ଷାବର୍ଷରୁ ମାଟ୍ରିକ ପିଲାମାନେ ଜଳବାୟୁ ପରିବର୍ତ୍ତନ ସହିତ କରୋନା ବିଷୟରେ ପାଠ ପଢ଼ିବେ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ସେହିପରି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଉପସଭାପତି ନିହାର ରଞ୍ଜନ ମହାନ୍ତି କହିଛନ୍ତି, ଚଳିତ ବର୍ଷ ଦଶମ ଶ୍ରେଣୀ ଛାତ୍ରୀଛାତ୍ରମାନେ ଜୀବ ବିଜ୍ଞାନରେ ୧୧ଟି ଅଧ୍ୟାୟ ପଢ଼ି ପରୀକ୍ଷା ଦେବେ। ଜୀବ ବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବାବେଳେ ଏବେ ମହାମାରୀ କୋଭିଡ୍‌-୧୯ ଓ ତାହାର ପରିଚାଳନା ନାମକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି। ଭୂଗୋଳ ବହିରେ ମଧ୍ୟ ଜଳବାୟୁଜନିତ ବିପତ୍ତି ଏବଂ ପରିଚାଳନା ସଂକ୍ରାନ୍ତ ନୂତନ ଅଧ୍ୟାୟ ସାମିଲ କରାଯାଇଛି। ସଂସ୍କୃତ ବହିରେ ଥିବା ‘ଶୃଗାଳ ଶିଶୁ କଥା’ ଅଧ୍ୟାୟ ପୂର୍ବରୁ ପଢ଼ାଯାଉ ନ ଥିବାବେଳେ ଚଳିତ ଶିକ୍ଷାବର୍ଷରେ ସଂସ୍କୃତ ଇଚ୍ଛାଧୀନ ବିଷୟ ରଖିଥିବା ଛାତ୍ରୀଛାତ୍ର ଏହା ପଢ଼ିବେ ବୋଲି ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri